ଭାରତ ସମେତ ୭ ଦେଶରେ ଭୂକମ୍ପ, ପାକିସ୍ତାନରେ ୧୩ ମୃତ-୨୦୦ରୁ ଅଧିକ ଆହତ: ମୃତାହତଙ୍କ ସଂଖ୍ୟା ବଢ଼ିବା ଆଶଙ୍କା… …

ନୂଆଦିଲ୍ଲୀ/ଇସଲାମାବାଦ/କାବୁଲ,୨୨।୩ : ଭାରତ ସମେତ ୭ ଦେଶରେ ଭୂକମ୍ପ ଅନୁଭୁତ ହୋଇଛି। ଆଫଗାନିସ୍ତାନରେ ଅଧିକ ତୀବ୍ରତାଯୁକ୍ତ ଭୂକମ୍ପ ଅନୁଭୂତ ହୋଇଥିବାବେଳେ ପାକିସ୍ତାନ, ଚାଇନା ସମେତ ଅନ୍ୟ କେତେକ ଦେଶରେ ଦୀର୍ଘ ସମୟ ଧରି କମ୍ପୁଥିଲା। ପାକିସ୍ତାନରେ ଇସଲାମାବାଦ ସମେତ ପଞ୍ଜାବ, ଖାଇବର ପାସ୍ତୁନଖ୍ବା ଏବଂ ବାଲୁଚିସ୍ତାନର ବିଭିନ୍ନ ସହରରେ ପ୍ରବଳ କମ୍ପନ ଅନୁଭୂତ ହୋଇଥିଲା। ଭୂକମ୍ପ ଯୋଗୁଁ ପାକିସ୍ତାନରେ ୧୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଓ ୨୦୦ରୁ ଅଧିକ ଜଣ ଆହତ ହୋଇଥିବା ଖବର ମିଳିଛି।

ଭାରତ, ପାକିସ୍ଥାନ, ଆଫଗାନିସ୍ତାନ, କିର୍ଗିଜସ୍ତାନ, ତାଜିକିସ୍ତାନ, ଉଜବେକିସ୍ତାନ, ଚାଇନାରେ ଭୂକମ୍ପ ଅନୁଭୁତ ହୋଇଥିବା ଭୂଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଖାଇବର ପାସ୍ତୁନଖ୍ବା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ରିପୋର୍ଟରେ କୁହାଯାଇଛି ଯେ ଭୂକମ୍ପ ଯୋଗୁ ଛାତ, କାନ୍ଥ ଓ ଘର ଭୁଶୁଡ଼ିବା ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ଜଣ ଆହତ ହୋଇଛନ୍ତି। ଭୂକମ୍ପ ଯୋଗୁଁ ଏଠାରେ ଆଠଟି ଘର ନଷ୍ଟ ହୋଇଯାଇଛି। ଏହି ଭୂକମ୍ପର କେନ୍ଦ୍ର ଥିଲା ଆଫଗାନିସ୍ତାନର ହିନ୍ଦୁ କୁଶ ଅଞ୍ଚଳ। ଏହାର ଭୂଗର୍ଭର ୧୮୦ କିଲୋମିଟର ଗଭୀରତା ଭୂକମ୍ପର କେନ୍ଦ୍ର ଥିଲା ।

ଏଥି ସହ ସ୍ବାତ ଜିଲା ପୋଲିସ ଅଧିକାରୀ ଶାଫିଉଲ୍ଲା ଗଣ୍ଡାପୁର ଗଣମାଧ୍ୟମକୁ କହିଛନ୍ତି ଯେ ଏହି ଜିଲାରେ ୯ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ସେ କହିଛନ୍ତି ଯେ ଆହତମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ପ୍ରାଥମିକ ସୂଚନା ଅନୁଯାୟୀ, ଆଫଗାନିସ୍ତାନର ଫାୟାଜାବାଦର ୭୭ କିଲୋମିଟର ଦକ୍ଷିଣ-ପୂର୍ବରେ ୬.୮ ତୀବ୍ରତାଯୁକ୍ତ ଭୂକମ୍ପ ଘଟିଛି। ପାକିସ୍ତାନର ପେଶୱାର, କୋହାଟ ଏବଂ ସ୍ବାବିରେ ମଧ୍ୟ କମ୍ପନ ଅନୁଭୂତ ହୋଇଛି। ଏହା ବ୍ୟତୀତ ଲାହୋର, କ୍ୱେଟା ଏବଂ ରାୱଲପିଣ୍ଡିରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଥିଲା। ଭୟଭୀତ ଲୋକମାନେ ସେମାନଙ୍କ ଘରୁ ବାହାରି ଆସିଥିଲେ। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଗୁଞ୍ଜରଓ୍ବାଲା, ଗୁଜରାଟ, ସିଆଲକୋଟ, କୋଟ ମୋମିନ, ମାଧରାଞ୍ଛ୍ଜା, ଚକୱାଲ, କୋହାଟ ଏବଂ ଗିଲଗିଟ-ବଲ୍ଟିସ୍ତାନ ଅଞ୍ଚଳରେ ମଧ୍ୟ ଭୂକମ୍ପନ ଅନୁଭୂତ ହୋଇଥିଲା। ଭାରତର କେତେକ ରାଜ୍ୟରେ ଭୂକମ୍ପ ଅନୁଭୁତ ହୋଇଥିଲା।

ମଙ୍ଗଳବାର ରାତି ୧୦ ଟା ୧୯ ସମୟରେ ଦିଲ୍ଲୀ-ଏନସିଆରରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଥିଲା। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୬.୬ ମାପ କରାଯାଇଥିଲା। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନର ଫାୟାଜାବାଦ ଥିଲା। କମ୍ପନ ଏତେ ଶକ୍ତିଶାଳୀ ଥିଲା ଯେ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ଆସିଥିଲେ। ଦିଲ୍ଲୀ ସମେତ ପଞ୍ଜାବର ଉତ୍ତରପ୍ରଦେଶରେ ମଧ୍ୟ ଭୂକମ୍ପରେ କମ୍ପନ ଅନୁଭୂତ ହୋଇଥିଲା। ଦୁଇରୁ ତିନିଥର ଭୂକମ୍ପରେ କମ୍ପନ ଅନୁଭୂତ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲରେ ପ୍ରବଳ ବର୍ଷା: ୩୭ ମୃତ

ବ୍ରାସିଲିଆ,୪।୫: ବ୍ରାଜିଲର ଦକ୍ଷିଣ ପ୍ରାନ୍ତ ରିଓଗ୍ରାଣ୍ଡେ ଡୋ ସୁଲରେ ପ୍ରବଳ ବର୍ଷା ଯୋଗୁ ୩୭ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏନେଇ ସ୍ଥାନୀୟ କର୍ତ୍ତୃପକ୍ଷ...

ଚନ୍ଦ୍ର ଅଭିମୁଖେ ଚାଇନାର ଚାଙ୍ଗ’ଇ-୬: ଦକ୍ଷିଣ ମେରୁରୁ ଶିଳା ଆଣିବ

ନୂଆଦିଲ୍ଲୀ,୩ା୫: ଚନ୍ଦ୍ରର ଦକ୍ଷିଣ ମେରୁରୁ ଶିଳା ଓ ମୃତ୍ତିକା ସଂଗ୍ରହ କରି ଆଣିବା ପାଇଁ ଚାଇନା ଏହାର ମହାକାଶ ଯାନ ଚାଙ୍ଗ’ଇ-୬କୁ ଶୁକ୍ରବାର ଲଞ୍ଚ୍‌ କରିଛି।...

ୟୁକ୍ରେନ ଯୁଦ୍ଧରେ ୧୫୦,୦୦୦ ଋଷ ସୈନିକ ନିହତ ହୋଇଥିବା ଆକଳନ କଲା ଫ୍ରାନ୍ସ

ନୂଆଦିଲ୍ଲୀ,୩।୫: ୟୁକ୍ରେନ ଉପରେ ଆକ୍ରମଣ ସମୟରେ ୧୫୦,୦୦୦ ଋଷ ସୈନିକଙ୍କ ପ୍ରାଣ ହରାଇଥିବା ଆକଳନ କରିଛି ଫ୍ରାନ୍ସ। ଶୁକ୍ରବାର ପ୍ରକାଶିତ ଏକ ସାକ୍ଷାତକାରରେ ଏଭଳି ଏକ...

ପ୍ରତିବର୍ଷ ୨୫ କୁମାରୀ ଝିଅଙ୍କୁ ବାଛନ୍ତି କିମ ଜୋଙ୍ଗ ଉନ, ‘ପ୍ଲେଜର ସ୍କ୍ବାଡ’ରେ ସାମିଲ ଥିବା ଜଣେ ଯୁବତୀ କହିଲେ କିଛି ଅକୁହା କଥା

ପୋଙ୍ଗୟାଙ୍ଗ,୩।୫: ସମୟ ସମୟରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ବିଷୟରେ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଥାଏ। ଏଥିରେ କୌଣସି ସନ୍ଦେହ ନାହିଁ...

ସ୍କୁଲ, କଲେଜ, ଅଫିସ ବନ୍ଦ, ମୂଷଳ ଧାରାରେ ବର୍ଷାକୁ ଦେଖି ଲୋକଙ୍କୁ ଘରେ ରହିବାକୁ ପାଣିପାଗ ବିଭାଗର ସତର୍କ ସୂଚନା

ଆବୁ ଧାବି,୩।୫: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ବର୍ଷା ପୁଣି ଏକ ବିପର୍ଯ୍ୟୟ ପାଲଟିଛି। ଗୁରୁବାର ପ୍ରବଳ ବର୍ଷା ଓ ଝଡ଼ ତୋଫାନ ଯୋଗୁଁ...

ପୁଣି ପାକିସ୍ତାନକୁ ମୁହଁତୋଡ ଜବାବ ଦେଲା ଭାରତ

ନ୍ୟୁୟର୍କ,୩।୫: ମିଳିତ ଜାତିସଂଘରେ ଭାରତ ପୁଣି ଥରେ ପାକିସ୍ତାନକୁ ମୁହଁତୋଡ ଜବାବ କରିଛି। ଭାରତ ପାକିସ୍ତାନକୁ ତୀବ୍ର ସମାଲୋଚନା କରି କହିଛି, ପାକିସ୍ତାନର ଟ୍ରାକ ରେକର୍ଡ...

ୟୁସିଏଲ୍‌ଏ କ୍ୟାମ୍ପସ୍‌ରେ ପୋଲିସ ବର୍ବରତା

ଲସ୍‌ ଏଞ୍ଜେଲସ୍‌,୩ା୫:କାଲିଫର୍ନିଆର ଲସ୍‌ ଏଞ୍ଜେଲସ୍‌ସ୍ଥିତ ବିଶ୍ୱବିଦ୍ୟାଳୟ (ୟୁସିଏଲ୍‌ଏ)ପରିସରରେ ପାଲେଷ୍ଟିନୀୟ ସପକ୍ଷବାଦୀ ଆନ୍ଦୋଳନ ଜାରି ରହିଥିବାବେଳେ ବିଳମ୍ବିତ ରାତିରେ ହେଲମେଟ ପିନ୍ଧିଥିବା ପୋଲିସ କ୍ୟାମ୍ପସ୍‌ରେ ପ୍ରବେଶ କରି...

ଭାରତକୁ ବିପଦରେ ପକାଇବା ପାଇଁ ଷଡଯନ୍ତ୍ର କରୁଛି ଚାଇନା

ନୂଆଦିଲ୍ଲୀ,୩ା୫:ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ଅଞ୍ଚଳରେ ସେନା ଅନୁପ୍ରବେଶ କରାଇ ଚାଇନା ଉତ୍ତେଜନାପୂର୍ଣ୍ଣ ସ୍ଥିତି ଜାରି ରଖିଥିବାବେଳେ ସିଆଚେନ୍‌ ନିକଟବର୍ତ୍ତୀ ଶକ୍ସଗାମ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri