ଗଞ୍ଜାମରେ ଦୁର୍ଘଟଣାଜନିତ ମୃତ୍ୟୁ ରାଜ୍ୟରେ ସର୍ବାଧିକ

ଛତ୍ରପୁର,୨୧ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ଓଡ଼ିଶାରେ ସର୍ବାଧିକ ରହିଛି। ପୂର୍ବ ବର୍ଷ ତୁଳନାରେ ପ୍ରତି ବର୍ଷ ସଡ଼କ ଦୁର୍ଘଟଣା ଓ ତଜ୍ଜନିତ ମୃତ୍ୟୁ ସଂଖ୍ୟା ୧୦ ପ୍ରତିଶତ କମାଇବା ଲାଗି ସୁପ୍ରିମକୋର୍ଟ ସଡ଼କ ସୁରକ୍ଷା କମିଟିଙ୍କ ନିର୍ଦ୍ଦେଶ ରହିଛି। ହେଲେ ଗଞ୍ଜାମ ଜିଲାରେ ୨୦୨୧ ତୁଳନାରେ ୨୦୨୨ରେ ୧୪ ପ୍ରତିଶତ ସଡ଼କ ଦୁର୍ଘଟଣା ବୃଦ୍ଧି ପାଇଥିବା ଜଣାପଡ଼ିଛି। ସେହିପରି ପୂର୍ବ ବର୍ଷ ତୁଳନାରେ ୨୦୨୨ ରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ୧୦ ପ୍ରତିଶତ ବୃଦ୍ଧି ପାଇଛି। ସଡ଼କ ଦୁର୍ଘଟଣା ସହ ତଜ୍ଜନିତ ମୃତ୍ୟୁ ସଂଖ୍ୟା କମାଇବା ଲାଗି ତୁରନ୍ତ ଗଞ୍ଜାମ ଜିଲା ସଡକ ସୁରକ୍ଷା କମିଟି ପକ୍ଷରୁ ଆକ୍ସନ ପ୍ଲାନ୍‌ ପ୍ରସ୍ତୁତ କରିବାକୁ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ ଗଞ୍ଜାମ ଜିଲାପାଳ, ଗଞ୍ଜାମ ଓ ବ୍ରହ୍ମପୁର ଏସ୍‌ପି ଏବଂ ଗଞ୍ଜାମ ଓ ଭଞ୍ଜନଗର ଆର୍‌ଟିଓଙ୍କ ନିକଟକୁ ୧୬ ତାରିଖରେ ଚିଠି କରିଥିଲେ। ଏଥିରେ ପ୍ରତି ମଙ୍ଗଳବାର ଜିରୋ ଟଲରାନ୍ସ ଡେ ପାଳନ ସହ ଆସନ୍ତା ଏପ୍ରିଲ ୧ ରୁ ୭ ତାରିଖ ପର୍ଯ୍ୟନ୍ତ ଶୂନ ମୃତ୍ୟୁ ସପ୍ତାହ ପାଳନ ପାଇଁ ବିଭାଗୀୟ ପ୍ରମୁଖ ଶାସନ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…

ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଦିବ୍ୟାଙ୍ଗଠାରୁ ଲାଞ୍ଚ ମାଗି ବଦଳିଲେ ଆର୍‌ଆଇ, ଚାକିରିରୁ ବିଦା ହେଲେ ପିଅନ

ବାସୁଦେବପୁର,୧୯ା୧୨(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଇରମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ବେସରକାରୀ ଭାବେ କାର୍ଯ୍ୟରତ ପିଅନ କାଳିଆ ବେହେରା ଜଣେ ଦିବ୍ୟାଙ୍ଗଙ୍କଠାରୁ...

ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ପ୍ରେମ ସମ୍ପର୍କକୁ ନେଇ…

ବଲାଙ୍ଗୀର,୧୯।୧୨ : ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଅନତି ଦୂରରେ ଥିବା ଏକ କୁକୁଡା ଫାର୍ମର ପଛପଟ ଏକ ଗଛରେ ଜଣେ ଯୁବକଙ୍କର...

ଆଶ୍ଚର୍ଯ୍ୟ ହେଲେ ବି ସତ: ୬ ମାସରେ ୪ ଥର କାମୁଡ଼ିଛି ସାପ, ଦେଶୀ ଚିକିତ୍ସା କରି ବଞ୍ଚାଇଛନ୍ତି ଜୀବନ

ଦାରିଙ୍ଗବାଡି, ୧୯।୧୨ (ଅରୁଣ ସାହୁ ):୬ ମାସ ରେ ୪ ଥର ସାପ କାମୁଡ଼ିବା ଓ କାମୁଡ଼ିବା ପରେ ବଞ୍ଚିବା ତାହା ପୁଣି ଦେଶୀ ଚିକିତ୍ସା...

କଟକରେ ମା’ହେଲେ ଦଶମ ଶ୍ରେଣୀ ଛାତ୍ରୀ: ବଳାତ୍କାର ପରେ…

କଟକ,୧୯।୧୨: କଟକ ଜିଲା ମାଣିଆବନ୍ଧ ଥାନା ଅନ୍ତର୍ଗତ ଖୁଣ୍ଟକଟା ଅଞ୍ଚଳର ଜଣେ ୧୪ ବର୍ଷୀୟ ଦଶମ ଶ୍ରେଣୀ ଛାତ୍ରୀ ବଳାତ୍କାର ଶିକାର ହେବା ପରେ ଏକ...

ଟୋକନ ସମସ୍ଯାକୁ ନେଇ ଚାଷୀଙ୍କ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ବାଦ୍ ପଡ଼ିଛି ଜାତୀୟ ରାଜପଥ ଓ ରେଳ ରୋକ

ସମ୍ବଲପୁର,୧୯।୧୨(ପ୍ରମୋଦ ବହିଦାର): ଟୋକନ ସମସ୍ୟାକୁ ନେଇ ଶୁକ୍ରବାର ଚାଷୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଜାରି ରହିଛି । ଚାଷୀମାନେ ସକାଳ ୬ଟାରୁ ସହରର...

ଦୁଇଦିନ ପରେ ଜି.ଉଦୟଗିରିରେ ପୁଣି ତଳମୁହାଁ ପାରଦ, ଜାଡ଼ରେ ଥରୁଛି ସମଗ୍ର ଅଞ୍ଚଳ

ଜି.ଉଦୟଗିରି,୧୯/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରିରେ ରାଜ୍ୟର ସବୁଠାରୁ ଅଧିକ ଶୀତ ଅନୁଭୂତ ହେଉଛି । ଦୀର୍ଘ ଏକ ମାସରୁ ଉର୍ଦ୍ଧ ହେବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri