ଆସୁଛି ଆଉ ଏକ ପଶ୍ଚିମା ଝଡ଼

ଭୁବନେଶ୍ୱର,୨୨।୩(ବ୍ୟୁରୋ): ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ଲାଗି ରହିଛି। ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ କୁଆପଥର ବର୍ଷା ସହ ଝଡ଼ପବନ ଓ ବିଜୁଳି ଘଡ଼ଘଡ଼ି ହୋଇଛି। ମଙ୍ଗଳବାର ଭୁବନେଶ୍ୱରରେ ସର୍ବାଧିକ ୧୯.୨ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ସେହିପରି ଖୋର୍ଦ୍ଧାରେ ୧୫, ଭବାନୀପାଟଣାରେ ୧୨.୨, ଗୋପାଳପୁରରେ ୧୨.୨, କଟକରେ ୧୧.୨, କେନ୍ଦ୍ରାପଡ଼ାରେ ୧୦.୪, ଜଗତସିଂହପୁରରେ ୧୦, ଛତ୍ରପୁରରେ ୯.୬, ପୁରୀରେ ୭.୯, ପାରାଦ୍ୱୀପରେ ୫.୧ ମିମି ବର୍ଷା ହୋଇଛି। ଟ୍ରପ୍‌ଲାଇନ ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୩ ତାରିଖ ବେଳକୁ ଭାରତର ଉତ୍ତର-ପଶ୍ଚିମ ଭାଗକୁ ଆଉ ଏକ ପଶ୍ଚିମା ଝଡ଼ ପ୍ରବାହିତ ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଗୋଟିଏ ପଟେ ପଶ୍ଚିମା ଝଡ଼ ପ୍ରଭାବରେ ଖରାଦିନରେ ଆଶ୍ୱସ୍ତି ମିଳୁଥିବାବେଳେ ଅନ୍ୟପଟେ ଚାଷରେ ବ୍ୟାପକ କ୍ଷତି ହୋଇଛି। ଗତ ୪ଦିନ ହେବ ରାଜ୍ୟର ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ସହିତ କୁଆପଥର ମାଡ଼ ସବୁ ଚାଷକୁ ନଷ୍ଟ କରିଦେଇଛି। ଧାନ ଠାରୁ ଆରମ୍ଭ କରି ପନିପରିବା, ମକା ମୁଗ, ବିରି ଓ ସୂର୍ଯ୍ୟମୁଖୀ ଫସଲ ନଷ୍ଟ ହୋଇଛି। ଏହି ଅଦିନିଆ ବର୍ଷା ଚାଷୀର ମେରୁଦଣ୍ଡ ଦୋହଲାଇ ଦେଇଛି। ପୁଣି ଏକ ପଶ୍ଚିମା ଝଡ଼ ଆସୁଥିବାରୁ ଚାଷୀକୂଳ ଏବେ ଚିନ୍ତାରେ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର...

ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍, ନିଯୁକ୍ତି ପାଇବେ…

ଭୁବନେଶ୍ବର,୨୨।୧୨:  ଓଡ଼ିଶା ହେବ ପୁଞ୍ଜିନିବେଶ ହବ୍ । ଫାର୍ମା ଓ ଡିଫେନ୍ସ ସହ ବୈଠକ ହୋଇଥିବା ବେଳେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଜାନୁଆରୀ ୧ରୁ କଡ଼ାକଡ଼ି ହେବ ଗାଡ଼ି ଚେକିଂ, ଏହି ସାର୍ଟିଫିକେଟ ନ ଥିଲେ ମିଳିବନି ପେଟ୍ରୋଲ!

ଭୁବନେଶ୍ୱର,୨୨।୧୨: ଜାନୁଆରୀ ୧ ତାରିଖରୁ ଜୋରଦାର ଗାଡ଼ି ଚେକିଂ ହେବ। ଏନେଇ ପରିବହନ କମିଶନର ଅମିତାଭ ଠାକୁର ସୂଚନା ଦେଇଛନ୍ତି। ସେ କହିଛନ୍ତି, MVI ନିୟମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri