Posted inଜାତୀୟ

ଧୁମଧାମରେ ପାଳନ ହେବ ଯୋଗୀ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉତ୍ସବ

ଲକ୍ଷ୍ନୌ,୧୬ ।୩: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ୧ବର୍ଷ ପୂର୍ତ୍ତି ୨୫ ମାର୍ଚ୍ଚରେ ପାଳନ ହେବାକୁ ଯାଉଛି । ଯୋଗୀ ସରକାର ଏକ ବର୍ଷ ପୂରଣ କରିଥିବା ଖୁସିରେ ଭାରତୀୟ ଜନତା ପାର୍ଟି(ଭାଜପା) ସଙ୍ଗଠନର ପ୍ରସ୍ତୁତି ଖୁବ ଧୁମଧାମରେ ଚାଲିଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିଜେ ଲକ୍ଷ୍ନୌରେ ପ୍ରେସ କନଫରେନ୍ସ କରି ଯୋଗୀ ଦ୍ୱିତୀୟ କାର୍ଯ୍ୟକାଳ ୧ ବର୍ଷ ପୁରଣ ହେବା ପରେ ସରକାର ସେମାନଙ୍କ ଉପଲବ୍ଧିର ସୂଚନା ଦେବେ । ଏହାସହ ସରକାରଙ୍କ ମନ୍ତ୍ରୀ, ଏମପି, ବିଧାୟକ ଭିନ୍ନ ଭିନ୍ନ ଜିଲାକୁ ଯାଇ ସରକାରଙ୍କ ଉପଲବ୍ଧି କଥା କହିବେ । ବିରୋଧୀ ଏହାକୁ ନେଇ ସରକାରଙ୍କୁ ପ୍ରଶ୍ନ କରିବେ ।
ସୂଚନାଯୋଗ୍ୟ, ୨୦୨୨ରେ ହୋଇଥିବା ବିଧାନସଭା ନିର୍ବାଚନରେ ଭାଜପା ପୂର୍ଣ୍ଣ ବହୁମତ ସହ ଶାସନ କ୍ଷମତାକୁ ପୁଣିଥରେ ଫେରିଥିଲା । ଉତ୍ତର ପ୍ରଦେଶ ଇତିହାସରେ ଏହା ୩୭ ବର୍ଷ ପରେ ହୋଇଥିଲା ଯେତେବେଳେ ଗୋଟିଏ ଦଳ ଦ୍ୱିତୀୟଥର ଲାଗି ପୁଣିଥରେ ସରକାର ଗଠନ କରିଥିଲା । ଏହି ସରକାରଙ୍କୁ ଏବେ ୨୫ ମାର୍ଚ୍ଚରେ ୧ ବର୍ଷ ପୂରଣ ହେବ । ଏହାକୁ ସାରା ରାଜ୍ୟରେ ଧୁମଧାମରେ ପାଳନ କରାଯିବାକୁ ଆୟୋଜନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri