Posted inଜାତୀୟ

ଆମ ପାଇଁ ଇଡି-ସିବିଆଇ, ମୋଦିଙ୍କ ‘ମେହୁଲ ଭାଇ’ଙ୍କୁ ଇଣ୍ଟରପୋଲରୁ ମୁକ୍ତି

ନୂଆଦିଲ୍ଲୀ,୨୧।୩: ଦେଶରେ ଯାଞ୍ଚ ଏଜେନ୍ସି ଗୋଟିଏ ପଟେ କଂଗ୍ରେସ, ଆମ ଆଦମୀ ପାର୍ଟି, ଟିଏମ୍‌ସି ସମେତ ବିରୋଧୀ ନେତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ଅନ୍ୟପଟେ ଇଣ୍ଟରପୋଲ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ(ପିଏନ୍‌ବି)ରୁ ୧୩ହଜାର କୋଟି ଟଙ୍କା ଠକେଇ ମାମଲାରେ ଅଭିଯୁକ୍ତ ପଳାତକ ମେହୁଲ ଚୌକସିଙ୍କ ନାମ ରେଡ୍‌ ନୋଟିସ୍‌ ତାଲିକାରୁ ହଟାଇଦେଇଛି। ବର୍ତ୍ତମାନ ଏହାକୁ ନେଇ ରାଜନୀତି ଆରମ୍ଭ ହୋଇଛି। କଂଗ୍ରେସ ମୁଖ୍ୟ ମଲ୍ଲିକାର୍ଜୁନ ଖାଗେର୍ର୍ ଭାଜପାକୁ ଟାର୍ଗେଟ କରିଛନ୍ତି। ଖାର୍ଗେ କବିତା ଢ଼ଙ୍ଗରେ ଏକ ଟୁଇଟ କରି କହିଛନ୍ତି, ‘ବିରୋଧୀଦଳର ନେତାଙ୍କ ପାଇଁ ଇଡି-ସିବିଆଇ, କିନ୍ତୁ ମୋଦୀ ଜିଙ୍କ ‘ମେହୁଲ ଭାଇ’ଙ୍କ ପାଇଁ ଇଣ୍ଟରପୋଲରୁ ମୁକ୍ତ। ଯେତେବେଳେ ଭଲ ବନ୍ଧୁ ପାଇଁ ସଂସଦ ଅଟକିଯାଇପାରେ, ତେବେ ପୁରୁଣା ବନ୍ଧୁ ଯାହାକୁ ୫ବର୍ଷ ପୂର୍ବରୁ ଫେରାର କରାଯାଇଥିଲା ତାଙ୍କୁ ସାହାଯ୍ୟ କରିବାକୁ କିପରି ଅସ୍ବୀକାର କରିପାରିବେ ମୋଦି। ବୁଡ଼ି ଯାଇଥିବା ଦେଶର ହଜାର ହଜାର କୋଟି, କାହାକୁ ଖାଇବାକୁ ଦେବି ନାହିଁ ଏହା ଏକ ନିଆରା ବାକ୍ୟରେ ପରିଣତ ହୋଇଛି ବୋଲି ଖାର୍ଗେ କହିଛନ୍ତି। ସେହିପରି ପଳାତକ ମେହୁଲ ଚୋକସିଙ୍କ ବିଷୟରେ ମଲ୍ଲିକାର୍ଜୁନ ଖାର୍ଗେ ତାଙ୍କର ଏକ ବିବୃତ୍ତିରେ କହିଛନ୍ତି, ସେ ଭାରତ ବ୍ୟାଙ୍କରୁ ଟଙ୍କା ନେଇ ଫେରାର ହୋଇଯାଇଛନ୍ତି। ଏହିପରି ଲୋକଙ୍କୁ ଯେଉଁମାନେ ସୁରକ୍ଷା ଦିଅନ୍ତି ସେମାନେ ପୁଣି ଦେଶପ୍ରେମ ବିଷୟରେ କଥା କହୁଥିବା ଶୋଭାପାଏନି ବୋଲି ଖାର୍ଗେ ମୋଦିଙ୍କୁ ଟାର୍ଗେଟ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri