Posted inଜାତୀୟ

ଆମକୁ ଦେଶଭକ୍ତି ପାଠ ପଢ଼ାନ୍ତୁ ନାହିଁ ଦେଶ ବିରୋଧୀ: ଖାର୍ଗେ

ନୂଆଦିଲ୍ଲୀ,୧୮ା୩: ଲଣ୍ଡନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାରତୀୟ ଗଣତନ୍ତ୍ର ଉପରେ ଦେଇଥିବା ମନ୍ତବ୍ୟକୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ସମେତ ଦଳର ଅନେକ ନେତା ସମାଲୋଚନା କରିଛନ୍ତି। ଏହାର ଜବାବରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଶୁକ୍ରବାର କହିଛନ୍ତି, ଯେଉଁମାନେ ଦେଶବିରୋଧୀ ସେମାନେ ଆମକୁ ଦେଶଭକ୍ତିର ପାଠ ପଢ଼ାଇବା ବନ୍ଦ କରନ୍ତୁ। ସେମାନେ ଆମଠୁ ଦେଶଭକ୍ତି ଶିଖିବା ଉଚିତ ହେବ। ନିକଟରେ ନଡ୍ଡା ରାହୁଲଙ୍କୁ ଭାରତ ବିରୋଧୀ ସ୍ଥାୟୀ ଟୁଲ୍‌କିଟ୍‌ର ଏକ ଅଂଶ ଭାବେ ଅଭିହିତ କରିଥିଲେ। ଏହା ଉପରେ ଖାର୍ଗେ କହିଛନ୍ତି, ଭାଜପା ନିଜର ସର୍ବୋତ୍ତମ ବନ୍ଧୁଙ୍କ ଦୁର୍ନୀତି, ଦେଶରେ ମୁଦ୍ରସ୍ଫୀତି, ବେରୋଜଗାରି ଭଳି ପ୍ରସଙ୍ଗରୁ ଲୋକଙ୍କ ଧ୍ୟାନ ହଟାଇବା ପାଇଁ ଏପରି ଅଭିଯୋଗ ଆଣୁଛି। ଭାଜପା ନେତାମାନେ ସ୍ବାଧୀନତା ପୂର୍ବରୁ ହିଁ ଦେଶବିରୋଧୀ କାର୍ଯ୍ୟ କରିଆସୁଛନ୍ତି। ସେମାନେ ସ୍ବାଧୀନତା ସଂଗ୍ରାମରେ କେବେହେଲେ ସାମିଲ ହୋଇ ନ ଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫ରୁ ୭ ଦେଶକୁ ଯାଇ ଭାରତ ବିରୋଧୀ ମନ୍ତବ୍ୟ ଦେଇଥିଲେ। ଏଭଳି ବ୍ୟକ୍ତି ଆମକୁ ଦେଶବିରୋଧୀ ଆଖ୍ୟା ଦେବା ଦୁର୍ଭାଗ୍ୟଜନକ ବୋଲି ଖାର୍ଗେ ଏକାଧିକ ଟୁଇଟ୍‌ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଗୁରୁତର

ନୂଆପଡ଼ା/ କୋମନା,୧୭।୧୨ ( ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ତିଖାଲି ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

ରୋଗୀଙ୍କୁ ମିଳିବ ଉନ୍ନତ ସେବା

କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍‌ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

IPL ୨୦୨୬: ମା’ ବିକିଥିଲେ ଗହଣା, ଖାଲିପେଟରେ ଶୋଇଥିଲେ ବାପା; ଏବେ ୧୪.୨୦ କୋଟିରେ କିଣିଲା CSK

ମୁମ୍ବାଇ,୧୮ା୧୨: ଆଇପିଏଲ୍ ୨୦୨୬ ନିଲାମରେ ଚେନ୍ନାଇ ସୁପର କିଙ୍ଗସ୍ (CSK) ଦ୍ୱାରା ୧୪.୨୦ କୋଟି ଟଙ୍କାରେ କିଣାଯାଇଥିବା ଯୁବ ୱିକେଟକିପର ବ୍ୟାଟର କାର୍ତ୍ତିକ ଶର୍ମାଙ୍କ ସଫଳତା...

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri