ପଣ୍ୟ ବୋଝେଇ ପରିବହନରେ ରେକର୍ଡ

ଭୁବନେଶ୍ୱର, ୨୫।୩(ବ୍ୟୁରୋ): ଚଳିତ ୨୦୨୨-୨୩ ଆର୍ଥିକ ବର୍ଷ ଶେଷ ପୂର୍ବରୁ ପୂର୍ବତଟ ରେଳପଥ ପଣ୍ୟ ପରିବହନ କ୍ଷେତ୍ରରେ ରେକର୍ଡ ସୃଷ୍ଟି କରିଛି। ଏହି ବର୍ଷ ଶେଷ ହେବାକୁ ସପ୍ତାହେ ବାକି ଥିବାବେଳେ ଇତିମଧ୍ୟରେ ୨୩୨.୩୨ ନିୟୁତ ଟନ୍‌ ପଣ୍ୟ ବୋଝେଇ କରିପାରିଛି। ୨୦୨୧-୨୨ ଆର୍ଥିକ ବର୍ଷର ସମାନ ସମୟ ମଧ୍ୟରେ ପୂର୍ବତଟ ରେଳପଥ ୨୨୩.୬୪ ନିୟୁତ ଟନ୍‌ ପଣ୍ୟ ପରିବହନ କରିଥିଲା। ପୂର୍ବତଟ ରେଳପଥ ହେଉଛି ଏକମାତ୍ର ରେଳପଥ,ଯାହା ୨୨୦ ଏବଂ ୨୩୦ ନିୟୁତ ଟନ୍‌ ମାଇଲଖୁଣ୍ଟ ଅତିକ୍ରମ କରିସାରିଥିବାବେଳେ ଚଳିତ ଆର୍ଥିକ ବର୍ଷରେ ୨୪୦.୬୦ ନିୟୁତ ଟନ୍‌ ପଣ୍ୟ ବୋଝେଇ କରିବାକୁ ରେଳ ମନ୍ତ୍ରଣାଳୟ ଲକ୍ଷ୍ୟ ଧାର୍ଯ୍ୟ ଦେଇଛି।
ଚଳିତ ଆର୍ଥିକ ବର୍ଷରେ ଉପରୋକ୍ତ ସମୟ ମଧ୍ୟରେ ପଣ୍ୟ ବୋଝେଇରୁ ୨୩,୮୭୨.୬୯ କୋଟି ଟଙ୍କା ଆୟ କରାଯାଇଛି। ଗତ ଆର୍ଥିକ ବର୍ଷରେ ଏହି ବାବଦରେ ୨୨,୧୮୪.୮୫ କୋଟି ଟଙ୍କା ଆୟ ହୋଇପାରିଥିଲା। ପୂର୍ବ ବର୍ଷ ତୁଳନାରେ ଚଳିତ ବର୍ଷ ପ୍ରାୟ ୭.୬% ଆୟ ବୃଦ୍ଧି ହୋଇପାରିଛି।
ରେଳ ମନ୍ତ୍ରଣାଳୟର ଅଭିନବ ପଦକ୍ଷେପ ଏବଂ ପ୍ରମୁଖ ହସ୍ତକ୍ଷେପ ଉପରେ ଧ୍ୟାନ ଦେଇ ଗତ ଆର୍ଥିକ ବର୍ଷର ପଣ୍ୟ ବୋଝେଇକୁ ଅତିକ୍ରମ କରି ପୂର୍ବତଟ ରେଳପଥ ରେକର୍ଡ ହାସଲ କରିଛି, ଯାହା ଫାଷ୍ଟ-ଟ୍ରାକରେ ପହଞ୍ଚାଇବାରେ ସଫଳ ହୋଇଛି। ପୂର୍ବତଟ ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମା ଏହି ସଫଳତା ପାଇଁ ଏହାର ୩ଟି ରେଳ ମଣ୍ଡଳ ଓ ପରିଶ୍ରମୀ ତଥା ଉତ୍ସର୍ଗୀକୃତ କର୍ମଚାରୀଙ୍କୁ ସମ୍ପୂର୍ଣ୍ଣ ଶ୍ରେୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri