Posted inଜାତୀୟ

ବିଲ୍‌କିସ ବାନୋ ମାମଲା: ୨୭ରେ ନୂଆ ଖଣ୍ଡପୀଠରେ ଶୁଣାଣି

ନୂଆଦିଲ୍ଲୀ,୨୫ା୩ (ପି.ଟି.): ୨୦୦୨ ଗୁଜରାଟ ଦଙ୍ଗା ବେଳେ ବିଲ୍‌କିସ ବାନୋଙ୍କୁ ଗଣବଳାତ୍କାର ଓ ତାଙ୍କ ପରିବାରର ୭ ଜଣଙ୍କୁ ହତ୍ୟା ମାମଲାରେ ୧୧ ଦୋଷୀଙ୍କ ଦଣ୍ଡକୁ କ୍ଷମା କରିଦିଆଯିବା ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନର ଶୁଣାଣି ୨୭ ତାରିଖରେ ସୁପ୍ରିମକୋର୍ଟରେ ହେବ। ଏଥିପାଇଁ ଜଷ୍ଟିସ କେ.ଏମ୍‌. ଜୋସେଫ୍‌ ଏବଂ ବି.ଭି. ନାଗରତ୍ନାଙ୍କୁ ନେଇ ନୂଆ ଖଣ୍ଡପୀଠ ଗଠନ କରାଯାଇଛି। ୧୧ ଜଣଙ୍କୁ କ୍ଷମା ନିଷ୍ପତ୍ତି ବିରୋଧରେ ବିଭିନ୍ନ ଦଳ ଓ ନାଗରିକ ଅଧିକାର କର୍ମୀ ପିଟିଶନ ଦାଏର କରିଥିବାବେଳେ ବିଲ୍‌କିସ୍‌ଙ୍କ ପକ୍ଷରୁ ରିଟ୍‌ ପିଟିଶନ ଦାଏର ହୋଇଥିଲା। ଏହାର ଜରୁରୀ ଶୁଣାଣି ପାଇଁ ନୂଆ ଖଣ୍ଡପୀଠ ଗଠନ କରିବାକୁ ଗତ ୨୨ ତାରିଖରେ ସିଜେଆଇ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ରାଜି ହୋଇଥିଲେ। ପିଟିଶନଗୁଡ଼ିକର ଶୁଣାଣି ପାଇଁ ଜାନୁୟାରୀ ୪ରେ ଜଷ୍ଟିସ ଅଜୟ ରସ୍ତୋଗୀ ଏବଂ ବେଲା ଏମ୍‌. ତ୍ରିବେଦୀଙ୍କୁ ନେଇ ଖଣ୍ଡପୀଠ ଗଠିତ ହୋଇଥିଲା। ତେବେ ଜଷ୍ଟିସ୍‌ ତ୍ରିବେଦୀ କୌଣସି କାରଣ ନ ଦର୍ଶାଇ ଶୁଣାଣିରୁ ଓହରିଯିବା ପରେ ନୂଆ ଖଣ୍ଡପୀଠ ଗଠନ ଆବଶ୍ୟକ ହୋଇପଡ଼ିଥିଲା। ଏହି ମାମଲାରେ ଆଜୀବନ ଜେଲଦଣ୍ଡ ଭୋଗୁଥିବା ୧୧ ଅପରାଧୀଙ୍କୁ ଗତବର୍ଷ ଅଗଷ୍ଟ ୧୫ରେ ଗୁଜରାଟ ସରକାର କ୍ଷମା ପ୍ରଦାନ କରି ସେମାନଙ୍କୁ ଜେଲରୁ ମୁକ୍ତ କରିଦେଇଥିଲେ। ନଭେମ୍ବର ୩୦ରେ ବାନୋ ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ଏହା ବ୍ୟତୀତ ୨୦୨୨ ମେ’ ୧୩ରେ ସୁପ୍ରିମକୋର୍ଟ ଦେଇଥିବା ଏକ ରାୟର ସମୀକ୍ଷା ଲାଗି ବିଲ୍‌କିସ୍‌ ଅନ୍ୟ ଏକ ପିଟିଶନରେ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri