ଭୁବନେଶ୍ୱର,୨୩ା୩(ବ୍ୟୁରୋ): ରାଜ୍ୟର ୧୧,୭୧୦ ସ୍କୁଲ ଅନ୍ଧାରରେ ରହିଛି। ସେହି ସ୍କୁଲଗୁଡ଼ିକୁ ବିଦ୍ୟୁତ୍ ସଂଯୋଗ ହୋଇନାହିଁ। ଭାଜପା ସଭ୍ୟ ମୋହନ ମାଝିଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ବିଧାନସଭାରେ ଏହା କହିଛନ୍ତି।
ରାଜ୍ୟର କେତେ ବିଦ୍ୟାଳୟରେ ଆବଶ୍ୟକ ସଂଖ୍ୟକ ଶ୍ରେଣୀଗୃହ, କେତେ ସ୍ମାର୍ଟ ଶ୍ରେଣୀଗୃହ, କେତେ ବ୍ୟବହାରଯୋଗ୍ୟ ଶୌଚାଳୟ, ପାନୀୟ ଜଳ ସୁବିଧା, ବିଦ୍ୟୁତ୍ ସଂଯୋଗ, ଖେଳ ପଡ଼ିଆ, ଛାତ୍ରୀଛାତ୍ରଙ୍କ ଅନୁପାତରେ କେତେ ଶିକ୍ଷକ ନିଯୁକ୍ତ ହୋଇଛନ୍ତି ବୋଲି ମୋହନ ଜାଣିବାକୁ ଚାହିଁଥିଲେ। ଏହାର ଉତ୍ତରରେ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ଗତ ୮ ବର୍ଷରେ ସମୁଦାୟ ୧୯,୪୯୦ ଜଣ ଶିକ୍ଷା ସହାୟକ ନିୟୋଜିତ ହୋଇଛନ୍ତି। ସେହିଭଳି ୧୧,୭୧୦ ସ୍କୁଲରେ ବିଦ୍ୟୁତ୍ ସଂଯୋଗ ନ ଥିବା ବେଳେ ୨୧,୦୬୫ ସ୍କୁଲରେ ଖେଳପଡ଼ିଆ ଓ ୪୧,୯୯୬ ସ୍କୁଲରେ କମ୍ପ୍ୟୁଟର ନାହିଁ। ସେହିପରି ୬୭୮୧ ସ୍କୁଲରେ ଆବଶ୍ୟକ ଶ୍ରେଣୀଗୃହ ନ ଥିବା ବେଳେ ୬୦୧୧ ସ୍କୁଲରେ ଆବଶ୍ୟକ ଶିକ୍ଷକ ନାହାନ୍ତି। ଚଳିତ ଶିକ୍ଷାବର୍ଷରେ ଡ୍ରପ୍ଆଉଟ ହାର ପ୍ରାଥମିକ ଶିକ୍ଷା ସ୍ତରରେ ଶୂନ ଥିବାବେଳେ ଉଚ୍ଚପ୍ରାଥମିକ ସ୍ତରରେ ୭.୩୪ ଏବଂ ମାଧ୍ୟମିକ ସ୍ତରରେ ୨୭.୨୬ ରହିଛି ବୋଲି ମନ୍ତ୍ରୀ କହିଛନ୍ତି।
ପ୍ରସବ କରାଇବାକୁ ଆସି ଫସିଗଲେ ନାବାଳିକା: ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ
ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...
‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’
ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...
ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍ କାର୍ଡ, ଲାଇଫଟାଇମ୍ ଯାଏ Free
ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...
ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ
ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...
ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା
ଦୁବାଇ,୧୯।୧୨: ସିନିଅର୍ ମେନ୍ସ ଏସିଆ କପ୍ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...
ଛତୁଆ ବିଲ୍ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ
ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...
ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …
ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...
ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ
ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...
Archives


