Posted inଜାତୀୟ

୧.୪୮ ଲକ୍ଷ କୋଟିର ଅତିରିକ୍ତ ବ୍ୟୟବରାଦକୁ ମଞ୍ଜୁରୀ

ନୂଆଦିଲ୍ଲୀ, ୨୨ା୩(ପି.ଟି.): ଆଦାନୀ ଗ୍ରୁପ୍‌ ପ୍ରସଙ୍ଗକୁ ନେଇ ବିରୋଧୀ ଦଳଗୁଡ଼ିକର ହଟ୍ଟଗୋଳ ମଧ୍ୟରେ ମଙ୍ଗଳବାର ୨୦୨୨-୨୩ ଆର୍ଥତ୍କ ବର୍ଷ ଲାଗି କେନ୍ଦ୍ର ସରକାରଙ୍କ ୧.୪୮ ଲକ୍ଷ କୋଟି ଟଙ୍କାର ଅତିରିକ୍ତ ବ୍ୟୟବରାଦ ଲୋକ ସଭାରେ ଗୃହୀତ ହୋଇଛି। ଗତ ୧୩ ତାରିଖରେ ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧରୀ ଏହି ଅତିରିକ୍ତ ଖର୍ଚ୍ଚ ଦାବି ଉପସ୍ଥାପନ କରିଥିଲେ। ଏହାକୁ ମିଶାଇ ମୋଟ ଅତିରିକ୍ତ ବ୍ୟୟ ଦାବି ୨,୭୦,୫୦୮.୮୯ କୋଟି ଟଙ୍କାରେ ପହଞ୍ଚତ୍ଛି। ସେଥିରୁ ମୋଟ ନଗଦ ଖର୍ଚ୍ଚ ଦାବି ୧,୪୮,୧୩୩.୨୩ କୋଟି ଟଙ୍କା। ଅବଶିଷ୍ଟ ବ୍ୟୟକୁ ବିଭିନ୍ନ ମନ୍ତ୍ରଣାଳୟ/ବିଭାଗ ଖର୍ଚ୍ଚ କାଟ୍‌ କରି କିମ୍ବା ବିଭିନ୍ନ ସୂତ୍ରରୁ ଆଦାୟ ବଢ଼ାଇ ଭରଣା କରାଯିବ ବୋଲି ଏକ ବିବୃତିରେ କୁହାଯାଇଛି। ଅତିରିକ୍ତ ବ୍ୟୟବରାଦରୁ ୩୬,୩୨୫ କୋଟି ଟଙ୍କା ସାର ସବ୍‌ସିଡି ବାବଦରେ ବିନିଯୋଗ ହେବ। ଏହା ବ୍ୟତୀତ ସାର୍ବଜନିକ ସେବା ଦାୟିତ୍ୱ ନିଧି (ୟୁଏସ୍‌ଓଏଫ୍‌) ପାଇଁ ୨୫,୦୦୦ କୋଟି, ପ୍ରତିରକ୍ଷା ବିଭାଗ ଓଆର୍‌ଓପି ବକେୟା ପ୍ରଦାନ ବାବଦ ୩୩,୭୧୮.୪୯ କୋଟି ବ୍ୟୟ ହେବ। ସେହିପରି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ଲାଗି ଜିଏସ୍‌ଟି କ୍ଷତିପୂରଣ ପାଣ୍ଠିକୁ ଅତିରିକ୍ତ ୩୩,୫୦୬ କୋଟି ଟଙ୍କା ପ୍ରଦାନ କରାଯିବ। ଏହା ପୂର୍ବରୁ ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳ ଲାଗି ବିଲ୍‌ ଲୋକ ସଭାରେ ଧ୍ୱନି ମତରେ ଗୃହୀତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ

ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri