Posted inଜାତୀୟ

ଉଡାଣ ଭରିବାର ମାତ୍ର ୧ମିନିଟ୍‌ ମଧ୍ୟରେ ଘର ସହ ଧକ୍କା ହେଲା ବିମାନ: ଭିଡିଓ ଭାଇରାଲ

ରାଞ୍ଚି,୨୪।୩: ଝାଡ଼ଖଣ୍ଡର ଧାନବାଦ ଜିଲାରେ ଉଡାଣ ଭରିବାର ମାତ୍ର କିଛି ସମୟ ମଧ୍ୟରେ ଏକ ଗ୍ଲାଇଡର୍‌ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ୫୦୦ମିଟର ଦୂର ତଳକୁ ଖସି ଏକ ଘର ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ଗ୍ଲାଇଡର ବିମାନର ପାଇଲଟ ଏବଂ ଜଣେ ୧୪ବର୍ଷର ଶିଶୁ ଗୁରୁତର ଆହତ ହୋଇଛନ୍ତି ବୋଲି ବରଓ୍ବାଡା ପୋଲିସ ସୂଚନା ଦେଇଛି। ଅନ୍ୟପଟେ ଏହି ଘଟଣାର ଭିଡିଓ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭାଇରାଲ ହୋଇଥିବା ଭିଡିଓରେ ଦେଖିବାକୁ ମିଳିଛି ଯେ, ବିମାନଟି ଉଡ଼ିବାର ମାତ୍ର ୧ମିନିଟ୍‌ ପରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଗ୍ଲାଇଡର ବିମାନ ନୀଲେଶ କୁମାର ନାମକ ଜଣେ ବ୍ୟକ୍ତିଙ୍କ ଘର ଆଗ ପାର୍ଶ୍ୱରେ ପଡ଼ିଯାଇଥିଲା। ସୌଭାଗ୍ୟବଶତଃ ପରିବାର କୌଣସି ସଦସ୍ୟ ଆହତ ହୋଇ ନ ଥିବା ବେଳେ ସେଠାରେ ଖେଳୁଥିବା ଛୁଆମାନେ ମଧ୍ୟ ଅଳ୍ପକେ ବର୍ତ୍ତିଯାଇଛନ୍ତି। ସୂଚନାଯୋଗ୍ୟ, ଗୁରୁବାର ସନ୍ଧ୍ୟା ୫ଟା ୩୦ରେ ଧାନବାଦର ବରଓ୍ବାଡା ବିମାନ ବନ୍ଦରରୁ ଗ୍ଲାଇଡର ବିମାନ ଉଡାଣ ଭରିଥିଲା। ଉଡାଣ ଭରିବାର କିଛି ସମୟ ମଧ୍ୟରେ ଏହା ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଉକ୍ତ ବିମାନରେ ୩ଜଣ ଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ପାଇଲଟଙ୍କ ସହ ଜଣେ ଯାତ୍ରୀ ମଧ୍ୟ ଥିଲେ। ଯାହାର ବୟସ ୧୪ବର୍ଷ ବୋଲି କୁହାଯାଉଛି। ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri