Posted inଖେଳ

ଝାଡ଼ଖଣ୍ଡକୁ ୧୦-୧ରେ ହରାଇଲା ଓଡ଼ିଶା

ଭୁବନେଶ୍ୱର ୨୧ା୩: ସ୍ଥାନୀୟ ପ୍ରଧାନ ମହାଲେଖାକାର ଅଡିଟ୍‌ କାର୍ଯ୍ୟାଳୟ ଆନୁକୂଲ୍ୟରେ ଆୟୋଜିତ ଅଡିଟ ଓ ଆକାଉଣ୍ଟ୍ସ ପୂର୍ବାଞ୍ଚଳ ହକି ଟୁର୍ନାମେଣ୍ଟ ସୋମବାର କଳିଙ୍ଗ ଷ୍ଟାଡିୟମ ହକି ଗ୍ରାଉଣ୍ଡଠାରେ ଆରମ୍ଭ ହୋଇଛି। ଉଦ୍‌ଘାଟନୀ ଉତ୍ସବରେ ଓଡ଼ିଶାର କ୍ରୀଡାମନ୍ତ୍ରୀ ତୁଷାରକାନ୍ତି ବେହେରା ମୁଖ୍ୟଅତିଥି, ଓଡ଼ିଶା କ୍ରୀଡ଼ା ବିଭାଗ ଶାସନ ସଚିବ ଭିନୀଲ କ୍ରିଷ୍ଣା ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିଲେ।
ଅନ୍ୟମାନଙ୍କ ମଧ୍ୟରେ ଟୁର୍ନାମେଣ୍ଟ ଆୟୋଜକ କମିଟିର ଅଧ୍ୟକ୍ଷ ତଥା ପ୍ରଧାନ ମହାଲେଖାକାର ଶ୍ରୀରାଜ କୁମାର, ମହାଲେଖାକାର ବିଶ୍ୱନାଥ ସିଂ ଜାଡୋନ ଉପସ୍ଥିତ ଥିଲେ। ବରିଷ୍ଠ ଉପମହାଲେଖାକାର ଶ୍ରୀରାଜ ଅଶୋକ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ସୋମବାର ଖେଳାଯାଇଥିବା ଏକ ମ୍ୟାଚରେ ଓଡ଼ିଶା ୧୦-୧ ଗୋଲ୍‌ରେ ଝାଡ଼ଖଣ୍ଡକୁ ପରାସ୍ତ କରିଛି। ପ୍ରଥମାର୍ଦ୍ଧ ଖେଳରେ ଓଡ଼ିଶା ତରଫରୁ ପ୍ରସୂନ ତିର୍କୀ ୨, ମନୀଷ ଶର୍ମା ଓ ସରୋଜ କୁମାର ଟପ୍ପୋ ଗୋଟିଏ
ଲେଖାଏ ଗୋଲ ଦେଇ ଦଳକୁ ୪-୦ରେ ଅଗ୍ରଣୀ କରାଇଥିଲେ ।
ଖେଳର ଦ୍ୱିତୀୟାର୍ଦ୍ଧରେ ଓଡ଼ିଶା ଦଳର ରାଜେଶ୍ୱର ଏକ୍କା, ରାହୁଲ ଯାଦବ ୨ଟି ଲେଖାଏ, ବୀରେନ୍ଦ୍ର ଯାଦବ, ଅମଲ ପାଲ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ଝାଡ଼ଖଣ୍ଡ ଦଳର ଦୋମିନିକ ଲାକ୍ରା ଦଳ ପକ୍ଷରୁ ଏକମାତ୍ର ଗୋଲ ଦେଇଥିଲେ। ଓଡ଼ିଶା ମଙ୍ଗଳବାର ଫାଇନାଲରେ ପଶ୍ଚିମବଙ୍ଗକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂ ହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂ ହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।...

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ବସିଲା ବଡ଼ ବୈଠକ: ଆସିପାରେ…

ଭୁବନେଶ୍ୱର,୨୯।୧୨: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ଏହି ବୈଠକ ବସିଛି।...

ହାତୀ, ବାର୍‌ହାଙ୍କ ଉତ୍ପାତ: ଉଜାଡିଲେଣି ୬୪ ଏକର

ବେଗୁନିଆ,୨୯।୧୨(ହରପ୍ରସନ୍ନ ପଣ୍ଡା): ଚଳିତ ଖରିଫ ଋତୁରେ ଏବେ କ୍ଷେତରୁ ଧାନ ଫସଲ ଅମଳ ଜାରି ରହିଛି। ଏଥିସହ ଜମିରେ ରବି ଫସଲ ବୁଣାଯାଇଛି। ଅପରପକ୍ଷେ ପନିପରିବା,...

ମାନସିକ ଭାରସାମ୍ୟ ହରାଇ କୀଟନାଶକ ପିଇଦେଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ମାନସିକ ଭାରସାମ୍ୟ ହରାଇ ଘରେ ଥିବା କୀଟନାଶକ ପିଇଦେଲେ ଯୁବକ । ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନୂଆମୌଳାଭଞ୍ଜା ଗ୍ରାମରୁ ସାମ୍ନାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri