Posted inଜାତୀୟ

ମାର୍ଚ୍ଚ ୨୫ରେ ସିବିଆଇରେ ହାଜର ହେବାକୁ ତେଜସ୍ବୀଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୬।୩: ଜମି ବଦଳରେ ଚାକିରି ଦୁର୍ନୀତି ମାମଲାରେ ଆରଜେଡି ନେତା ତଥା ବିବାହର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମଧ୍ୟ କୌଣସି ଆଶ୍ୱସ୍ତି ମିଳିନାହିଁ। ମାର୍ଚ୍ଚ ୨୫ରେ ତେଜସ୍ବୀଙ୍କୁ ସିବିଆଇ ସମ୍ମୁଖରେ ହାଜର ହେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସିବିଆଇ କୋର୍ଟରେ କହିଛି ଯେ, ମାର୍ଚ୍ଚରେ ତେଜସ୍ବୀଙ୍କୁ ଗିରଫ କରାଯିବ ନାହିଁ।
ଜମି ବଦଳରେ ଚାକିରି ଦେବା ଦୁର୍ନୀତି ମାମଲାରେ ପଚରାଉଚରା ପାଇଁ ସିବିଆଇ ତେଜସ୍ବୀଙ୍କୁ ସମନ ଜାରି କରିଛି। ସିବିଆଇ ସମନ ଉପରେ ରୋକ ଲଗାଇବାକୁ ସେ ଦିଲ୍ଲୀ ହାଇକୋର୍ଟ ଯାଇଥିଲେ ତେଜସ୍ବୀ।
ଏହି ସ୍କାମ ମାମଲାରେ ଚଳିତ ମାସରେ ତେଜସ୍ବୀ ଯାଦବଙ୍କୁ ପଚରାଉଚରା ପାଇଁ ସିବିଆଇ ନୋଟିସ ଦେଇଥିଲା। ମାର୍ଚ୍ଚ ୧୪ରେ ତୃତୀୟ ଥର ପାଇଁ ସିବିଆଇର ପଚରାଉଚରାକୁ ଆସିନାହାଁନ୍ତି। ଏହାପୂର୍ବରୁ ମାର୍ଚ୍ଚ ୪ ଏବଂ ମାର୍ଚ୍ଚ ୧୧ରେ ତେଜସ୍ବୀ ପଚରାଉଚରା ପାଇଁ ଅଧିକାରୀଙ୍କ ନିକଟରେ ହାଜର ହୋଇ ନ ଥିଲେ, ଯାହା ପରେ ତାଙ୍କୁ ମାର୍ଚ୍ଚ ୧୪ ରେ ଡକାଯାଇଥିଲା। ସିବିଆଇର ସମନ ପାଇବା ପରେ ତେଜସୱୀ ଯାଦବ ଦିଲ୍ଲୀ ସିବିଆଇ କାର୍ଯ୍ୟାଳୟରେ ପଚରାଉଚରା ନ କରିବାକୁ ଅନୁରୋଧ କରିଥିଲେ। ସେ କହିଥିଲେ, ବର୍ତ୍ତମାନ ବିଧାନସଭା ଅଧିବେଶନ ଚାଲିଛି, ତେଣୁ ତାଙ୍କୁ ଏପ୍ରିଲ ୫ ପରେ ଡକାଯିବା ଉଚିତ୍‌।
ଏହାପୂର୍ବରୁ ଦିଲ୍ଲୀର ସ୍ପେଶାଲ ରାଉସ ଆଭେନ୍ୟୁ କୋର୍ଟ ଆରଜେଡି ନେତା ତଥା ପୂର୍ବତନ ରେଳମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ, ସ୍ତ୍ରୀ ରାବ୍ରି ଦେବୀ ଏବଂ ଝିଅ ମିସା ଭାରତୀଙ୍କୁ ଜମି ବଦଳରେ ଚାକିରି ଦୁର୍ନୀତି ମାମଲାରେ ଜାମିନ ପ୍ରଦାନ କରିଥିଲେ। ମାର୍ଚ୍ଚ ୨୯ରେ ଅଧିକ ଶୁଣାଣି ପାଇଁ କୋର୍ଟ ଏହି ମାମଲା ତାଲିକାଭୁକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri