Posted inଜାତୀୟ

ମୃତ୍ୟୁଦଣ୍ଡାଦେଶ ୨୦ ବର୍ଷ କାରାଦଣ୍ଡରେ ବଦଳିଲା…

ନୂଆଦିଲ୍ଲୀ,୨୧।୩ : ଜଣେ ସାତ ବର୍ଷର ଶିଶୁଙ୍କୁ ଅପହରଣ ଓ ହତ୍ୟା ମାମଲାରେ ତାମିଲନାଡୁର ଜଣେ ବ୍ୟକ୍ତିଙ୍କୁ ଦିଆଯାଇଥିବା ମୃତ୍ୟୁଦଣ୍ଡର ଶୁଣାଣି ସୁପ୍ରିମକୋର୍ଟ ମଙ୍ଗଳବାର କରିଛନ୍ତି। ଏହି ଘଟଣା ୨୦୦୯ ମସିହାରେ ଘଟିଥିଲା। ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼, ଜଷ୍ଟିସ ହିମା କୋହଲି ଏବଂ ଜଷ୍ଟିସ ପିଏସ ନରସିଂହଙ୍କ ଏକ ବେଞ୍ଚ ଏହି ଦୋଷୀଙ୍କ ଦୋଷକୁ କାଏମ ରଖିଛନ୍ତି। ତେବେ ବେଞ୍ଚ ତାଙ୍କ ମୃତ୍ୟୁ ଦଣ୍ଡକୁ କୋଡିଏ ବର୍ଷ କାରାଦଣ୍ଡରେ ପରିଣତ କରିଛନ୍ତି।

ମୃତ୍ୟୁଦଣ୍ଡ କୋହଳ କରିବାବେଳେ ଦୋଷୀଙ୍କର ଦୋଷ ସାବ୍ୟସ୍ତ ହୋଇଛି। ତାଙ୍କ ଦୋଷର ପୁନର୍ବିଚାର ପାଇଁ ଆବେଦନ ମହମ୍ମଦ ଆରିଫଙ୍କ ବିଚାର ଆଧାରରେ ଖୋଲା କୋର୍ଟରେ କରାଯିବା ଉଚିତ। ଆବେଦନକାରୀଙ୍କ ଦୋଷ ଉପରେ ସନ୍ଦେହ କରିବାର କୌଣସି କାରଣ ଆମେ ଦେଖୁନାହୁଁ ବୋଲି ବେଞ୍ଚ କହିଛନ୍ତି। ଦୋଷୀ ସାବ୍ୟସ୍ତ ହେବା ପାଇଁ ସମୀକ୍ଷା ଅଧୀନରେ ଥିବା କ୍ଷମତାକୁ ବ୍ୟବହାର କରିବା ଆବଶ୍ୟକ ନୁହେଁ। ଆମେ ମୃତ୍ୟୁଦଣ୍ଡକୁ କୋଡ଼ିଏ ବର୍ଷ କାରାଦଣ୍ଡରେ ପରିବର୍ତ୍ତନ କରୁଛୁ। ଫେବୃଆରୀ ୨୦୧୩ ରେ ଦୋଷୀ ସୁନ୍ଦର ଓରଫ ସୁନ୍ଦରାଜନ ସୁପ୍ରିମକୋର୍ଟଙ୍କ ଦ୍ୱାରା ମୃତ୍ୟୁଦଣ୍ଡାଦେଶରେ ଦଣ୍ଡିତ କରାଯାଇଥିଲା। ତେବେ, ନଭେମ୍ବର୨୦୧୮ ରେ ପାଞ୍ଚ ବର୍ଷ ପରେ ସର୍ବୋଚ୍ଚ ନ୍ୟାୟାଳୟ ମୃତ୍ୟୁଦଣ୍ଡର ନିଷ୍ପତ୍ତି ସମୀକ୍ଷା କରିବାକୁ ରାଜି ହୋଇଥିଲେ।

ମିଥ୍ୟା ସତ୍ୟପାଠ ଦାଖଲ ପାଇଁ କୁଡାଲୋର ପୋଲିସ ଅଧିକାରୀଙ୍କ ବିରୋଧରେ କୋର୍ଟ ଅବମାନନା ମାମଲା ଆରମ୍ଭ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟରେ ଦାଖଲ ହୋଇଥିବା ଆଫିଡେଭିଟ ଆଧାରରେ ତାଙ୍କ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ ବୋଲି ପଚାରି କୁଡାଲୋର ପୋଲିସ ଅଧିକାରୀଙ୍କୁ ନୋଟିସ ଜାରି କରାଯାଇଛି। ୨୦୧୩ରେ ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ସୁନ୍ଦରରାଜନ ଏକ ସମୀକ୍ଷା ଆବେଦନ କରିଥିଲେ। ଏବେ କୋର୍ଟ ତାଙ୍କ ପାଇଁ ନୂଆ ଦଣ୍ଡାଦେଶ ଶୁଣାଇଛନ୍ତି। ଏହି ଦଣ୍ଡକୁ ମୃତ୍ୟୁଦଣ୍ଡରୁ ଆଜୀବନ କାରାଦଣ୍ଡରେ ପରିବର୍ତ୍ତନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri