Posted inଜାତୀୟ

ସିଜେଆଇଙ୍କୁ ଅନ୍‌ଲାଇନ ଟ୍ରୋଲିଂ

ନୂଆଦିଲ୍ଲୀ,୧୮ା୩: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କୁ ସୋସିଆଲ ମିଡିଆରେ ଟାର୍ଗେଟ କରି ଟ୍ରୋଲ କରୁଥିବା ଅଭିଯୁକ୍ତମାନଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବିରେ ବିରୋଧୀ ଦଳର ୧୩ ଜଣ ନେତା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପତ୍ର ଲେଖିଛନ୍ତି। ରାଜ୍ୟ ସଭାର କଂଗ୍ରେସ ସଦସ୍ୟ ବିବେକ କେ. ତାଙ୍ଖାଙ୍କ ନେତୃତ୍ୱରେ ଲେଖାଯାଇଥିବା ଉକ୍ତ ପତ୍ରରେ ଦଳର ଦିଗ୍‌ବିଜୟ ସିଂ, ଶକ୍ତିସିଂ ଗୋହିଲ, ପ୍ରମୋଦ ତିଓ୍ବାରୀ, ଆମି ୟାଗ୍ନିକ, ରଞ୍ଜିତ ରଞ୍ଜନ, ଇମ୍ରାନ ପ୍ରତାପଗର୍ହିଙ୍କ ସମେତ ଏଏପିର ରାଘବ ଚଢ଼ା, ଶିବସେନା (ୟୁବିଟି) ସଦସ୍ୟ ପ୍ରିୟଙ୍କା ଚତୁର୍ବେଦୀ ଏବଂ ସମାଜବାଦୀ ପାର୍ଟିର ଜୟା ବଚ୍ଚନ ଓ ରାମଗୋପାଳ ଯାଦବ ସ୍ବାକ୍ଷର କରିଛନ୍ତି। ଏହି ପ୍ରସଙ୍ଗରେ ତାଙ୍ଖା ଆଟର୍ନି ଜେନେରାଲ ଆର୍‌. ଭେଙ୍କଟରମଣୀଙ୍କ ପାଖକୁ ମଧ୍ୟ ଅନ୍ୟ ଏକ ପତ୍ର ଲେଖିଛନ୍ତି। ମହାରାଷ୍ଟ୍ରରେ ରାଜ୍ୟପାଳଙ୍କ ଭୂମିକା ଏବଂ ସରକାର ଗଠନ ମାମଲା ସିଜେଆଇଙ୍କ ଅଧ୍ୟକ୍ଷତାରେ ଗଠିତ ସାମ୍ବିଧାନିକ ପୀଠରେ ବିଚାରାଧୀନ ଥିବାବେଳେ ଶାସକ ଦଳର ସ୍ବାର୍ଥକୁ ସମ୍ଭବତଃ ସହାନୁଭୂତି ଦେଖାଇ ଟ୍ରୋଲ୍‌ ଆର୍ମି ଜଷ୍ଟିସ୍‌ ଚନ୍ଦ୍ରଚୂଡ଼ଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ। ଏଭଳି ଅରୁଚିକର ଏବଂ ନିନ୍ଦନୀୟ ମନ୍ତବ୍ୟ ସୋସିଆଲ ମିଡିଆରେ ଲକ୍ଷ ଲକ୍ଷ ଲୋକଙ୍କ ଦୃଷ୍ଟି ଆକର୍ଷଣ କରିଥିଲା ବୋଲି ବିରୋଧୀ ନେତାମାନେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri