ସମସ୍ୟା ଘେରରେ ତାମଡ଼ା ବଜାର:କାଦୁଅ ପାଣିରେ ଚାଲିଛି କିଣାବିକା

ବଅଁରପାଳ, ୩୦।୭(ଡି.ଏନ.ଏ.)ଅନୁଗୋଳ ଜିଲା ବଅଁରପାଳଠାରେ ଥିବା ତାମଡ଼ା ବଜାରରେ ବିଭିନ୍ନ ସମସ୍ୟା ଲାଗି ରହିଛି। ଏଠାରେ ପ୍ରାୟ ୪୦ରୁ ଊର୍ଦ୍ଧ୍ୱ ଦୋକାନ ଗୃହ ରହିଥିବାବେଳେ ମରାମତି ଅଭାବରୁ ସେଗୁଡ଼ିକ ଶୋଚନୀୟ ହୋଇପଡ଼ିଛି। ଫଳରେ ଗ୍ରାହକ ଓ ବ୍ୟବସାୟୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।
ସ୍ଥାନୀୟ ବାସିନ୍ଦାଙ୍କ ଅଭିଯୋଗ ମୁତାବକ, ୧୯୮୯ ଅକ୍ଟୋବର ୩ରେ ଏହି ବଜାର ଉଦ୍‌ଘାଟିତ ହୋଇଥିଲା। ତତ୍‌କାଳୀନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରିଥିଲେ। ତାଳଚେର-ଅନୁଗୋଳ ମେରାମଣ୍ଡଳୀ ଆଞ୍ଚଳିକ ଉନ୍ନୟନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏହି ବଜାର ନିର୍ମିତ ହୋଇଥିଲା। ବଜାର ନିର୍ମାଣ ସହ ମୋଟର ଗାଡ଼ି ରହିବା ସ୍ଥାନ ଓ ଯାତ୍ରୀ ବିଶ୍ରାମଗାର ପାଇଁ ସଂସ୍ଥା ପକ୍ଷରୁ ଏହି ଯୋଜନା କାର୍ଯ୍ୟକାରୀ ହୋଇଥିଲା। ତେବେ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ବର୍ତ୍ତମାନ ବଜାର ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ଏଠାରେ ରାସନ ଦୋକାନ, ଷ୍ଟେଶନାରୀ, ବସ୍ତ୍ରାଳୟ, ଜୋତା ଦୋକାନ, ପରିବା ଦୋକାନ, ସାଇକେଲ ଦୋକାନ, ଜଳଖିଆ ଦୋକାନ ସମେତ ବିଭିନ୍ନ ଦୋକାନ ରହିଥିବାବେଳେ ମରାମତି ଅଭାବରୁ ସେଗୁଡ଼ିକ ଶୋଚନୀୟ ହୋଇ ରହିଛି। ବର୍ଷାଦିନେ ଦୋକାନ ଗୃହରୁ ପାଣି ଗଳୁଥିବାବେଳେ କେତେକ ଦୋକାନର କାନ୍ଥ ଫାଟି ଯାଇଛି। ସେହିପରି ବର୍ଷା ଦିନେ ଦୋକାନରେ ପାଣି ପଶୁଥିବାରୁ କେତେକ ବ୍ୟବସାୟୀ ଦୋକାନରେ ପାଲ ଟାଣୁଥିବା ଦେଖିବାକୁ ମିଳୁଛି। ବର୍ଷା ହେଲେ ବଜାର ଭିତରଟି କାଦୁଅପୂର୍ଣ୍ଣ ହୋଇପଡ଼ିଛି। ଫଳରେ ବର୍ଷା ଦିନେ ପାଣି କାଦୁଅରେ ଗ୍ରାହକମାନେ କିଣାବିକା କରୁଥିବା ଦେଖାଯାଉଛି। ବଜାରରେ ଲାଇଟ ବ୍ୟବସ୍ଥା ଅଚଳ ହୋଇପଡିଛି। ଏଥିଯୋଗୁ ସନ୍ଧ୍ୟାରେ ସମ୍ପୂର୍ଣ୍ଣ ବଜାର ଅନ୍ଧାର ହୋଇପଡ଼ିଛି। ସେହିପରି ଶୌଚାଳୟ, ବିଶ୍ରାମାଗାର ନ ଥିବାରୁ ବ୍ୟବସ୍ଥା ନ ଥିବାରୁ ଗ୍ରାହକ ଓ ବ୍ୟବସାୟୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ମାସକୁ ଏଠାରୁ ପ୍ରାୟ ୫୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ତାମଡ଼ା କର୍ତ୍ତୃପକ୍ଷଙ୍କ ନିକଟକୁ ଯାଉଥିବାବେଳେ ବଜାରର ଉନ୍ନତି ପାଇଁ କର୍ତ୍ତପକ୍ଷଙ୍କ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବାରୁ ବଜାରବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଉଛି। ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେଇ ଲାଗି ରହିଥିବା ସମସ୍ୟାର ସମାଧାନ କରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାଣିଛନ୍ତି କି ପେଟ୍ରୋଲ-ଡିଜେଲ ବି ହୁଏ ଏକ୍ସପାରୀ, ଏତିକି ଦିନ ଯାଏ ରଖିପାରିବେ…

ଅଧିକାଂଶ ଲୋକ ବିଶ୍ୱାସ କରନ୍ତି ଯେ ଥରେ ଟ୍ୟାଙ୍କରେ ଭର୍ତ୍ତି କରି କିମ୍ୱା କ୍ୟାନରେ ସଂରକ୍ଷଣ କରିଦେଲେ, ଇନ୍ଧନ ସବୁଦିନ ପାଇଁ ରହିଥାଏ। କିନ୍ତୁ ଏହା...

ରବିବାର ଭୂଲରେ ବି କାଟନ୍ତୁନି ଚୁଟି କି କରନ୍ତୁନି ଟ୍ରିପ୍‌ ପ୍ଲାନିଂ, ନଚେତ ଜୀବନ ହୋଇଯିବ ନର୍କ!

ହିନ୍ଦୁ ଧର୍ମରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦେବତାଙ୍କୁ ସମର୍ପିତ। ରବିବାର ଭଗବାନ ସୂର୍ଯ୍ୟଙ୍କୁ ସମର୍ପିତ। ଆଜି ରବିବାର। ଏହି ଦିନ ସୂର୍ଯ୍ୟଙ୍କୁ ପ୍ରାର୍ଥନା...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri