ପ୍ରତିଶ୍ରୁତି ମିଳୁଛି, ଦାବି ପୂରଣ ହେଉନି

ଭୁବନେଶ୍ୱର,୨୦।୩(ବ୍ୟୁରୋ):ଓଡିଶାରେ ଦୀର୍ଘଦିନ ଧରି ପ୍ରଚଳିତ ହୋଇଆସୁଥିବା ସମସ୍ତ ଚୁକ୍ତିଭିତ୍ତିକ ନିଯୁକ୍ତି ପ୍ରଥା ଉଚ୍ଛେଦ ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ତଥାପି ରାଜ୍ୟର ବିଭିନ୍ନ ସରକାରୀ ଦପ୍ତରରେ କାମ କରୁଥିବା ପ୍ରାୟ ୭୦ ହଜାରରୁ ଊର୍ଦ୍ଧ୍ୱ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ କ୍ଷେତ୍ରରେ ଅଦ୍ୟାବଧି କୌଣସି ନିଷ୍ପତ୍ତି ଗ୍ରହଣ କରାଯାଇ ନ ଥିବା ଓଡ଼ିଶା ଆଉଟସୋର୍ସିଂ ମହାସଂଘ ପକ୍ଷରୁ ଦର୍ଶାଯାଇଛି। ଏହା ପ୍ରତିବାଦରେ ମହାସଂଘ ପକ୍ଷରୁ ବାରମ୍ବାର ମନ୍ତ୍ରୀ, ସଚିବଙ୍କୁ ଦାବିପତ୍ର ପ୍ରଦାନ କରାଯିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପ୍ରତିଶ୍ରୁତି ମିଳୁଛି, ହେଲେ ଦାବି ପୂରଣ ହେଉ ନ ଥିବାରୁ ଆସନ୍ତା ୨୫ ତାରିଖରୁ କର୍ମଚାରୀମାନେ ପୁଣିଥରେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ମହାସଂଘ ସଭାପତି ସଞ୍ଜୟ ପଟ୍ଟନାୟକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।
ମହାସଂଘର ମୁଖ୍ୟ ଉପଦେଷ୍ଟା ପ୍ରଭାତ ମହାନ୍ତି କହିଛନ୍ତି, ୨୦୨୨ ନଭେମ୍ବରରେ ଆଉଟ୍‌ସୋର୍ସିଂ ପ୍ରଥାକୁ ତୁରନ୍ତ ପ୍ରତ୍ୟାହାର କରି ସମସ୍ତଙ୍କୁ ସ୍ଥାୟୀ ନିଯୁକ୍ତି ପ୍ରଦାନ କରିବା ଦାବିରେ ମହାସଂଘ ଆନ୍ଦୋଳକୁ ଓହ୍ଲାଇଥିଲା। ସରକାରଙ୍କ ପ୍ରତିନିଧିଙ୍କ ସହ ଆଲୋଚନା ହୋଇଥିଲା। ଦାବି ପୂରଣ ପାଇଁ ସରକାର ଆଉ ଏକମାସର ସମୟ ନେଇଥିଲେ।
ତେବେ ଏହି ପ୍ରତିଶ୍ରୁତି ମଧ୍ୟ ପାଣିର ଗାର ହୋଇଥିଲା।ା ତେଣୁ ସଂଘ ପକ୍ଷରୁ ଫେବୃୟାରୀ ୧୯ରେ ପୁନଶ୍ଚ ଗଣଧାରଣା ଦିଆଯିବା ସହ ମୁଖ୍ୟ ଶାସନ ସଚିବଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏହି ସମୟରେ ଫେବୃୟାରୀ ଶେଷ ସୁଦ୍ଧା ନିଷ୍ପତ୍ତି ନିଆଯିବ ବୋଲି ପ୍ରତିଶ୍ରୁତି ମଧ୍ୟ ମିଳିଥିଲା। ହେଲେ ତାହା ମଧ୍ୟ ସମ୍ଭବ ହୋଇନାହିଁ। ଫଳରେ ମାର୍ଚ୍ଚ ୧୫ରୁ ୧୮ ପର୍ଯ୍ୟନ୍ତ ବିଭିନ୍ନ ଜିଲାର ଜିଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି। ଏହାସତ୍ତ୍ୱେ କୌଣସି ସୁଫଳ ନ ମିଳିବାରୁ ଆସନ୍ତା ୨୫ ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନ କରାଯିବ ବୋଲି ସଂଘର ସାଧାରଣ ସମ୍ପାଦକ ମାନସ ଦାସ ଓ ଅନ୍ୟମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri