Posted inଜାତୀୟ

ଓପିଏସ୍‌ ଦାବିରେ ବିକ୍ଷୋଭ କଲେ ପରିଣାମ ଭୋଗିବେ କର୍ମଚାରୀ: କେନ୍ଦ୍ର

ନୂଆଦିଲ୍ଲୀ, ୨୨ା୩: ପୁରୁଣା ପେନ୍‌ସନ ସ୍କିମ୍‌ (ଓପିଏସ୍‌) ଲାଗୁ ଦାବିରେ ବିଭିନ୍ନ ରାଜ୍ୟରେ ସରକାରୀ କର୍ମଚାରୀମାନଙ୍କ ପକ୍ଷରୁ ବିକ୍ଷୋଭ କରାଯାଉଥିବାବେଳେ ଏଥିରୁ ଓହରିବା ପାଇଁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ନଚେତ୍‌ ଏହାର ପରିଣାମ କର୍ମଚାରୀଙ୍କୁ ଭୋଗିବାକୁ ପଡ଼ିବ। ମଙ୍ଗଳବାର ଜଏଣ୍ଟ ଫୋରମ ଫର୍‌ ରିଷ୍ଟୋରେଶନ୍‌ ଅଫ୍‌ ଓଲ୍‌ଡ ପେନ୍‌ସନ ସ୍କିମ୍‌ ବ୍ୟାନର ଅଧୀନରେ ନ୍ୟାଶନାଲ ଜଏଣ୍ଟ କାଉନ୍‌ସିଲ୍‌ ଅଫ୍‌ ଆକ୍ସନ୍‌ (ଏନ୍‌ଜେସିଏ) ପକ୍ଷରୁ ଜିଲା ସ୍ତରୀୟ ବିକ୍ଷୋଭ ପ୍ରଦର୍ଶନ କରାଯିବାର ଥିଲା। ଏହି ବିକ୍ଷୋଭରୁ ନିବୃତ୍ତ ରହିବା ପାଇଁ ସୋମବର କେନ୍ଦ୍ରୀୟ କାର୍ମିକ ପ୍ରଶିକ୍ଷଣ (ଡିଓପିଟି) ବିଭାଗ ପକ୍ଷରୁ ପ୍ରତି ବିଭାଗକୁ ଅବଗତ କରାଯାଇଛି। ସରକାରୀ କର୍ମଚାରୀମାନେ ବିକ୍ଷୋଭ, ରାଲି ଆଦିରେ ଅଂଶଗ୍ରହଣ କରିବା ଦ୍ୱାରା ଧାରା ୭କୁ ଉଲ୍ଲଘଂନ କରୁଥିବା ଡିଓପିଟି କହିଛି। କୌଣସି କର୍ମଚାରୀ ଓପିଏସ୍‌ ଲାଗୁ ବିକ୍ଷୋଭରେ ସାମିଲ ହେଲେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସର୍ବୋଚ୍ଚ ନ୍ୟାୟାଳୟ ଏଭଳି ବିକ୍ଷୋଭକୁ ବିରୋଧ କରୁଥିବାବେଳେ ସରକାରୀ କର୍ମଚାରୀ ଉକ୍ତ ନିୟମକୁ ପାଳନ କରିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri