ପରଲୋକରେ ଝାରସୁଗୁଡ଼ା ପୂର୍ବତନ ବିଧାୟକ ବିରେନ୍ଦ୍ର ପାଣ୍ଡେ

ଭୁବନେଶ୍ୱର(ବ୍ୟୁରୋ)/ ଝାରସୁଗୁଡ଼ା ଅଫିସ,୧୯।୩: ପରଲୋକରେ ଝାରସୁଗୁଡ଼ାର ପୂର୍ବତନ ବିଧାୟକ ବୀରେନ୍ଦ୍ର ଚନ୍ଦ୍ର ପାଣ୍ଡେ। ରବିବାର ଭୋର ପ୍ରାୟ ୪ଟାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା।

ସୂଚନାନୁଯାୟୀ,ବୀରେନ୍ଦ୍ର ଯକୃତ ରୋଗରେ ପୀଡ଼ିତ ଥିଲେ। ଗତ ୧୬ ତାରିଖରେ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ସମ୍ବଲପୁରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇ ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।

ରାଜନୈତିକ ଜୀବନ ଦେଖିଲେ ବୀରେନ୍ଦ୍ର କଂଗ୍ରେସ ଟିକେଟ୍‌ରେ ଝାରସୁଗୁଡ଼ା ବିଧାନସଭା ଆସନରୁ ୩ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ତାଙ୍କର ପରଲୋକ ଖବର ପାଇବା ପରେ ପିସିସି ସଭାପତି ଶରତ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହିତ ତାଙ୍କ ଶୋକସନ୍ତପ୍ତ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି। ବୀରେନ୍ଦ୍ରଙ୍କ ବିୟୋଗ ରାଜନୀତି ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ପ୍ରାର୍ଥୀ ପ୍ରତିଭା ଭରିଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ପ୍ରତିଭା ମଞ୍ଜରୀ ନାୟକ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେ ନିଜ ସମର୍ଥନ,...

ସମ୍ପତ୍ତି ତାଲିକା ଦାଖଲ କଲେ ଅପରାଜିତା: ଜାଣନ୍ତୁ ସମ୍ପତ୍ତି କେତେ…

ଭୁବନେଶ୍ୱର,୩।୫: ଭୁବନେଶ୍ୱର ଭାଜପା ଏମ୍‌ପି ପ୍ରାର୍ଥୀ ଅପରାଜିତା ଷଢ଼ଙ୍ଗୀ ସମ୍ପତ୍ତି ତାଲିକାର ସତ୍ୟପାଠ ଦାଖଲ କରିଛନ୍ତି। ତାଙ୍କର ମୋଟ ୨ କୋଟି ୫ ଲକ୍ଷ ଟଙ୍କାର...

ନାମାଙ୍କନପତ୍ର ଦାଖଲ କଲେ ନନ୍ଦନ ମହାନନ୍ଦ

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ):  ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ସ୍ବାଧୀନ ପ୍ରାର୍ଥୀ ନନ୍ଦନ ମହାନନ୍ଦ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ...

ନାମାଙ୍କନପତ୍ର ଦାଖଲ କଲେ ମାଧବ

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ମାଧବ ସର୍ଦ୍ଦାର ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ଏକ ବିଶାଳ ରାଲିରେ...

ବିଧାୟକ ପ୍ରାର୍ଥୀ ଅଖିଳ ନାଏକଙ୍କ ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ପୂଜାର୍ଚ୍ଚନା

ପାଟଣା,୩ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ଭାଜପା ବିଧାୟକ ପ୍ରାର୍ଥୀ ଅଖିଳ ଚନ୍ଦ୍ର ନାୟକ ଶୁକ୍ରବାର ତାଙ୍କର ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ଟାଙ୍ଗରବନ୍ତଳା...

ନୀଳଗିରି ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ସନ୍ତୋଷ ଖଟୁଆଙ୍କୁ ଦେଲା ଟିକେଟ୍‌

ଭୁବନେଶ୍ୱର,୩।୫: ନୀଳଗିରି ବିଧାନସଭା ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ଘୋଷଣା କରିଛି। ସନ୍ତୋଷ ଖଟୁଆଙ୍କୁ ଭାଜପା ଟିକେଟ୍‌ ଦେଇଛି। ଭୁରୁବାର ସନ୍ତୋଷ ବିଜେଡିରୁ ଇସ୍ତଫା ଦେଇଥିଲେ।...

ବିଜେଡିରେ ସାମିଲ ହେଲେ ଜିନା ସାମଲ

ଭୁବନେଶ୍ୱର,୩।୫: ଆଜି ଭାଜପାରୁ ଇସ୍ତଫା ଦେଇ ବିଜେଡିରେ ମିଶିଲେ ଅଭିନେତ୍ରୀ ଜିନା ସାମଲ । ଶଙ୍ଖଭବନରେ ପହଞ୍ଚି ବିଧିବଦ୍ଧ ଭାବେ ସେ ବିଜେଡିରେ ସାମିଲ ହୋଇଛନ୍ତି...

ନାମାଙ୍କନପତ୍ର ଦାଖଲ କଲେ ଭର୍ତ୍ତୃହରି

କଟକ,୩ା୫: କଟକ ଭାଜପାର ଲୋକ ସଭା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ଶୁକ୍ରବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri