Posted inଜାତୀୟ

ନିଜ ପାପ ପାଇଁ ରାହୁଲଙ୍କୁ କ୍ଷମା ମାଗିବାକୁ ପଡିବ: ନଡା

ନୂଆଦିଲ୍ଲୀ,୧୭।୩: ଭାଜପା ସଭାପତି ଜେପି ପଡା ଶୁକ୍ରବାର ପୁଣି କଂଗ୍ରେସ ଏବଂ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ଲଣ୍ଡନରେ ଦେଇଥିବା ଜାତୀୟ ବିରୋଧୀ ବିବୃତ୍ତିକୁ ନେଇ ରାହୁଲ ଗାନ୍ଧୀଙ୍କୁ ଦେଶ ତଥା ସଂସଦରେ କ୍ଷମା ମାଗିବାକୁ ପଡ଼ିବ ବୋଲି ସେ କହିଛନ୍ତି।
ଭିଡିଓ କନଫରେନ୍ସିଂ ମାଧ୍ୟମରେ ନଡା କହିଛନ୍ତି, କଂଗ୍ରେସ ଦଳ ଜାତୀୟ ବିରୋଧୀ କାର୍ଯ୍ୟକଳାପରେ ଜଡିତ ହେବା ଦୁର୍ଭାଗ୍ୟଜନକ। ଜନସାଧାରଣ ବାରମ୍ବାର ପ୍ରତ୍ୟାଖ୍ୟାନ କରିବା ପରେ ରାହୁଲ ଗାନ୍ଧୀ ଏହି ଜାତୀୟ ବିରୋଧୀ ଟୁଲ୍‌କିଟ୍‌ ଏକ ସ୍ଥାୟୀ ଅଂଶ ହୋଇ ଯାଇଛନ୍ତି। ଗୋଟିଏ ପଟେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଦେଶ ବିଶ୍ୱର ୫ତମ ବୃହତ୍ତମ ଅର୍ଥନୀତିରେ ପରିଣତ ହେଉଛି ଏବଂ ଜି-୨୦ ବୈଠକ ଏଠାରେ ଅନୁଷ୍ଠିତ ହେଉଛି ଅନ୍ୟପଟେ ରାହୁଲ ଗାନ୍ଧୀ ଦେଶ ତଥା ସଂସଦକୁ ବିଦେଶୀ ମାଟିରେ ଅପମାନ କରୁଛନ୍ତି, ମୁଁ ଏହା ପଛରେ ତାଙ୍କ ଉଦ୍ଦେଶ୍ୟ ଜାଣିବାକୁ ଚାହୁଁଛି।
ନଡା ଆହୁରି ମଧ୍ୟ କହିଛନ୍ତି, ମୁଁ ରାହୁଲ ଗାନ୍ଧୀଙ୍କୁ ପଚାରିବାକୁ ଚାହେଁ, ୟୁରୋପ ଏବଂ ଆମେରିକାରୁ ଭାରତର ଘରୋଇ କାର୍ଯ୍ୟରେ ହସ୍ତକ୍ଷେପ କରିବା ପଛରେ ତାଙ୍କର ଉଦ୍ଦେଶ୍ୟ କ’ଣ? ରାହୁଲ ଗାନ୍ଧୀ ଦେଶକୁ ବଦନାମ କରୁଛନ୍ତି। ଭାରତ ବିରୋଧୀ ଜର୍ଜ ସୋରୋସ ଏବଂ ରାହୁଲ ଗାନ୍ଧୀଙ୍କ ଭାଷା ସମାନ, ପାକିସ୍ତାନ ଏବଂ କଂଗ୍ରେସର ଭାଷା ମଧ୍ୟ ସମାନ। ଦେଶର ଲୋକମାନେ କଂଗ୍ରେସର ଏହି ଯୋଜନା ଗ୍ରହଣ କରିବେ ନାହିଁ। ଏହାକୁ ସଫଳ ହେବାକୁ ଦେବେ ନାହିଁ। ଏହି ପାପ ପାଇଁ ରାହୁଲ ଗାନ୍ଧୀଙ୍କୁ ଦେଶକୁ କ୍ଷମା ମାଗିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri