Posted inଜାତୀୟ

ମହାରାଷ୍ଟ୍ରରେ ଏଚ୍‌୩ଏନ୍‌୨ର ଭାଇରସ୍‌ର ପ୍ରକୋପ: ଜଣେ ଛାତ୍ରଙ୍କ ମୃତ୍ୟୁ ପରେ ଆଲର୍ଟରେ ସ୍ବାସ୍ଥ୍ୟବିଭାଗ

ମୁମ୍ବାଇ,୧୫।୩: ଅହମଦନଗରରେ ମାର୍ଚ୍ଚ ୧୪ରେ ଜଣେ ଏମ୍‌ବିବିଏସ୍‌ ଛାତ୍ରଙ୍କ ମୃତ୍ୟୁ ପରେ ମହାରାଷ୍ଟ୍ରରେ ଏଚ୍‌୩ଏନ୍‌୨ ଭାଇରସ୍‌ ଯୋଗୁ ପ୍ରଥମ ସନ୍ଦେହଜନକ ମୃତ୍ୟୁ ଖବର ସାମ୍ନାକୁ ଆସିଛି। ସେ ଉଭୟ କୋଭିଡ ଏବଂ ଏଚ୍‌୩ଏନ୍‌୨ ପଜିଟିଭ୍‌ ହୋଇଥିଲେ। ବର୍ତ୍ତମାନ ରିପୋର୍ଟ ଆସିବା ପରେ ହିଁ ତାଙ୍କର ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ। ସୂଚନା ମୁତାବକ, ୨୩ ବର୍ଷୀୟ ଯୁବକ ଗତ ସପ୍ତାହରେ ସାଙ୍ଗମାନଙ୍କ ସହ ପିକ୍‌ନିକ୍‌ କରିବାକୁ କୋଣକନ୍‌ର ଆଲିବାଗକୁ ଯାଇଥିଲେ। ଫେରିବା ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ୍‌ ହେବା ପରେ ଯାଞ୍ଚ କରିବାରୁ ସେ କୋଭିଡ-୧୯ ପଜିଟିଭ ଚିହ୍ନଟ ହୋଇଥିଲେ। ଏହାପରେ ତାଙ୍କୁ ଅହମ୍ମଦନଗରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ଯେଉଁଠାରେ ତାଙ୍କର ମୃତ୍ୟୁ ହୋଇଛି। ତେବେ ଯୁବକଙ୍କ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡିଛି ଯେ, ତାଙ୍କ ରକ୍ତରେ ଏଚ୍‌୩ଏନ୍‌୩ ଭାଇରସ୍‌ ମିଳିଥିଲା। କିନ୍ତୁ ଏ ସମ୍ପର୍କରେ କୌଣସି ସରକାରୀ ନିଶ୍ଚିତତା କରାଯାଇନାହିଁ। ଅନ୍ୟପଟେ ଯୁବକଙ୍କ ମୃତ୍ୟୁ ପରେ ଅହମଦନଗରର ସ୍ବାସ୍ଥ୍ୟ ବିଭାଗକୁ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri