Posted inଜାତୀୟ

ଦେଶରେ କରୋନା ସ୍ଥିତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଦେଶରେ କରୋନା ସ୍ଥିତି ଏବଂ ଜନସ୍ବାସ୍ଥ୍ୟ କ୍ଷେତ୍ରରେ ପ୍ରସ୍ତୁତି ଉପରେ ଏକ ଉଚ୍ଚ ସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ଡାକ୍ତରଖାନା ପରିସରରେ ମାସ୍କ ପିନ୍ଧିବା ସହିତ କରୋନା ରୋକିବା ପାଇଁ ରୋଗୀ, ସ୍ବାସ୍ଥ୍ୟ ବିଶେଷଜ୍ଞ ଏବଂ ସ୍ବାସ୍ଥ୍ୟ କର୍ମଚାରୀଙ୍କ ଉପଯୁକ୍ତ ଆଚରଣ ଉପରେ ଗୁରୁତ୍ୱାରୋପ କରିଥିଲେ। ବରିଷ୍ଠ ନାଗରିକ ଏବଂ ଅସୁସ୍ଥତା ଥିବା ଲୋକଙ୍କୁ ଜନଗହଳି ପୂର୍ଣ୍ଣ ସ୍ଥାନକୁ ଯିବାବେଳେ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯିବା ଆବଶ୍ୟକ।
ପ୍ରଧାନମନ୍ତ୍ରୀ କହିଛନ୍ତି, କରୋନା ମହାମାରୀ ଶେଷ ହୋଇନାହିଁ ଏବଂ ନିୟମିତ ବ୍ୟବଧାନରେ ସାରା ଦେଶରେ ପରିସ୍ଥିତି ଉପରେ ନଜର ରଖିବାର ଆବଶ୍ୟକତା ରହିଛି।
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ, ସ୍ବାସ୍ଥ୍ୟମନ୍ତ୍ରୀ ମାନସୁଖ ମାଣ୍ଡବ୍ୟ, ସ୍ବାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ ଭାରତୀ ପ୍ରବୀଣ ପାୱାର, ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ, ଆଇସିଏମଆର ରାଜୀବ ବେହଲ, ଏନଆଇଟି ଆୟୋଗର ଭି.କେ ପାଲ, ଗୃହ ସଚିବ ଅଜୟ ଭଲା, ପିଏମଓ ଅଧିକାରୀ ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ।
ଗତ କିଛି ଦିନ ହେବ ଦେଶରେ କରୋନା ରୋଗରେ ବୃଦ୍ଧି ଘଟୁଛି। ବୁଧବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ୧୧୩୪ଟି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏହା ପରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୭୦୨୬କୁ ବୃଦ୍ଧି ପାଇଛି।
ଏହାପୂର୍ବରୁ ମାର୍ଚ୍ଚ ୧୬ରେ କେନ୍ଦ୍ର ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ କରୋନା ମାମଲା ବଢିବା ମଧ୍ୟରେ ରାଜ୍ୟମାନଙ୍କୁ ଏକ ଚିଠି ଲେଖିଥିଲେ। ମନ୍ତ୍ରଣାଳୟ ମହାରାଷ୍ଟ୍ର, ଗୁଜରାଟ, ତେଲେଙ୍ଗାନା, ତାମିଲନାଡୁ, କେରଳ ଏବଂ କର୍ନାଟକକୁ ଏକ ଚିଠି ଲେଖି କରୋନା ବିଷୟରେ ସଜାଗ ରହିବାକୁ କହିଛି। ଏଭଳି ପରିସ୍ଥିତିରେ ସରକାରଙ୍କୁ ପାଞ୍ଚ ଫୋଲ୍ଡ ଷ୍ଟ୍ରାଟେଜୀ ଅଧୀନରେ ପରିସ୍ଥିତି ଉପରେ ନଜର ରଖିବାକୁ ଏବଂ ଆବଶ୍ୟକ ପଦକ୍ଷେପ ନେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri