ଗଡ୍‌କରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): କଟକ-ଅନୁଗୋଳ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥ ମରଣଯନ୍ତା ପାଲଟିଛି। ଦୀର୍ଘ ୫ ବର୍ଷ ପରେ ମଧ୍ୟ ରାସ୍ତା କାମ ଶେଷ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିନ୍ତାପ୍ରକଟ କରିଛନ୍ତି। ରାସ୍ତା ନିର୍ମାଣ କାମ ତୁରନ୍ତ ସାରିବା ପାଇଁ ମୁଖ୍ୟମନ୍ତ୍ରୀ ଶନିବାର କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଛନ୍ତି । ତୁରନ୍ତ ଏଥିପ୍ରତି ଦୃଷ୍ଟିଦେଇ ରାସ୍ତା କାମ ସାରିବାକୁ ସେ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି, ୨୦୧୭ରୁ ଏହି ରାଜପଥ କାମ ଭାରତର ଜାତୀୟ ରାଜପଥ ପ୍ରାଧିକରଣ (ଏନ୍‌ଏଚ୍‌ଏଆଇ) କରୁଛି। ୫ ବର୍ଷ ବିତିଯାଇଥିଲେ ମଧ୍ୟ ଏହି କାର୍ଯ୍ୟ ଶେଷ ହୋଇନାହିଁ। ଜାତୀୟ ରାଜପଥ-୫୫ ପଶ୍ଚିମ ଓଡ଼ିଶାର ଜୀବନରେଖା। ଲକ୍ଷ ଲକ୍ଷ ଲୋକ ଏହି ରାସ୍ତା ଉପରେ ନିର୍ଭର କରୁଛନ୍ତି। ତେବେ ଏହି ରାସ୍ତାର ଅଧାପନ୍ତରିଆ ନିର୍ମାଣ କାର୍ଯ୍ୟ ଯୋଗୁ ବାରମ୍ବାର ଦୁର୍ଘଟଣା ଘଟି ବହୁ ଜୀବନହାନି ହେଉଛି। ଗତ ୨ ବର୍ଷ ମଧ୍ୟରେ ୩୯୯ଟି ଦୁର୍ଘଟଣାରେ ୧୯୬ ଜଣଙ୍କ ମୂଲ୍ୟବାନ ଜୀବନ ଯାଇଛି। ରାସ୍ତା କାମ ଶେଷ ହେବାରେ ବିଳମ୍ବ ହେତୁ ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ତେଣୁ ପ୍ରକଳ୍ପ କାମ ଶୀଘ୍ର ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗଡ଼କରୀଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି। ନିର୍ମାଣରେ ହେଉଥିବା ବିଳମ୍ବକୁ ନେଇ ବିଭିନ୍ନ ସଙ୍ଗଠନ ପକ୍ଷରୁ ରାସ୍ତାରୋକୋ କରାଯିବା ସହ ଜାତୀୟ ରାଜପଥ ପ୍ରାଧିକରଣଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ଏପରି କି ଓଡ଼ିଶା ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ମଧ୍ୟ ଏହି ରାସ୍ତା ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ବହୁବାର ଚିଠିଲେଖି ଅନୁରୋଧ କରାଯାଇଛି। ଏହା ସତ୍ତ୍ୱେ ରାସ୍ତା କାମ ଅତ୍ୟନ୍ତ ଧିମା ଗତିରେ ଚାଲିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍‌ ଶନିବାର ଠାରୁ...

ବାଂଲାଦେଶରେ ହିନ୍ଦୁ ଯୁବକଙ୍କୁ ଜୀଅନ୍ତା ପୋଡ଼ି ହତ୍ୟା ନେଇ ବଜରଙ୍ଗ ଦଳର ପ୍ରତିବାଦ

ଜି.ଉଦୟଗିରି,୨୭।୧୨(ଚିନ୍ମୟ କୁମାର ସେଠୀ): ବାଂଲାଦେଶର ଢାକାଠାରେ ୧୮ ଡିସେମ୍ବରରେ ଇସଲାମ କଟରବାଦୀମାନେ ବାଂଲାଦେଶର ହିନ୍ଦୁ ଯୁବକ ଦୀପୁ ଦାସଙ୍କୁ ନିର୍ମମ ଭାବେ ମାରି ଜୀଅନ୍ତା ଅବସ୍ଥାରେ...

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri