Posted inଜାତୀୟ

ମୋଦିଙ୍କ ପାଇଁ ରାହୁଲ ଟିଆରପି ସଦୃଶ: ମମତା

କୋଲକାତା,୧୯।୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାହୁଲ ଗାନ୍ଧୀଙ୍କ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇଛନ୍ତି। ଯଦି ରାହୁଲ ଗାନ୍ଧୀ ବିରୋଧୀ ଦଳର ନେତା ହୋଇ ରହନ୍ତି ତେବେ ନରେନ୍ଦ୍ର ମୋଦିଙ୍କୁ କେହି ପରାସ୍ତ କରିପାରିବେ ନାହିଁ। ରାହୁଲ ମୋଦିଙ୍କ ପାଇଁ ଟିଆରପି ପରି। ମୁର୍ସିଦାବାଦରେ ଏକ ଭର୍ଚୁଆଲ ମିଟିଂ ସମୟରେ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରି ମମତା ଏହା କହିଛନ୍ତି।
ସାଗରଡି ଉପନିର୍ବାଚନରେ ଟିଏମସିର ପରାଜୟକୁ ନେଇ ମମତା କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଉପନିର୍ବାଚନ ସମୟରେ ଅଧୀର ରଞ୍ଜନ ଆରଏସଏସ-ସିପିଏମ ସହ ଯୋଜନା ପ୍ରସ୍ତୁତ କରିଥିଲେ। ସେ କଂଗ୍ରେସର ନୁହେଁ, ଭାଜପାର ଏକ ନମ୍ବର ନେତା। ଭାଜପା ଚାହୁଁଛି ରାହୁଲ ଗାନ୍ଧୀ ବିରୋଧୀଦଳର ମୁଖ୍ୟ ହୋଇ ରୁହନ୍ତୁ । ଏହାଦ୍ୱାରା ସେମାନଙ୍କ ଫାଇଦା ହେବ। ଆମେ ଚାହୁଁ ସଂସଦର ପ୍ରକ୍ରିୟା ସୁରୁଖୁରୁରେ ଚାଲୁ। ଆମେ ଆଦାନୀ ପ୍ରସଙ୍ଗରେ ଆଲୋଚନା ଚାହୁଁ।
ବିଗତ ଦିନରେ ରାହୁଲ ଗାନ୍ଧୀଙ୍କୁ ଟିଏମସି ଅନେକ ଥର ଟାର୍ଗେଟ୍‌ କରିଛି। ଟିଏମସି କଂଗ୍ରେସକୁ ବିରୋଧୀ ଦଳ ଦେଖୁନାହିଁ। କିଛି ଦିନ ପୂର୍ବରୁ ମମତା ବାନାର୍ଜୀ ପୂର୍ବତନ ୟୁପି ମୁଖ୍ୟମନ୍ତ୍ରୀ ତଥା ଏସପି ମୁଖ୍ୟ ଅଖିଳେଶ ଯାଦବଙ୍କୁ ମଧ୍ୟ ଭେଟିଥିଲେ। ଏହି ସାକ୍ଷାତ ପରେ କୁହାଯାଉଛି ଯେ, ଏକ ନୂଆ ଫ୍ରଣ୍ଟ ଗଠନ ପାଇଁ ଦୁଇ ନେତାଙ୍କ ମଧ୍ୟରେ ଏକ ଚୁକ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri