Posted inଖେଳ

ପ୍ରଥମ ରାଉଣ୍ଡରୁ ସିନ୍ଧୁ ବିଦା

ଲଣ୍ଡନ୍‌,୧୬ା୩: ଅଲ ଇଂଲଣ୍ଡ ଓପନ ବ୍ୟାଡମିଣ୍ଟନର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଛନ୍ତି ଭାରତର ପି ଭି ସିନ୍ଧୁ। ଦୁଇ ଦୁଇ ଥର ଅଲିମ୍ପିକ୍ସ ପଦକ ବିଜୟିନୀ ସିନ୍ଧୁ ପ୍ରଥମ ରାଉଣ୍ଡରେ ଚୀନ୍‌ର ଝାଙ୍ଗ ୟି ମାନଙ୍କ ନିକଟରୁ ପରାଜିତ ହୋଇଛନ୍ତି। ବୁଧବାର ବର୍ମିଂହାମରେ ଅନୁଷ୍ଠିତ ମ୍ୟାଚରେ ସିନ୍ଧୁ ୧୭-୨୧ ଓ ୧୧-୨୧ରେ ପରାଜିତ ହୋଇଥିଲେ। ମ୍ୟାଚ୍‌ଟି ମାତ୍ର ୩୯ ମିନିଟ ଧରି ଚାଲିଥିଲା।

୨୦୨୩ ସିନ୍ଧୁଙ୍କ ପାଇଁ ଏତେଟା ଉଲ୍ଲେଖନୀୟ ରହିନାହିଁ। ଆହତ ସମସ୍ୟାରୁ ପ୍ରତ୍ୟାବର୍ତ୍ତନ ପରେ ମାଲେସିଆ ଓପନର ପ୍ରଥମ ରାଉଣ୍ଡରୁ ବିଦାୟ ନେଇଥିବା ବେଳେ କୋଚ୍‌ ପାର୍କ ଟାଏ ସାଙ୍ଗଙ୍କ ଠାରୁ ଅଲଗା ମଧ୍ୟ ହୋଇଥିଲେ। ବୁଧବାର ପ୍ରଥମ ରାଉଣ୍ଡରେ ସିନ୍ଧୁ ସାମାନ୍ୟ ସଂଘର୍ଷ କରିଥିଲେ। ମାତ୍ର ଦ୍ୱିତୀୟ ରାଉଣ୍ଡରେ ଝାଙ୍ଗ ସମ୍ପୂର୍ଣ୍ଣ ପ୍ରାଧାନ୍ୟ ବିସ୍ତାର କରି ଖେଳିବା ସହିତ ଏକପାଖିଆ ଭାବରେ ମ୍ୟାଚ ଜିତି ନେଇଥିଲେ। ବୁଧବାର ମହିଳା ଡବଲ୍ସ ଯୋଡି ଟ୍ରିସା ଜୋଲି ଓ ଗାୟତ୍ରୀ ଗୋପୀଚାନ୍ଦ ପ୍ରଥମ ରାଉଣ୍ଡ ମ୍ୟାଚ୍‌ ଜିତିବାରେ ସଫଳ ହୋଇଛନ୍ତି।

ଜୋଲ-ଗୋପୀଚାନ୍ଦ ସପ୍ତମ ସିଡ୍‌ ଥାଇଲାଣ୍ଡର ଜଙ୍ଗକୋଲଫାନ କିଟିଥାରାକୁଲ ଓ ରାଓ୍ବିଣ୍ଡା ପ୍ରଜୋଗଞ୍ଜାଇଙ୍କୁ ୨୧-୧୮ ଓ ୨୧-୧୪ ସେଟରେ ପରାସ୍ତ କରିଛନ୍ତି। ଥାଇଲାଣ୍ଡ ଯୋଡିଙ୍କ ବିପକ୍ଷରେ ନିଜର ପଞ୍ଚମ ମ୍ୟାଚ ଖେଳୁଥିବା ବେଳେ ଉଭୟ ପ୍ରଥମ ବିଜୟ ହାସଲ କରିଛନ୍ତି। ଅନ୍ୟପକ୍ଷରେ ମଙ୍ଗଳବାର ଭାରତୀୟ ଖେଳାଳି ଏଚ୍‌ ଏସ୍‌ ପ୍ରଣୟ ଓ ଲକ୍ଷ୍ୟ ସେନ୍‌ ନିଜର ପ୍ରଥମ ରାଉଣ୍ଡ ମ୍ୟାଚରେ ବିଜୟ ହାସଲ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜି ଫ୍ରାନ୍ସରେ ପ୍ରବେଶ କରିବ ଅଲିମ୍ପିକ୍ସ ମଶାଲ

ପ୍ୟାରିସ୍‌, ୮ା୫ : ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ର ଅଲିମ୍ପିକ୍ସ ମଶାଲ ଶେଷରେ ଫ୍ରାନ୍ସରେ ପ୍ରବେଶ କରିବାକୁ ଯାଉଛି। ବୁଧବାର ଫ୍ରାନ୍ସର ଦକ୍ଷିଣ ପଟରେ ଥିବା ମାର୍ସେଲେ...

ସୂର୍ଯ୍ୟ ୩ନଂ.ରେ ଖେଳିବା ଉଚିତ: ଲାରା

ନୂଆଦିଲ୍ଲୀ, ୮।୫ : ଆସନ୍ତା ମାସରେ ହେବାକୁ ଯାଇଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସୂର୍ଯ୍ୟକୁମାର ଭାରତୀୟ ବ୍ୟାଟିଂ କ୍ରମରେ ୩ ନମ୍ବରରେ ଆସିବା ଉଚିତ ବୋଲି...

‘ଟି୨୦ ବିଶ୍ୱକପ୍‌ ପୂର୍ବରୁ ରୋହିତଙ୍କୁ ବିଶ୍ରାମ ଆବଶ୍ୟକ’

ମୁମ୍ବାଇ, ୮ା୫ : ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମାଙ୍କୁ ଟି୨୦ ବିଶ୍ୱକପ୍‌ ପୂର୍ବରୁ ବିଶ୍ରାମ ଆବଶ୍ୟକ ବୋଲି ମତ ଦେଇଛନ୍ତି ପୂର୍ବତନ ଅଷ୍ଟ୍ରେଲୀୟ...

ଓଡ଼ିଶାର ଜୁଲି, ପ୍ୟାରୀ, ଲିନ୍‌ଡା ସାମିଲ

ନୂଆଦିଲ୍ଲୀ, ୮।୫: ତାସକେଣ୍ଟଠାରେ ମେ’ ୩୧ ଓ ଜୁନ୍‌ ୪ରେ ଭାରତୀୟ ସିନିୟର ମହିଳା ଫୁଟବଲ ଦଳ ଉଜ୍‌ବେକିସ୍ତାନ ବିପକ୍ଷରେ ୨ଟି ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ ଖେଳିବ।...

‘ବିରାଟ କି ବୁମ୍‌ରା ନୁହନ୍ତି, ଟିମ୍‌ ଇଣ୍ଡିଆକୁ ବିଶ୍ୱକପ୍‌ ଜିତାଇବେ ଏହି ୨ ଖେଳାଳି ’

ନୂଆଦିଲ୍ଲୀ,୭।୫:ଆଇପିଏଲ୍‌ ପରେ ଟି୨୦ ବିଶ୍ୱକପ୍‌ ହେବାକୁ ଯାଉଛି। ୨ ଜୁନ୍‌ରୁ ହେବାକୁ ଥିବା ଏହି ଟୁର୍ନାମେଣ୍ଟରେ ଭାରତ ଆୟର୍ଲାଣ୍ଡ ବିପକ୍ଷରେ ପ୍ରଥମ ମୁକାବିଲା ଖେଳିବ। ଏହି...

VIDEO: ଶାହାରୁଖ ଖାନ୍‌ଙ୍କୁ ଦେଖି ଖୁସିରେ ନାଚି ଉଠିଲେ ପୃଥ୍ବୀ ଶ’ଙ୍କ ପ୍ରେମିକା, କଲେ ଏଭଳି…

ନୂଆଦିଲ୍ଲୀ,୭।୫: ଆଇପିଏଲ୍‌ର କିଛି ଟିମ୍‌ର ମାଲିକ ହେଉଛନ୍ତି ସେଲିବ୍ରିଟି। ଏଣୁ ଉକ୍ତ ଦଳର ମ୍ୟାଚ୍‌ ସମୟରେ କଳାକାରଙ୍କୁ ଦେଖିବାକୁ ମିଳିଥାଏ। ପଞ୍ଜାବରୁ ପ୍ରିତି ଜିଣ୍ଟା ହୁଅନ୍ତୁ...

ବିରାଟ-ଗାଭାସ୍କର ବିବାଦକୁ ଡେଇଁଲେ ଅକ୍‌ରମ୍‌; କୋହଲିଙ୍କୁ କହିଦେଲେ ବଡ଼ କଥା…

ନୂଆଦିଲ୍ଲୀ,୭।୫: ନିକଟରେ ଦେଖାଦେଇଥିବା ବିରାଟ କୋହଲି ଏବଂ ସୁନୀଲ ଗାଭାସ୍କରଙ୍କ ମଧ୍ୟର ବିବାଦ ମଧ୍ୟକୁ ଡେଇଁ ପଡ଼ିଛନ୍ତି ପାକିସ୍ତାନର ପୂର୍ବତନ ଅଧିନାୟକ ଓ୍ବାସିମ ଅକରମ୍‌। ବିରାଟଙ୍କୁ...

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ଭାରତୀୟ ଦଳ ପାଇଁ ଖୁସିଖବର

ନୂଆଦିଲ୍ଲୀ,୭।୫: ଭାରତୀୟ କ୍ରିକେଟ ଦଳର କିଛି ଖେଳାଳି ଟି-୨୦ ବିଶ୍ୱକପ ଘୋଷଣା ପରେ ଫ୍ଲପ ହୋଇଥିବାର ନଜର ଆସିଥିଲେ। କିନ୍ତୁ ବର୍ତ୍ତମାନ ଦଳ ପାଇଁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri