ଟିଏସ୍‌ଏମ୍‌ଏଲ୍‌କୁ ଉତ୍କର୍ଷ ପୁରସ୍କାର

ନୂଆଦିଲ୍ଲୀ,୧୮ା୩: ଟାଟା ଷ୍ଟିଲ୍‌ ମାଇନିଂ ଲିମିଟେଡ୍‌ (ଟିଏସ୍‌ଏମ୍‌ଏଲ୍‌)କୁ ନିକଟରେ ଆଉ ଏକ ଜାତୀୟ ସ୍ତରର ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ଦୀର୍ଘସ୍ଥାୟୀ ଜଳ ପରିଚାଳନା ପାଇଁ ଟାଟା ଷ୍ଟିଲ୍‌ ମାଇନିଂର ଉନ୍ନତ ପ୍ରଯୁକ୍ତି ଓ ସମାଧାନ ବ୍ୟବସ୍ଥାକୁ ହୃଦୟଙ୍ଗମ କରି ଶ୍ରେଷ୍ଠ ଦୀର୍ଘସ୍ଥାୟୀ ଜଳ ପରିଚାଳନା ଓ ଘରୋଇ କ୍ଷେତ୍ର ବର୍ଗରେ ଟିଏସ୍‌ଏମ୍‌ଏଲ୍‌କୁ ‘ୱାଟର ଡାଇଜେଷ୍ଟ ୱାଟର ଆଓ୍ବାର୍ଡସ୍‌’ସମ୍ମାନରେ ସମ୍ମାନିତ କରାଯାଇଛି। ଉଲ୍ଲେଖଯୋଗ୍ୟ, ଦେଶର ପ୍ରମୁଖ ଜଳ ପତ୍ରିକା ୱାଟର ଡାଇଜେଷ୍ଟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ଟିଏସ୍‌ଏମ୍‌ଏଲ୍‌କୁ ସମ୍ମାନଜନକ ଉତ୍କର୍ଷ ପୁରସ୍କାର ଦିଆଯାଇଛି। ଏପରିକି ୱାଟର ଡାଇଜେଷ୍ଟ ଓ ୟୁନେସ୍କୋ ମିଳିତ ସହଭାଗିତାରେ ଆୟୋଜିତ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ଟିଏସ୍‌ଏମ୍‌ଏଲ୍‌କୁ ଉକ୍ତ ପୁରସ୍କାର ପ୍ରଦାନ କରାଯାଇଛି। ଏହି ଅବସରରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ୍‌ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଟାଟା ଷ୍ଟିଲ୍‌ ମାଇନିଂକୁ ସମ୍ବର୍ଦ୍ଧିତ କରିବା ସହ ପୁରସ୍କାର ପ୍ରଦାନ କରିଥିଲେ। ଏ ସମ୍ପର୍କରେ ଟାଟା ଷ୍ଟିଲ୍‌ ମାଇନିଂର ପରିଚାଳନା ନିର୍ଦ୍ଦେଶକ ପଙ୍କଜ ସତିଜା କହିଛନ୍ତି, ଏଭଳି ଏକ ସମ୍ମାନଜନକ ପୁରସ୍କାର ଜିତିବା ଆମ ପାଇଁ ବାସ୍ତବରେ ଗର୍ବର ବିଷୟ। ବିଶେଷକରି ଜଳ ସଂରକ୍ଷଣ ଓ ଜଳର ଉଚିତ ପରିଚାଳନା ଲାଗି ଆମର ରହିଥିବା ଅତୁଟ ପ୍ରତିବଦ୍ଧତା ଓ ଦୃଢ଼ତାକୁ ମାନ୍ୟତା ଦେଇଥିବାରୁ ଜୁରି ସଦସ୍ୟମାନଙ୍କୁ ମୁଁ ଧନ୍ୟବାଦ ଜଣାଉଛି। ଉଲ୍ଲେଖଯୋଗ୍ୟ, ନୂଆଦିଲ୍ଲୀଠାରେ ଆୟୋଜିତ ପୁରସ୍କାର ବିତରଣୀ ଉତ୍ସବରେ ଯୋଗଦେଇ କେନ୍ଦ୍ର ମନ୍ତ୍ରୀଙ୍କଠାରୁ ଟାଟା ଷ୍ଟିଲ୍‌ ମାଇନିଂର ବରିଷ୍ଠ ମହାପ୍ରବନ୍ଧକ ବିଭୁଦତ୍ତ ମହାନ୍ତି ଉକ୍ତ ପୁରସ୍କାର ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ ମହିଳା: ଧୋକା ମିଳିବା ପରେ ପୁଣି ଫେରିଲେ ଶାଶୁଘରକୁ, ତା’ପରେ ଯାହା ଘଟିଲା…

ଇନ୍ଦୋର,୨୦।୧୨: ମଧ୍ୟପ୍ରଦେଶର ଇନ୍ଦୋରରେ ଜଣେ ମହିଳା ପ୍ରଥମେ ତାଙ୍କ ସ୍ବାମୀଙ୍କୁ ପ୍ରତାରଣା କରିଥିଲେ ଏବଂ ପରେ ନିଜେ ପ୍ରତାରଣାର ଶିକାର ହୋଇଥିଲେ। ସେ ତାଙ୍କ ପ୍ରେମିକ...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ନୂଆ ବର୍ଷ ଆରମ୍ଭ ପୂର୍ବରୁ ବଡ଼ ଘୋଷଣା କରିଦେଲେ ଟ୍ରମ୍ପ, ସାଧାରଣ ଲୋକଙ୍କୁ ହେବ ଫାଇଦା

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଟାରିଫ୍‌ ଏବଂ ଟିକସ ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଉତ୍ତର କାରୋଲିନାରେ ତାଙ୍କ ଭାଷଣ...

ମାଲାୟାଲମ୍ ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ପରଲୋକ, ୨୦୦ରୁ ଅଧିକ ଚଳଚ୍ଚିତ୍ରରେ କରିଥିଲେ ଅଭିନୟ

ନୂଆଦିଲ୍ଲୀ,୨୦ା୧୨: ମାଲାୟାଲମ ସିନେମା ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ଦେହାନ୍ତ ହୋଇଛି । ସ୍ୱାସ୍ଥ୍ୟଗତ ସମସ୍ୟା ହେତୁ ସେ କିଛି ଦିନ ହେବ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ...

ଟେଷ୍ଟ କ୍ରିକେଟ୍‌ରେ ଏମିତି ବିଶ୍ୱରେକର୍ଡ: ପୂର୍ବରୁ କେବେ ହୋଇ ନ ଥିଲା…

ମାଉଣ୍ଟ ମାଉଙ୍ଗାନୁଇ,୨୦।୧୨: ମାଉଣ୍ଟ ମାଉଙ୍ଗାନୁଇରେ ଖେଳାଯାଉଥିବା ନ୍ୟୁଜିଲାଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଟେଷ୍ଟ ଏକ ରୋମାଞ୍ଚକର ଘଟଣା ପାଲଟିଛି। ଆୟୋଜକ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନରେ...

ବଡ଼ ଦିନକୁ ଶାନ୍ତିଶୃଙ୍ଖଳା ସହ ପାଳନ କରିବା ପାଇଁ ପୋଲିସ ତରଫରୁ ବ୍ୟାପକ ପଦକ୍ଷେପ, ଗାଁ ଗାଁରେ ହେଲା…

ଜି.ଉଦୟଗିରି,୨୦।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସମସ୍ତ ଚର୍ଚ୍ଚଗୁଡ଼ିକରେ ପ୍ରାକ ବଡ଼ଦିନ ଉତ୍ସବ ପାଳନ ଚାଲିଥିବା ବେଳେ ବଡ଼ଦିନ ପାଇଁ ଅଞ୍ଚଳବାସୀ ଚର୍ଚ୍ଚ ଗୃହ...

ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍

ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି...

କାର୍‌ରେ ଗଞ୍ଜେଇ ଚାଲାଣ କରୁଥିଲେ ଦମ୍ପତି, ମାଡିବସିଲା ପୋଲିସ, ତା’ପରେ…

ମୋହନା,୨୦।୧୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ନଳାଘାଟ ଗାଁ ନିକଟରେ କାର୍‌ ସହ ୨୬ କିଲୋ ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri