କବିସୂର୍ଯ୍ୟନଗରରେ ଆଜିଠୁ ଦଣ୍ଡଯାତ୍ରା

କବିସୂର୍ଯ୍ୟନଗର,୨୫ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଚୈତ୍ର ମାସରେ ହେଉଥିବା ପାରମ୍ପରିକ ଦଣ୍ଡଯାତ୍ରା ଶନିବାରରୁ ଆରମ୍ଭ ହୋଇଛି। ଆଜି ପ୍ରଥମ କରି ୨୧ ଦିନିଆ ଦଣ୍ଡ ଯାତ୍ରା ବାହାରିଛି। କବିସୂର୍ଯ୍ୟନଗରସ୍ଥିତ ମାଝି ପୁଞ୍ଜା, ଧୋବା ପୁଞ୍ଜା ଓ ପରିଡ଼ା ପୁଞ୍ଜା ଏଭଳି ୩ଟି ଦଣ୍ଡ ଦଳ ପକ୍ଷରୁ ଦଣ୍ଡକାଳୀ ମନ୍ଦିରରେ ଦିନକ ପୂର୍ବରୁ ପ୍ରଭା ପ୍ରସ୍ତୁତି କରାଯାଇ ଥିବା ବେଳେ ଆଜି ସମସ୍ତ ଭୁକ୍ତା ବା ଦଣ୍ଡୁଆଙ୍କ ମେଳରେ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯାଇ ଥିଲା। ଏହା ପରେ ଦଣ୍ଡୁଆମାନେ ସ୍ନାନ, ପଇତା ଧାରଣ, ମହାଦେବ ଓ ମା’ କାଳୀଙ୍କ ପୂଜା କରି ପଟୁଆରରେ ବାହାରିଥିଲେ। ଏହି ଯାତ୍ରା ସମୟରେ ଭୁକ୍ତାମାନଙ୍କୁ କଠୋର ନିୟମ ମାନି ଚଳିବାକୁ ହୁଏ। ଶରୀରକୁ କଷ୍ଟ ଦେଇ ଶକ୍ତିରୂପୀ ମା’ କାଳୀଙ୍କ ଆରାଧନା କରାଯାଏ। ଧୂଳି ଦଣ୍ଡ, ପାଣି ଦଣ୍ଡ, ଅଗ୍ନି ଦଣ୍ଡ ଆଦି କରିଥାନ୍ତି। କାମ ବାସନା, କ୍ରୋଧ, ମୋହ, ପରିବାର ସମ୍ପର୍କ ଆଦି ତ୍ୟାଗ କରି ସନ୍ନ୍ୟାସୀ ତୁଲ୍ୟ କଠୋର ସମୟ ଅତିବାହିତ କରିବାକୁ ପଡ଼େ। ଏଭଳି ସାଧନା ଓ ଆରାଧନାରେ ଦେବୀ ତୁଷ୍ଟ ହୋଇ ଭୁକ୍ତା ଓ ମାନସିକଧାରୀଙ୍କ ମନସ୍କାମନା ପୂରଣ କରିଥାନ୍ତି ବୋଲି ବିଶ୍ୱାସ ରହିଛି। ମା’ କାଳୀଙ୍କ ପ୍ରସିଦ୍ଧ ଦଣ୍ଡ ଯାତ୍ରା ଆରମ୍ଭ ହୋଇଥିବା ବେଳେ ଏବେ କବିସୂର୍ଯ୍ୟନଗର ସହରରେ ଭକ୍ତିମୟ ପରିବେଶ ଦେଖିବାକୁ ମିଳିଛି। ଆଜି କବିସୂର୍ଯ୍ୟନଗର ଠାରେ ସମସ୍ତ ଦଣ୍ଡ ଦଳ ପକ୍ଷରୁ ପାଣିଦଣ୍ଡ, ଅଗ୍ନି ଦଣ୍ଡ, ଧୂଳି ଦଣ୍ଡ ଏବଂ ରାତିରେ ନିର୍ଦ୍ଧାରିତ ସ୍ଥାନରେ ମନୋରଞ୍ଜନ ପାଇଁ ନାଟକ ପରିବେଷଣ କରାଯିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri