ଆମ ଜଙ୍ଗଲ କାମ୍ପା ଯୋଜନାରେ ଦୁର୍ନୀତି: ଜେଲ ଗଲେ ପୂର୍ବତନ ଡିଏଫ୍‌ଓ, ଏସିଏଫ୍‌

ଭବାନୀପାଟଣା,୨୧।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡର ନର୍ଲା ବନ ବିଭାଗ ରେଞ୍ଜରେ ଦୁର୍ନୀତି କରି ଶେଷରେ ପୋଲିସ ହାତରେ ବନ୍ଧା ହୋଇ ଜେଲ ଯାଇଛନ୍ତି ପୂର୍ବତନ ବନ ଅଧିକାରୀ। ‘ଆମ ଜଙ୍ଗଲ କାମ୍ପା ଯୋଜନା’ରେ ୨୦୧୫-୧୬ ଓ ୨୦୧୬-୧୭ରେ ଖେରାବାଣ୍ଡି, ନର୍ଲା ଓ ସର୍ଗିଗୁଡ଼ା ସମେତ ୩ଟି ବିଟ୍‌ର ୧୪୫୦ ହେକ୍ଟର ଜଙ୍ଗଲରେ ହୋଇଥିବା ବନୀକରଣରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା।

ଏଥିରେ ବନବିଭାଗ ଉଚ୍ଚ ପଦାଧିକାରୀମାନେ ୨୩ ଲକ୍ଷ ୬୩ହଜାର ୯୪୦ଟଙ୍କା ଆତ୍ମସାତ କରିଥିବା ନେଇ ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏହି ଘଟଣାକୁ ନେଇ ସେତେବେଳେ ଧରିତ୍ରୀ ଓ ଓଡିଶା ପୋଷ୍ଟରେ ଏକ ଖବର ପ୍ରକାଶ ପାଇଥିଲା। ପରେ ଲୋକାୟୁକ୍ତ ଏହାର ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଫଳରେ ପୂର୍ବତନ ଡିଏଫଓ ଲଳିତେନ୍ଦୁ ଜେନା, ପୂର୍ବତନ ଏସିଏଫ ସୁଶାନ୍ତ ସାମନ୍ତରାୟ, ପୂର୍ବତନ ରେଞ୍ଜର ଅନ୍ତର୍ଯ୍ୟାମୀ ଦାସ, ପୂର୍ବତନ ଫରେଷ୍ଟର ସମ୍ପଦ କୁମାର, ଫରେଷ୍ଟ ଗାର୍ଡ ମାନସ ରଞ୍ଜନ ସାହୁ, ପୂର୍ବତନ ରେଞ୍ଜର ନୃତ୍ୟରାଜ ମାଝୀ ଓ ଫରେଷ୍ଟ ଗାର୍ଡ ମଧୁ ପଟେଲଙ୍କ ନାମରେ ମାମଲା ରୁଜୁ କରିଥିଲା ଭିଜିଲାନ୍ସ। ତଦନ୍ତ ପରେ ଏହା ସତ୍ୟାସତ୍ୟ ପ୍ରମାଣିତ ହୋଇଥିଲା। ସୋମବାର ପୂର୍ବତନ ଡିଏଫଓ ଏବଂ ବର୍ତ୍ତମାନର ଅତିରିକ୍ତ ପିସିସିଏଫ ଲଳିତେନ୍ଦୁ ଜେନା ଓ ଅବସରପ୍ରାପ୍ତ ପୂର୍ବତନ ଏସିଏଫ ସୁଶାନ୍ତ ସାମନ୍ତରାୟ ଭିଜିଲାନ୍ସ କୋର୍ଟରେ ଜାମିନ ପାଇଁ ହାଜର ହୋଇଥିଲେ। ତେବେ ଭବାନୀପାଟଣା ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଶ୍ରୀକାନ୍ତ ମିଶ୍ର ଉଭୟଙ୍କ ଜାମିନ ନାମଞ୍ଜୁର କରି ସେମାନଙ୍କୁ ଜେଲ ହାଜତକୁ ପଠାଇ ଦେଇଥିଲେ। ତେବେ ଅନ୍ୟ ୫ ଅଭିଯୁକ୍ତ କୋର୍ଟରେ ହାଜର ହୋଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri