Posted inଖେଳ

ସୌରଭ ଗାଙ୍ଗୁଲିଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୬।୩: ବିସିସିଆଇର ପୂର୍ବତନ ସଭାପତି ସୌରଭ ଗାଙ୍ଗୁଲିଙ୍କୁ ବଡ଼ ଦାୟିତ୍ୱ ମିଳିଛି। ତାଙ୍କୁ ଦିଲ୍ଲୀ କ୍ୟାପିଟାଲ୍ସର ‘ଡାଇରେକ୍ଟର ଅଫ୍‌ କ୍ରିକେଟ୍‌’ ନିଯୁକ୍ତ କରାଯାଇଛି। ଗାଙ୍ଗୁଲି ଦିଲ୍ଲୀ ଫ୍ରାଞ୍ଚାଇଜରେ ଯୋଗ ଦେଇସାରିଛନ୍ତି ଏବଂ ଦିଲ୍ଲୀର ତାଲିମ ଶିବିରରେ ମଧ୍ୟ ଉପସ୍ଥିତ ଅଛନ୍ତି, କିନ୍ତୁ ତାଙ୍କୁ ଦିଆଯାଇଥିବା ଦାୟିତ୍ୱ ଗୁରୁବାର ଘୋଷଣା କରାଯାଇଛି। ପୂର୍ବରୁ ଆଇପିଏଲ ୨୦୧୯ରେ ସୌରଭ ଗାଙ୍ଗୁଲି ଦିଲ୍ଲୀ କ୍ୟାପିଟାଲ୍ସର ପରାମର୍ଶଦାତା ଥିଲେ।
ତାଙ୍କର ଏହି ନୂତନ ଦାୟିତ୍ୱକୁ ନେଇ ଗାଙ୍ଗୁଲି କହିଛନ୍ତି, ମୁଁ ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିବାକୁ ଉତ୍ସାହିତ ଅଛି। ଗତ କିଛି ମାସ ଧରି, ମୁଁ ଦିଲ୍ଲୀ କ୍ୟାପିଟାଲ୍ସର ବିଭିନ୍ନ ଦଳ ସହିତ ଜଡିତ ଅଛି। ଡବ୍ଲ୍ୟୁପିଏଲ୍‌ରେ ଦିଲ୍ଲୀ ଫ୍ରାଞ୍ଚାଇଜ ମହିଳା ଦଳ ଏବଂ ସା୨୦ର ପ୍ରିଟୋରିଆ କ୍ୟାପିଟାଲ୍ସ ସହିତ ମୁଁ ଜଡିତ ଥିଲି। ବର୍ତ୍ତମାନ ମୁଁ ଆଇପିଏଲର ଆଗାମୀ ସିଜିନକୁ ଅପେକ୍ଷା କରିଛି। ମୋର ଶେଷ କାର୍ଯ୍ୟକାଳ ମଧ୍ୟରେ, ଦିଲ୍ଲୀ କ୍ୟାପିଟାଲ୍ସ ଏକ ଦଳ ଭାବରେ ଭଲ ପ୍ରଦର୍ଶନ କରିଥିଲା। ଏଥର ମଧ୍ୟ ମୋର ସମାନ ଆଶା ଅଛି। ସୌରଭ ଗାଙ୍ଗୁଲିଙ୍କ ପରାମର୍ଶରେ ଦିଲ୍ଲୀ କ୍ୟାପିଟାଲ୍ସ ଆଇପିଏଲ ୨୦୧୯ରେ ଭଲ ପ୍ରଦର୍ଶନ କରି ପଏଣ୍ଟ ଟେବୁଲରେ ତୃତୀୟ ସ୍ଥାନରେ ଥିଲା।
ରିଷଭ ପନ୍ତଙ୍କ ଅନୁପସ୍ଥିତିରେ, ଦିଲ୍ଲୀ କ୍ୟାପିଟାଲ୍ସ ଡେଭିଡ ୱାର୍ନରଙ୍କୁ ଆଇପିଏଲ ୨୦୨୩ ପାଇଁ ଅଧିନାୟକ ଭାବେ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri