Posted inଖେଳ

ରାମେଶ୍ୱର ସ୍ପୋର୍ଟିଂର ବୃହତ୍‌ ବିଜୟ

ଭୁବନେଶ୍ୱର, ୨୭।୩(କ୍ରୀଡ଼ା ପ୍ରତିନିଧି): ରାମେଶ୍ୱର ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ୧୫ ବର୍ଷରୁ କମ୍‌ କମଳା ପରିଡ଼ା ସ୍ମାରକୀ (୫ମ ରାମେଶ୍ୱର କପ୍‌) କ୍ରିକେଟ ଟୁର୍ନାମେଣ୍ଟ ରବିବାର ଆରମ୍ଭ ହୋଇଛି। ଏହାର ପ୍ରଥମ ମ୍ୟାଚ୍‌ରେ ଅଧିନାୟକ ଶୁଭାଶିଷ ମଲିକଙ୍କ ବିସ୍ଫୋରକ ଶତକ ସହାୟତାରେ ଆୟୋଜକ ରାମେଶ୍ୱର ସ୍ପୋର୍ଟିଂ ୨୦୫ ରନ୍‌ର ବୃହତ୍‌ ବ୍ୟବଧାନରେ ସହିଦ ସ୍ପୋର୍ଟିଂକୁ ପରାସ୍ତ କରିଛି।

ସହିଦ ସ୍ପୋର୍ଟିଂ ଟସ୍‌ ଜିତି ରାମେଶ୍ୱରକୁ ବ୍ୟାଟିଂ ଆମନ୍ତ୍ରଣ କରିଥିଲା। ରାମେଶ୍ୱର ସ୍ପୋର୍ଟିଂ ନିର୍ଦ୍ଧାରିତ ୩୫ ଓଭରରେ ୩ ଉଇକେଟ ହରାଇ ୩୧୮ ରନ୍‌ କରିଥିଲା। ଦଳ ପକ୍ଷରୁ ଶିଭାଶିଷ ୧୦୬ଟି ବଲ୍‌ର ସମ୍ମୁଖୀନ ହୋଇ ୨୨ ଚୌକା ଓ ୭ ଛକା ସହାୟତାରେ ସର୍ବାଧିକ ୧୧୬ ରନ୍‌ କରିଥିଲେ। ତୀର୍ଥଙ୍କର ସାହୁ ୪୧ ଓ ସ୍ନେହାଶିଷ ଚୌଧାରୀ ୩୫ ରନ୍‌ କରିଥିଲେ। ବିପକ୍ଷ ଦଳର ଓମ୍‌ ପି. ନାୟକ ୩୬ ରନ୍‌ ଦେଇ ଗୋଟିଏ ଉଇକେଟ ନେଇଥିଲେ। ଜବାବରେ ସହିଦ ସ୍ପୋର୍ଟିଂ ୩୫ ଓଭରରେ ୫ ଉଇକେଟ ହରାଇ ମାତ୍ର ୧୧୩ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ମହେଶ ପରିଡ଼ା ସର୍ବାଧିକ ୨୫ ରନ୍‌ କରିଥିଲେ।

ବିଜୟୀ ଦଳର ସୋହମ୍‌ ପଟ୍ଟନାୟକ ଓ ଜଗଦୀଶ ମହାପାତ୍ର ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ଶୁଭାଶିଷଙ୍କୁ ରଣ୍‌ଜୀ ଖେଳାଳି ରାଜେଶ ମହାନ୍ତି ଓ ପରେଶ ପଟେଲ ପୁରସ୍କୃତ କରିଥିଲେ। ବିଧାୟକ ସୁରେଶ କୁମାର ରାଉତରାୟ, କର୍ପୋରେଟର ଚନ୍ଦ୍ରଶେଖର ମଲିଆ, ଭୁବନେଶ୍ୱର ଆଥ୍‌ଲେଟିକ୍‌ ଆସୋସିଏଶନ ସମ୍ପାଦକ ସୌର୍ଯ୍ୟରଞ୍ଜନ ପରିଜା, ଉପସଭାପତି ରାଧାନାଥ ମହାପାତ୍ର ପ୍ରମୁଖ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri