ରୁଷିଆ ଯିବେ ଜିନ୍‌ପିଙ୍ଗ୍‌: ସ୍ପଷ୍ଟ କଲା ଚାଇନା ବିଦେଶ ମନ୍ତ୍ରଣାଳୟ

ବେଜିଂ,୧୭।୩: ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍‌ ଆସନ୍ତା ସପ୍ତାହରେ ରୁଷିଆ ଗସ୍ତ କରିବେ। ତାଙ୍କର ମସ୍କୋ ଗସ୍ତକୁ ଚାଇନା ବୈଦେଶିକ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି। ଜିନ୍‌ପିଙ୍ଗ୍‌ ମସ୍କୋରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କୁ ଭେଟିବେ। ଜିନ୍‌ପିଙ୍ଗ୍‌ଙ୍କ ଏହି ଗସ୍ତ ରୁଷିଆ-ୟୁକ୍ରେନର ଯୁଦ୍ଧ ମଧ୍ୟରେ ହେଉଛି। ତେଣୁ ବିଶ୍ୱର ନଜର ତାଙ୍କ ଉପରେ ରହିଛି। ଶୁକ୍ରବାର ଚାଇନା ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ମାର୍ଚ୍ଚ ୨୦ରୁ ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍‌ ରୁଷିଆ ଗସ୍ତ କରିବେ। ଚାଇନା ରାଷ୍ଟ୍ରପତି ଭାବେ ତୃତୀୟ କାର୍ଯ୍ୟକାଳରେ ଏହା ଜିନ୍‌ପିଙ୍ଗ୍‌ଙ୍କ ପ୍ରଥମ ବୈଦେଶିକ ଗସ୍ତ। ଅନ୍ୟପଟେ ରୁଷିଆର ଶାସନକ୍ଷମତା କେନ୍ଦ୍ର କ୍ରେମଲିନ୍‌ରୁ ମଧ୍ୟ ଏକ ବିବୃତ୍ତିଜାରି କରାଯାଇଛି। ଯେଉଁଥିରେ କୁହାଯାଇଛି। ମାର୍ଚ୍ଚ ୨୦ରୁ ୨୨ ଜିନ୍‌ପିଙ୍ଗ୍‌ ରୁଷିଆକୁ ଏକ ରାଜକୀୟ ଗସ୍ତ କରିବେ। ତାଙ୍କ ଗସ୍ତ ସମୟରେ ରୁଷିଆ ଏବଂ ଚାଇନା ସହଭାଗୀତା ସମ୍ପର୍କ ଏବଂ ରଣନୈତିକ ସହଯୋଗ ସମେତ ପ୍ରମୁଖ ପ୍ରସଙ୍ଗ ଉପରେ ଆଲୋଚନା କରାଯିବ ବୋଲି କ୍ରେମଲିନ୍‌ ପକ୍ଷରୁକୁହାଯାଇଛି। ଏହି ଯାତ୍ରା ଏବେ ବିଶ୍ୱସ୍ତରୀୟ ବିଶେଷଜ୍ଞମାନଙ୍କ ମଧ୍ୟରେ ଏକ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଁମାର ସେନାର ଏୟାର ଷ୍ଟ୍ରାଇକ୍‌ରେ ହସ୍ପିଟାଲ ଧ୍ୱଂସ: ୩୪ ରୋଗୀ, ମେଡିକାଲ କର୍ମଚାରୀଙ୍କ ମୃତ୍ୟୁ

ୟାଙ୍ଗୋନ୍,୧୧ା୧୨: ମ୍ୟାଁମାରରେ ଚାଲିଥିବା ଗୃହଯୁଦ୍ଧ ମଧ୍ୟରେ ସେନା ପକ୍ଷରୁ କରାଯାଇଥିବା ଏକ ଏୟାର ଷ୍ଟ୍ରାଇକ୍‌ରେ ଏକ ହସ୍ପିଟାଲ୍ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ହୋଇଯାଇଛି। ଆରାକାନ୍ ଆର୍ମି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ଆମେରିକାରେ ରହଣି ସମୟରେ ସନ୍ତାନ ଜନ୍ମ କଲେ ଭିସା ବାତିଲ, ପ୍ରଭାବିତ ହେବେ ଅନେକ ଭାରତୀୟ

ନୂଆଦିଲ୍ଲୀ,୧୧ା୧୨: ଆମେରିକାରେ ନାଗରିକତ୍ୱ ହାସଲ କରିବା ପାଇଁ ‘ଜନ୍ମ ପର୍ଯ୍ୟଟନ’କୁ ବନ୍ଦ କରିବା ଲକ୍ଷ୍ୟରେ ଆମେରିକା ଭିସା ନିୟମକୁ କଡ଼ାକଡ଼ି କରିଛି। ଭାରତରେ ଥିବା ଆମେରିକା...

ଗୋଲ୍ଡ କାର୍ଡ ଲଞ୍ଚ୍‌କଲେ ଟ୍ରମ୍ପ୍‌: ଜାଣନ୍ତୁ…

ଓ୍ବାଶିଂଟନ୍‌,୧୧ା୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବୁଧବାର ୧ ନିୟୁତ ଡଲାର ମୂଲ୍ୟର ‘ଟ୍ରମ୍ପ୍‌ ଗୋଲ୍ଡ କାର୍ଡ’ ଲଞ୍ଚ୍‌ କରିଛନ୍ତି। ଏହି ଭିଜା କାର୍ଯ୍ୟକ୍ରମ ଆପ୍ରବାସୀଙ୍କୁ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri