ଦେବଦୂତ ସାଜି ଜଣଙ୍କ ଜୀବନ ବଞ୍ଚାଇଲେ ଆର୍‌ପିଏଫ୍‌ କନଷ୍ଟେବଳ

ଛତ୍ରପୁର,୧୭ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନରେ ଜଣେ ଯୁବକଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଛନ୍ତି ଜଣେ ଆର୍‌ପିଏଫ୍‌ ଯବାନ। ଚଳନ୍ତା ଟ୍ରେନରୁ ଡେଇଁପଡ଼ି ଯୁବକ ରେଳ ଧାରଣା ଭିତରକୁ ଟାଣି ହୋଇଯିବା ପୂର୍ବରୁ ଯୁବକଙ୍କୁ ମୃତ୍ୟୁ ମୁଖରୁ ଟାଣି ଆଣିଛନ୍ତି କାର୍ଯ୍ୟରତ ଆର୍‌ପିଏଫ୍‌ କନଷ୍ଟେବଳ।
ସୂଚନାନୁଯାୟୀ, ଶୁକ୍ରବାର କେନ୍ଦ୍ରାପଡ଼ା ଡେରାବିଶ ଅଞ୍ଚଳର ଯୁବକ ଅନିଲ ସେଠୀ ଭୁବନେଶ୍ୱରରୁ କୋଣାର୍କ ଏକ୍ସପ୍ରେସରେ ମୁମ୍ବାଇ ଯାଉଥିବା ବେଳେ ଛତ୍ରପୁର ଷ୍ଟେଶନ ୨ନମ୍ବର ପ୍ଲାଟଫର୍ମରେ ଗାଡି ଛାଡ଼ିବା ସମୟରେ କୌଣସି କାରଣବଶତଃ ସେ ଟ୍ରେନରୁ ଡେଇଁ ପଡ଼ିଥିଲେ। ଏହି ସମୟରେ ସେ ରେଳ ଧାରଣା ଆଡ଼କୁ ଟାଣି ହୋଇଚାଲିଯାଇଥିଲେ। ସେହି ସମୟରେ ପ୍ଲାଟ୍‌ଫର୍ମରେ ଡ୍ୟୁଟିରେ ଥିବା ଆର୍‌ପିଏଫ୍‌ କନଷ୍ଟେବଳ ପ୍ରସନ୍ନ କୁମାର ନାୟକ ନିଜର ଉପସ୍ଥିତ ବୁଦ୍ଧି ଓ ସାହସିକତା ଦେଖାଇ ତାଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଥିଲେ। କନଷ୍ଟେବଳ ପ୍ରସନ୍ନଙ୍କ ଉପସ୍ଥିତ ବୁଦ୍ଧି ଓ ସାହସିକତାକୁ ସବୁ ମହଲରେ ପ୍ରଶଂସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri