ବ୍ରାଜିଲର ପୂର୍ବତନ ରାଷ୍ଟ୍ରପତି ଡିଲ୍ମା ରୁସେଫ ବ୍ରିକ୍ସ ବ୍ୟାଙ୍କର ନୂଆ ମୁଖ୍ୟ, ନେଲେ ମାର୍କୋସଙ୍କ ସ୍ଥାନ

ବେଜିଂ,୨୫ ।୩: ବ୍ରାଜିଲର ପୂର୍ବତନ ରାଷ୍ଟ୍ରପତି ଡିଲମା ରୁସେଫ ଶୁକ୍ରବାର ନ୍ୟୁ ଡେଭଲପମେଣ୍ଟ ବ୍ୟାଙ୍କ୍‌(ଏନଡିବି)ର ନୂଆ ମୁଖ୍ୟ ନିର୍ବାଚିତ ହୋଇଛନ୍ତି । ଏନଡିବି ବ୍ରିକ୍ସ ଦେଶ(ବ୍ରାଜିଲ, ଭାରତ, ରୁଷିଆ, ଚାଇନା ଓ ଦକ୍ଷିଣ ଆଫ୍ରିକା) ଦ୍ୱାରା ସ୍ଥାପିତ ଏକ ବିତ୍ତିୟ ସଂସ୍ଥା, ଯାହା ବ୍ରିକ୍ସ ବ୍ୟାଙ୍କ ନାମରେ ପରିଚିତ ।
୭୫ ବର୍ଷିୟ ରୁସେଫ ମାର୍କେସ ଟ୍ରାୟଜୋଙ୍କ ସ୍ଥାନ ନେବେ । ଏହାର ଘୋଷଣା ସାଂଘାଇ ମୁଖ୍ୟାଳୟରେ ଥିବା ବ୍ୟାଙ୍କ କରିଛି । ବ୍ୟାଙ୍କ ପକ୍ଷରୁ ଜାରି ଏକ ପ୍ରେସ ବିଜ୍ଞପ୍ତିରେ କୁହାଯାଇଛି ବି ଏନଡିବିର ବୋର୍ଡ ଅଫ ଗଭର୍ନର୍ସ ସର୍ବସମ୍ମତିରେ ରୁସେଫଙ୍କୁ ତତ୍କାଳ ପ୍ରଭାବରେ ବ୍ୟାଙ୍କର ଅଧ୍ୟକ୍ଷ ନିର୍ବାଚିତ କରିଛନ୍ତି । ରୁସେଫ ବର୍ତ୍ତମାନ ବ୍ରାଜିଲର ରାଷ୍ଟ୍ରପତି ଲୁଲା ଡା ସିଲ୍ଭାଙ୍କ ନିକଟତମ ସହଯୋଗୀ, ଯେକି ଗତବର୍ଷ ଅକ୍ଟୋବରରେ ହୋଇଥିବା ନିର୍ବାଚନରେ ଜାୟର ବୋଲସୋନାରୋଙ୍କୁ ହରାଇଥିଲେ । ରୁସେଫ ଦୁଇଥର ବ୍ରାଜିଲ ରାଷ୍ଟପତି ଭାବେ ନିର୍ବାଚିତ ହୋଇଥିଲେ । ହେଲେ ୨୦୧୬ରେ ବଜେଟରେ ହେରଫେର ଅଭିଯୋଗରେ ତାଙ୍କୁ ପଦରୁ ହଟାଇ ଦିଆଯାଇଥିଲା । ସେ ତାଙ୍କ ଉପରେ ଲାଗିଥିବା ସମସ୍ତ ଅଭିଯୋଗକୁ ଖାରଜ କରିଦେଇଥିଲେ । ଜୁଲାଇ ୨୦୧୪ରେ ସେ ଏନଡିବିର ସ୍ଥାପନାରେ ବ୍ରିକ୍ସ ଦେଶ ସହ ଭାଗ ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri