ଏମ୍‌କେସିଜିରେ ଏମ୍‌ଏଲ୍‌ସିୟୁ, ଏସ୍‌ଏମ୍‌ଆଇଟି ଉଦ୍‌ଘାଟିତ

ବ୍ରହ୍ମପୁର ଅଫିସ, ୨୪।୩: ରାଜ୍ୟରେ ମାତୃ-ଶିଶୁ ମୃତ୍ୟୁହାର ହ୍ରାସ କରିବା ପାଇଁ ରାଜ୍ୟ ସରକାର ନର୍ସିଂ ଅଫିସର୍ସମାନଙ୍କ ପାଇଁ ସ୍ବତନ୍ତ୍ର ପ୍ରଶିକ୍ଷଣ ବ୍ୟବସ୍ଥା କରିଛନ୍ତି। ଏଥିପାଇଁ ଏମ୍‌କେସିଜି ବଡ଼ ଡାକ୍ତରଖାନାରେ ମିଡଓ୍ବାଇଫେରି ଲିଡ୍‌ କେୟାର୍‌ ୟୁନିଟ୍‌(ଏମ୍‌ଏଲ୍‌ସିୟୁ) ଏବଂ କଲେଜ ଅଫ ନର୍ସିଂ ପରିସରରେ ଷ୍ଟେଟ୍‌ ମିଡୱାଇଫେରି ଟ୍ରେନିଂ ଇନ୍‌ଷ୍ଟିଚ୍ୟୁଟ(ଏସ୍‌ଏମ୍‌ଆଇଟି) ଉଦ୍‌ଘାଟିତ ହୋଇଯାଇଛି।

କଲେଜ ଅଫ ନର୍ସିଂ ପରିସରରେ ଆୟୋଜିତ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ଡା. ଶାଲିନୀ ପଣ୍ଡିତ ଭର୍ଚୁଆଲ ମାଧ୍ୟମରେ ଯୋଗ ଦେଇଥିଲେ। ସେହିପରି ସମ୍ମାନିତ ଅତିଥି ଭାବେ ଏନ୍‌ଏଚ୍‌ଏମ୍‌ ନିର୍ଦ୍ଦେଶକ ଡ. ବୃନ୍ଦା ଡି. ମଧ୍ୟ ଉପସ୍ଥିତ ରହିଥିଲେ। ଏହି ସ୍ବତନ୍ତ୍ର ପ୍ରଶିକ୍ଷଣର ଉଦ୍ଦେଶ୍ୟ ମା’ ଓ ଶିଶୁଙ୍କୁ କିପରି ସ୍ବତନ୍ତ୍ର ସେବା ପ୍ରଦାନ କରାଯାଇପାରିବ ସେ ନେଇ ମତବ୍ୟକ୍ତ କରିଥିଲେ। ସେହିପରି କାର୍ଯ୍ୟକ୍ରମରେ ଅତିଥି ଭାବେ ଡିଏମ୍‌ଇଟି ପ୍ରଫେସର ଡା. ସଚ୍ଚିଦାନନ୍ଦ ମହାନ୍ତି ଓ ନର୍ସିଂର ନିର୍ଦ୍ଦେଶକ ଡା. ରାମଚନ୍ଦ୍ର ରାଉତ, ଏମ୍‌କେସିଜି ମେଡିକାଲ କଲେଜ ଓ ହସ୍ପିଟାଲ ଅଧ୍ୟକ୍ଷ ତଥା ଡିନ୍‌ ପ୍ରଫେସର ଅବନୀକାନ୍ତ ମିଶ୍ର, ମେଡିକାଲର ଅଧୀକ୍ଷକ ପ୍ରଫେସର ସନ୍ତୋଷ କୁମାର ମିଶ୍ର ମଞ୍ଚାସୀନ ଥିଲେ। ସେହିପରି ସ୍ତ୍ରୀ ଓ ପ୍ରସୂତି ବିଭାଗ ପ୍ରଫେସର ମାହିଜା ସାହୁ, ୟୁନିସେଫ୍‌ର ଲିନା ସୋମ ପ୍ରମୁଖ ବକ୍ତବ୍ୟ ରଖିଥିଲେ।
କଲେଜ ଅଫ ନର୍ସିଂର ଅଧ୍ୟକ୍ଷା ରାଜଲକ୍ଷ୍ମୀ ମିଶ୍ର ସ୍ବାଗତ ଭାଷଣ ଦେଇ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ। ଗର୍ଭବତୀ ଏବଂ ନବଜାତ ଶିଶୁଙ୍କୁ କିପରି ସ୍ବତନ୍ତ୍ର ଚିକିତ୍ସାସେବା ପ୍ରଦାନ କରାଯିବ ସେ ନେଇ ଏହି କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଡାକ୍ତରଖାନାରେ ସୁରକ୍ଷିତ ପ୍ରସବ ସହିତ ଶିଶୁ ଓ ମାତୃ ମୃତ୍ୟୁହାର ରୋକିବାକୁ ଏହି କାର୍ଯ୍ୟକ୍ରମ ଜରିଆରେ ଦେଢ଼ବର୍ଷ ସ୍ବତନ୍ତ୍ର ପ୍ରଶିକ୍ଷଣ ଦିଆଯିବ। ଶୁକ୍ରବାରଠାରୁ ଏହି ପ୍ରଶିକ୍ଷଣ ଆରମ୍ଭ ହୋଇଛି। ଏଥିରେ ଏମ୍‌କେସିଜି ସହିତ ବିଭିନ୍ନ ହସ୍ପିଟାଲର ୩୦ଜଣ ନର୍ସିଂ ଅଫିସର୍ସଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

କଟକ ଲୋକ ସଭା ଆସନ: ଅଭିଜ୍ଞ ବନାମ ନୂଆ ଚେହେରା

କଟକ,୩୦।୪(ଶିଳ୍ପା ପ୍ରିୟଦର୍ଶିନୀ):କଟକ ସଂସଦୀୟ କ୍ଷେତ୍ରରେ ତ୍ରିମୁଖୀ ଲଢେଇ ହେବା ନେଇ ଆଲୋଚନା ହେଉଛି। ଲୋକ ସଭା ଆସନ ପାଇଁ ବିଜେଡି ସଂତୃପ୍ତ ମିଶ୍ର, ଭାଜପା ଭର୍ତ୍ତୃହରି...

‘ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରି ରାଜ୍ୟକୁ ୧ ନମ୍ବର କରିବା’

ଅନୁଗୋଳ,୩୦ା୪ (ଅମିତ କୁମାର ସାମଲ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ):ଓଡ଼ିଶାରେ ପ୍ରଥମ ଥର ଓ କେନ୍ଦ୍ରରେ ତୃତୀୟ ଥର ପାଇଁ ଭାଜପା ସରକାର...

ସର୍ଫିଙ୍ଗ ପର୍ଯ୍ୟଟନ ମାନଚିତ୍ରରେ କୋଣାର୍କ

କୋଣାର୍କ,୩୦।୪(ଜ୍ୟୋତିରାଜ ମହାନ୍ତି):ସମୁଦ୍ରର ନୀଳ ଢ଼େଉରେ ଦୁଃସାହସିକ ଜଳକ୍ରୀଡ଼ା ସର୍ଫିଙ୍ଗ ପାଇଁ ଖାଲି ବିଦେଶ ନୁହେଁ, ଭାରତର ଯୁବବର୍ଗଙ୍କ ଆଗ୍ରହ ବଢ଼ିବାରେ ଲାଗିଛି। ପୁରୀ-କୋଣାର୍କ ବେଳାମାର୍ଗରେ ଅବସ୍ଥିତ...

ମଉଳିଯାଇଛି କୁଳ ବେଉସାର ନିଶା

ପଟ୍ଟାମୁଣ୍ଡାଇ,୩୦।୪(କଳ୍ପତରୁ ନାୟକ):ସମୟର ପରିବର୍ତନର ସୁଅରେ ବଦଳି ଯାଇଛି କୂଳ ବେଉସାର ନିଶା। ଧାତବ ବାସନର ବହୁଳ ବ୍ୟବହାର ଫଳରେ ମାଟିରେ ତିଆରି ଜିନିଷ ତାର ସତା...

୩ ଦଶନ୍ଧିରେ ହଜିଲାଣି ୭୦ ପ୍ରତିଶତ ହସ୍ତତନ୍ତ ଶିଳ୍ପ

କେନ୍ଦ୍ରାପଡ଼ା, ୩୦ା୪(ଜଗନ୍ନାଥ ଧଳ):ଅତ୍ୟାଧୁନିକ ମେଶିନ ଓ ଉନ୍ନତ ସୂତା ପାଇଁ କେନ୍ଦ୍ରାପଡ଼ା ଜିଲାର ପୁରାତନ ହସ୍ତତନ୍ତ ଶିଳ୍ପ ଡୁବିଯାଇଛି। ୩ ଦଶନ୍ଧି ମଧ୍ୟରେ ପ୍ରାୟ ୭୦...

ପଥର ଛଇକୁ ପୋଖରୀ ଦର୍ଶାଇ ଲକ୍ଷାଧିକ ଟଙ୍କା ଆତ୍ମସାତ

କାଳିଆପାଣି,୩୦ା୪(ଅସିତ ମହାନ୍ତ):ପୋଖରୀ ପୁନରୁଦ୍ଧାର ପାଇଁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ଅଟକଳ କରି ଯାଜପୁର ଜିଲାର ସୁକିନ୍ଦା ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ଟଙ୍କା ଆତ୍ମସାତ୍‌...

ନୂଆ-ଅଭିଜ୍ଞଙ୍କ ମଧ୍ୟରେ କଡ଼ା ମୁକାବିଲା

ଯାଜପୁର,୩୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏଯାଏ କେହି ମହିଳା ବିଧାୟିକା ହୋଇନାହାନ୍ତି। ଏପରି କି ଏହି ଆସନରେ କେବେ କେହି ମହିଳା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା...

ଏକାଠି ହେଲେ ଗୌତମ, ପୁଲିନ

ଝୁମ୍ପୁରୀ,୩୦ା୪(ସରୋଜ ନାୟକ):ଧୀରେ ଧୀରେ ଯାଜପୁର ରାଜନୀତି ରୋଚକ ମୋଡ଼ ଧରିଛି ା ସୋମବାର ଭାଜପାର ଯାଜପୁର ବିଧାୟକ ପ୍ରାର୍ଥୀ ଗୌତମ ରାୟଙ୍କ ସହ ହାତ ମିଳାଇଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri