ଅନ୍ଧାରରେ ଡାଇରିଆ, ଟିବି ଓ୍ବାର୍ଡ

କେନ୍ଦୁଝର,୧୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାର ଗୁରୁତ୍ୱପୂର୍ଣ୍ଣ ଡାଇରିଆ ଓ ଟିବି ଓ୍ବାର୍ଡ ଶୁକ୍ରବାର ଅନ୍ଧାରରେ ରହିଥିଲା। ଦିନ ୩.୩୦ରୁ ଲାଇନ କଟିଯାଇଥିବାରୁ ରୋଗୀ ଓ ସ୍ବାସ୍ଥ୍ୟ କର୍ମଚାରୀ ଅକଥନୀୟ ସମସ୍ୟା ଭୋଗୁଛନ୍ତି। ଏହିଭଳି ପ୍ରତ୍ୟେକ ଦିନ ବିଦ୍ୟୁତ କାଟ୍‌ ହେଉଥିବାରୁ ରୋଗୀ ହନ୍ତସନ୍ତ ହେଉଛନ୍ତି। ଅନ୍ଧାରରେ ରୋଗୀମାନେ ମଶାଙ୍କ ପ୍ରାଦୁର୍ଭାବରେ ଅସ୍ତବ୍ୟସ୍ତ ହୋଇ ପଡୁଥିବା ବେଳେ ରୋଗୀ ସେବାରେ ନିୟୋଜିତ କର୍ମଚାରୀମାନେ ରୋଗୀଙ୍କୁ ସାଇଲାଇନ, ଇଞ୍ଜେକ୍ସନ, ଔଷଧ ଦେବାରେ ଅସୁବିଧା ଭୋଗୁଛନ୍ତି। ସେହିପରି ଡାକ୍ତରମାନେ ମଧ୍ୟ ଟର୍ଚ୍ଚ, ମୋବାଇଲ ଲାଇଟ୍‌ରେ ସେବା କରିବାକୁ ବାଧ୍ୟ ହେଉଛନ୍ତି। ଦୀର୍ଘ ମାସ ହେଲା ଡିଜିର ଚେଞ୍ଜ ଓଭର ଖରାପ ହୋଇଯାଇଥିଲେ ହେଁ ସଜଡ଼ା ଯାଉ ନ ଥିବାରୁ ଏଭଳି ପରିସ୍ଥିତି ଉପୁଜିଛି ବୋଲି ଜଣାପଡ଼ିଛି। ଡାକ୍ତରଖାନାକୁ ରୋଗୀ ସେବା ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ହେଉଥିବା ବେଳେ ଏଥିପ୍ରତି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଉ ନ ଥିବାରୁ ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଲାଇନ କାଟି ବିଦ୍ୟୁତ ବିଭାଗ କାମ କରୁଥିବାରୁ ଏଭଳି ସମସ୍ୟା ଦେଖାଦେଇଛି। କିଛି ସମୟ ପରେ ଲାଇନ ଆସିଯିବ ବୋଲି ହସ୍ପିଟାଲ ମ୍ୟାନେଜର ସୁଚିସ୍ମିତା ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚଙ୍କ ପରିବାରରେ ୩ ଶ୍ରମିକ

ନାଉଗାଁ,୪ା୫(ସୁଧା ବେହୁରା) ଶ୍ରମିକମାନଙ୍କୁ ଦାଦନ ଖଟିବାରେ ରୋକ ଲଗାଇବା ସହ ନିଜ ଅଞ୍ଚଳରେ କାର୍ଯ୍ୟ ଯୋଗାଇ ଦେବାର ଲକ୍ଷ୍ୟ ନେଇ କେନ୍ଦ୍ର ସରକାରଙ୍କ ତରଫରୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌...

କୋରାପୁଟରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ: ବିରୋଧୀଙ୍କୁ ଟାର୍ଗେଟ୍‌

କୋରାପୁଟ,୪।୫(ଅମିତାଭ ବେହେରା)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କୋରାପୁଟରେ ପହଞ୍ଚି ନିର୍ବାଚନ ପ୍ରଚାର କରିଛନ୍ତି। କୋରାପୁଟ ଓଏମ୍‌ପି ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଓଡ଼ିଶାର...

୬ରେ ବ୍ରହ୍ମପୁର ଆସିବେ ପ୍ରଧାନମନ୍ତ୍ରୀ: ସଭାକୁ ଆସୁଥିବା ଲୋକଙ୍କ ଉପରେ ରହିବ କଡା ନଜର

ବ୍ରହ୍ମପୁର,୪ା୫(ସ୍ମୃତି ରଞ୍ଜନ ମହାଲିକ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୬ ତାରିଖରେ ବ୍ରହ୍ମପୁର ଆସି ଜାତୀୟ ରାଜପଥ ପାର୍ଶ୍ୱସ୍ଥ କନିିଷିଠାରେ ସାଧାରଣ ସଭାରେ ଯୋଗ ଦେବେ।...

ତାତି ସାଙ୍ଗକୁ ବଢୁଛି ପାଣି ସମସ୍ୟା: ଡହଳବିକଳ ୩୦ ପରିବାର

ବାଲିଆପାଳ, ୩।୫(ଗୋପାଳ ଚନ୍ଦ୍ର ସାହୁ): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ତାତି ସାଙ୍ଗକୁ ବଢିଚାଲିଛି ପିଇବା ପାଣି ସମସ୍ୟା। ଜଳକଷ୍ଟ ଏପରି ହେଲାଣି, ଟୋପାଏ...

ଖାଇବା ଦେବାରେ ବିଳମ୍ବ ହେବାରୁ ମା’ଙ୍କୁ ପିଟି ପିଟି ହତ୍ୟା କଲା ପୁଅ

ପାଟଣା,୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇଟାଙ୍ଗିରୀ ପଞ୍ଚାୟତ ଖିରେଇ ଟାଙ୍ଗିରି ଗାଁ ଭାଲୁପାହାଡ଼ି ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଖାଇବା...

ପାଣି ପାଇଁ ପ୍ରତିବାଦ: ଗରା, ବାଲଟି ରଖି ରାସ୍ତା ଅବରୋଧ କଲେ ମହିଳା

ପାଟଣା:୪।୫(ବୀର କିଶୋର ଦାଶ): ପାନୀୟ ଜଳ ଯୋଗାଣ ଦାବିରେ କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତାର ଟାଙ୍ଗରପଡ଼ା ଛକରେ ଶନିବାର ଶତାଧିକ ମହିଳା ରାସ୍ତା ଉପରେ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

୫୦ ଯାତ୍ରୀଙ୍କୁ ଧରି ଯାଉଥିଲା ବସ୍‌: ବାଟରେ ଦୁର୍ଘଟଣା

ଜଳେଶ୍ୱର,୪।୫(ନବୀନ ସାହୁ): ୧୬ ନମ୍ବର ଜାତୀୟ ରାଜପଥ ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଇନ୍ଦିରା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଶନିବାର ସକାଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri