ଓଡ଼ିଶା ସରକାରଙ୍କ ନିର୍ମାଣ କାର୍ଯ୍ୟରେ କାମ କରୁଛନ୍ତି ଆନ୍ଧ୍ର ଶ୍ରମିକ

ପଟ୍ଟାଙ୍ଗି, ୨୦।୩(ଡି.ଏନ୍‌.ଏ.): ସୀମାନ୍ତ ଗ୍ରାମଗୁଡିକରେ ପଡୋଶୀ ଆନ୍ଧ୍ର ପ୍ରଦେଶ ଅନୁପ୍ରବେଶ କରି ନିଜର ଉପସ୍ଥିତ ଜାହିର କରୁଥିବା ବେଳେ ଓଡିଶା ସରକାର ସୀମାନ୍ତ ଗ୍ରାମଗୁଡିକରେ କିପରି ଉନ୍ନୟନମୂଳକ କାର୍ଯ୍ୟ ହୋଇପାରିବ ତାହାର ଯୋଜନା ପ୍ରସ୍ତୁତ କରି କୋଟି କୋଟି ଟଙ୍କା ଅର୍ଥ ବ୍ୟୟ କରୁଛନ୍ତି। କିନ୍ତୁ ଉକ୍ତ ଉନ୍ନୟନ କାର୍ଯ୍ୟରେ ସ୍ଥାନୀୟ ଲୋକଙ୍କୁ କାମ ମିଳୁନି। ପଡୋଶୀ ଆନ୍ଧ୍ର ରାଜ୍ୟର ଶ୍ରମିକଙ୍କୁ ଓଡ଼ିଶାର ଉନ୍ନୟନ ମୂଳକ କାର୍ଯ୍ୟରେ ନିୟୋଜିତ କରାଯାଉଛି। ଏହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବଢ଼ୁଛି। ଏହା ହେଉଛି କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କୋଟିଆ ପଞ୍ଚାୟତ ଆନ୍ଧ୍ର ସୀମାନ୍ତ ତାଡିବାଲାସା ଗ୍ରାମର ଦୃଶ୍ୟ।
ସୂଚନା ଅନୁଯାୟୀ ତାଡିବାଲସାରେ ଓଡିଶା ରାଜ୍ୟ ସରକାରଙ୍କ ପକ୍ଷରୁ ରହିଥିବା ବିଦ୍ୟାଳୟର ପାଚେରୀ ନିର୍ମାଣ କାର୍ଯ୍ୟ ବ୍ଲକ ପ୍ରଶାସନ ପକ୍ଷରୁ କରାଯାଉଛି। କିନ୍ତୁ ଉକ୍ତ କାର୍ଯ୍ୟରେ ସ୍ଥାନୀୟ ଲୋକଙ୍କୁ କାମ ମିଳୁ ନ ଥିବାବେଳେ ପଡୋଶୀ ଆନ୍ଧ୍ରର ଶ୍ରମିକଙ୍କୁ କାର୍ଯ୍ୟରେ ନିୟୋଜିତ କରାଯାଉଛି। ସୀମାନ୍ତ ଗ୍ରାମବାସୀଙ୍କୁ ଅଣଦେଖା କରିବା ସହ ବେରୋଜଗାର କରିବା କେତେଦୂର ଯୁକ୍ତିଯୁକ୍ତ ବୋଲି ନେରେଡିବାଲସା ଗ୍ରାମବାସୀ ପ୍ରଶ୍ନ କରିଛନ୍ତି। ଘଟଣା ସମ୍ପର୍କରେ ବ୍ଲକ ପ୍ରଶାସନକୁ ଅବଗତ ଥିଲେ ମଧ୍ୟ ଚୁପ୍‌ ରହୁଛନ୍ତି। ଏଥିସହ ନିର୍ମାଣ କାର୍ଯ୍ୟରେ କେଉଁ ଶ୍ରମିକ କେଉଁଠାରେ କାର୍ଯ୍ୟ କରିବ ଏହା ଠିକାଦାରଙ୍କ ଦାୟିତ୍ୱ ବୋଲି ବ୍ଲକ ପକ୍ଷରୁ କୁହାଯାଇଛି। ସୀମାନ୍ତ ଗ୍ରାମର ଲୋକଙ୍କୁ ରୋଜଗାରକ୍ଷମ କରିବା ପାଇଁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ନିୟୋଜିତ କରାଯାଉଛି ଦର୍ଶାଇ ବ୍ଲକ ପ୍ରଶାସନ ଜିଲା ଏବଂ ରାଜ୍ୟ ସରକାରଙ୍କ ପାଖରେ ବାହା ବାହାନେଉଛନ୍ତି। ପଡୋଶୀ ଆନ୍ଧ୍ର ସରକାର ସୀମାନ୍ତ ଗ୍ରାମରେ ମାଳମାଳ ଯୋଜନା କରି ଗ୍ରାମବାସୀଙ୍କୁ ହାତେଇବା ପାଇଁ ଚେଷ୍ଟା କରୁଥିବାବେଳେ ଓଡିଶା ସରକାରଙ୍କ ପକ୍ଷରୁ ହେଉଥିବା ଉନ୍ନୟନମୂଳକ କାର୍ଯ୍ୟରେ ଅଞ୍ଚଳବାସୀଙ୍କୁ କାମ ନ ମିଳିବା କେତେଦୂର ଠିକ୍‌ ବୋଲି ବିରୋଧୀ ରାଜନୈତିକ ଦଳଗୁଡିକ ପ୍ରଶ କରିଛନ୍ତି। ବ୍ଲକ ପ୍ରଶାସନ ସୀମାନ୍ତ ଗ୍ରାମ ଗୁଡିକରେ ଉନ୍ନୟନମୂଳକ କାର୍ଯ୍ୟ ନାଁରେ ଠିକାଦାରଙ୍କ ସହ ହାତ ମିଳାଇ ରାଜ୍ୟ ସରକାରଙ୍କ ପ୍ରକଳ୍ପର ଅର୍ଥକୁ ହରିଲୁଟ୍‌ କରୁଥିବା ବେଳେ ଜିଲା ପ୍ରଶାସନ ସବୁ ଜାଣି ଅଜଣା ରହିବା ସାଧାଣଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏ ସମ୍ପର୍କରେ ତାଡିବାଲାସା ଗ୍ରାମର ଗ୍ରାମବାସୀ ସମାଲୁ ଖରା କହିଛନ୍ତି, ବ୍ଳକ ପ୍ରଶାସନ ପକ୍ଷରୁ ହେଉଥିବା ବିଭିନ୍ନ କାର୍ଯ୍ୟରେ ଆମେ ଗ୍ରାମବାସୀ କାମ ପାଉନୁ। ଏନେଇ ପ୍ରଶାସନକୁ ଜରାଇଲେ ମଧ୍ୟ କିଛି ସୁଫଳ ମିଳୁନି ବୋଲି ସେ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ନେରେଡିବାଲାସା ଗ୍ରାମର ବିମାନା ମାଣିକ କହନ୍ତି, ସବୁବେଳେ ଏମିତି ହେଉଛି। ଉନ୍ନୟନ କାର୍ଯ୍ୟ କରୁଥିବା ଠିକାଦାର ଆନ୍ଧ୍ରରୁ ଲୋକ ଆଣି ଏଠାରେ କାମ କରୁଛନ୍ତି। ଆମେ ଗ୍ରାମବାସୀ ହାତବାନ୍ଧି ବସିଛୁ। କେବେ କେମିତି ସେ ସୀମାନ୍ତ ଆନ୍ଧ୍ରର କିଛି ଗ୍ରାମକୁ ଯାଇ କାମ କରିଥାନ୍ତି ବୋଲି ମାଣିକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri