ସୋରଡାରେ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ଠପ୍‌

ସୋରଡ଼ା,୧୫।୩(ଡି.ଏନ.ଏ): ଗଞ୍ଜାମ ଜିଲା ସୋରଡ଼ା ଅଞ୍ଚଳରେ ଡ୍ରାଇଭର ମହାସଂଘ ଡାକରାରେ ଗାଡି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି । ଏଠାରୁ ଆସ୍କା, ଭଞ୍ଜନଗର, ଦାରିଙ୍ଗାବାଡି, ବଡ଼ଗଡକୁ ଯାତାୟାତ ଠପ୍‌ ହୋଇଯାଇଛି। ଜରଉ ଛକରେ ୨୦୦ରୁ ଉର୍ଦ୍ଧ୍ୱ ଡ୍ରାଇଭର ଶାନ୍ତି ପୂର୍ଣ୍ଣ ଭାବେ ରାସ୍ତା ପାର୍ଶ୍ୱରେ ଧାରଣାରେ ବସିଛନ୍ତି। ରାସ୍ତା ଘାଟ ଶୂନଶାନ ରହିଥିବା ବେଳେ ଗାଡିଚଳାଚଳ ବନ୍ଦ ଯୋଗୁ ସରକାରୀ ଅଫିସ, ଦୋକାନ ବଜ଼ାର ବ୍ୟବସାୟ ସମ୍ପୂର୍ଣ୍ଣ ଫିକା ପଡିଛି l ଅଞ୍ଚଳର ୧୦ରୁ ଉର୍ଦ୍ଧ୍ୱ ବ୍ୟାଙ୍କ୍‌ରେ କାରବାର ବାଧାପ୍ରାପ୍ତ ହୋଇଛି। ପୋଲିସ ତରଫରୁ ପାଟ୍ରୋଲିଂ ଚାଲିଛି । ବାଙ୍କବଜ଼ାର, ବଡଦାଣ୍ଡ, ଗଣିଛକ ସମେତ ବ୍ଳକ ଲାଇନ ସବୁ ଖାଁ ଖାଁ ହୋଇଯାଇଛି। ଗ୍ରାମାଞ୍ଚଳ ଜନତା ଆଜି ସହରକୁ କୌଣସି କାମରେ ଆସି ନ ଥିବା ଦେଖାଯାଇଛି। ଅଟୋ, ଯାତ୍ରୀବାହୀ ବସ୍‌, ମାଲବାହୀ ଗାଡି ସବୁ ବନ୍ଦ ରହିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

ବୃଦ୍ଧାବସ୍ଥାରେ ଜୀବନଟା କଷ୍ଟଦାୟକ: ନଞ୍ଜାଙ୍କୁ ମିଳୁଛି କମ ଭତ୍ତା, ଦୁଇଓଳା ଦୁଇମୁଠା ଖାଇବା…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ବୟସ ଥିବା ସମୟରେ ଜୀବନଟା ସେତେଟା କଷ୍ଟ ଲାଗେନି କିନ୍ତୁ ବୃଦ୍ଧାବସ୍ଥା ଶରୀରକୁ ରୋଗକ୍ରାନ୍ତ କରିପକାଏ। ଏଭଳି କିଛି ଦୃଶ୍ୟ...

ବସ୍‌ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍‌...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri