ଏଡିନବର୍ଗ ଡକୟାର୍ଡରେ ଜାହାଜ ଓଲଟିବାରୁ ୨୫ ଆହତ

ଏଡିନବର୍ଗ(ସ୍କଟଲାଣ୍ଡ),୨୩ ।୩: ଯାତ୍ରୀରେ ପୂର୍ଣ୍ଣ ଥିବା ଏକ ଜାହାଜ ବୁଧବାର ସ୍କଟଲାଣ୍ଡର ଏକ ଡକୟାର୍ଡରେ ଆଂଶିକ ଭାବେ ଓଲଟି ଯାଇଛି । ଏହି ଘଟଣାରେ ୨ ଡଜନରୁ ଅଧିକ ଲୋକ ଆହତ ହୋଇଛନ୍ତି । ଅନାଦୋଲୁ ଏଜେନ୍ସି ଏହି ସୂଚନା ଦେଇଛି ।
ସ୍କଟିସ ଆମ୍ବଲାନ୍ସ ସେବା କହିଛି ଏଡିନବର୍ଗ ଡକୟାର୍ଡରେ ଏକ ଜହାଜ ଓଲଟି ଯିବାରୁ ୨୫ ଜଣ ଆହତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୫ ଜଣଙ୍କୁ ହସ୍ପିଟାଲ ପଠାଇ ଦିଆଯାଇଛି । ଏହାସହ ଅନ୍ୟ ୧୦ ଜଣଙ୍କୁ ଇମ୍ପିରିୟଲ ଡକ, ଲିଥରେ ଘଟଣାସ୍ଥଳରେ ଚିକିତ୍ସା କରାଯାଇଛି ।
ସ୍କଟିଶ ଆମ୍ବୁଲାନ୍ସ ସେବାର ପ୍ରବକ୍ତା କହିଛନ୍ତି, ବୁଧବାର ସକାଳେ ପ୍ରାୟ ୮ଟା ୨୯ରେ (ସ୍ଥାନୀୟ ସମୟ) ଲିଥରେ ଏକ ଘଟଣା ସମ୍ପର୍କରେ ସୂଚନା ମିଳିଲା ଓ ଆମକୁ ଘଟଣାସ୍ଥଳରେ ପହଞ୍ଚିବାକୁ କୁହାଗଲା । ଏହାପରେ ଆମେ ୫ଟି ଅମ୍ବୁଲାନ୍ସ, ଗୋଟିଏ ଏୟାର ଅମ୍ବୁଲାନ୍ସ, ୩ ଟ୍ରମା ଟିମ, ସ୍ପେଶାଲ ଅପରେଶନ ଟିମ, ୩ ପାରାମେଡିକାଲ ରେସପନ୍ସ ୟୁନିଟି ଓ ଏକ ରୋଗୀ ପରିବହନ ଗାଡି ପଠାଇଥିଲୁ । ଆମେ ଆହତଙ୍କ ମଧ୍ୟରୁ ୧୫ ଜଣଙ୍କୁ ହସ୍ପିଟାଲରେ ପହଞ୍ଚାଇଥିଲୁ । ଏଥିରୁ ୧୧ ଜଣଙ୍କୁ ଏଡିନବର୍ଗ ରୟାଲ ଇନଫର୍ମରୀ ଓ ୪ ଜଣଙ୍କୁ ୱେଷ୍ଟର୍ଣ୍ଣ ଜେନରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଏହା ବ୍ୟତୀତ ଆଉ ୧୦ ଆହତଙ୍କୁ ଘଟଣାସ୍ଥଳରେ ହିଁ ଚିକିତ୍ସା ଯୋଗାଇ ଦିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri