ବିପଦକୁ ଡାକୁଛି ରାସ୍ତାରୁ ଉଠିଥିବା ଲୁହାଛଡ଼

ଉମରକୋଟ,୨୭ା୩(ଡି.ଏନ୍‌.ଏ.):ଉମରକୋଟ ପୌର ପରିଷଦର ୧୩ ନଂ ଓ୍ବାର୍ଡ ଡିଏନ୍‌କେସ୍ଥିତ ରାମକ୍ରିଷ୍ଣ ମିଶନ ଓ କଳିଙ୍ଗ ବିଦ୍ୟାପୀଠକୁ ସଂଯୋଗ କରୁଥିବା ରାସ୍ତା ଏବେ ମରଣଯନ୍ତା ପାଲଟିଛି । ବିଗତ ୧୨ବର୍ଷ ତଳେ ହୋଇଥିବା ଏହି ରାସ୍ତାର କଂକ୍ରିଟ ବାହାରିଗଲାଣି । ଏହା ପୌର ପ୍ରଶାସନ କିମ୍ବା ଲୋକ ପ୍ରତିନିଧିଙ୍କ ଦୃଷ୍ଟିଗୋଚର ହେଉନାହିଁ। ଉକ୍ତ ରାସ୍ତା ଦେଇ ପ୍ରତିଦିନ ଛୋଟ ପିଲାମାନେ ସ୍କୁଲକୁ ଯିବାଆସିବା କରୁଥିବା ବେଳେ ଗାଡିମୋଟର ବି ଚଳାଚଳ କରୁଛି। ରାସ୍ତାରୁ ବାହାରି ପଡ଼ିଥିବା ଲୁହାଛଡ଼ କେତେବେଳେ ଯେ କୌଣସି ଅଘଟଣ ନ ଘଟାଇବ ଏଥିରେ ସନ୍ଦେହ ନାହିଁ । ଯାହିବି ଅଘଟଣ ଘଟିବ ସେଥିପାଇଁ ପ୍ରଶାସନ ଦାୟୀ ରହିବ ବୋଲି ସ୍ଥାନୀୟ ବାସିନ୍ଦା କହୁଛନ୍ତି। ତେଣୁ ତୁରନ୍ତ ଏହି ରାସ୍ତା ମରାମତି କରାଯାଉ ବୋଲି ସାଧାରଣରେ ଦାବି ହେଉଛି। ସୂଚନା ଅନୁଯାୟୀ, ଗତ ୪ ମାସ ହେଲା ପୌର ପରିଷଦର କୌଣସି ଟେଣ୍ଡର ବାହାରି ନାହିଁ। ଆବଶ୍ୟକ ସ୍ଥଳେ ଜରୁରୀ କାର୍ଯ୍ୟ ଗୁଡିକ ପାଇଁ ପ୍ରତି ମାସରେ ଟେଣ୍ଡର କରାଗଲେ ଲୋକଙ୍କ ସମସ୍ୟା ଶୀଘ୍ର ସମାଧାନ ହୋଇ ପାରିବ ଚର୍ଚ୍ଚା ହେଉଛି। ଏ ନେଇ ନିର୍ବାହୀ ଅଧିକାରୀ ଋଷି ମାଝୀଙ୍କୁ ପଚାରିବାରୁ ରାସ୍ତା ସମସ୍ୟା ତାଙ୍କ ନଜରକୁ ଆସିନାହିଁ। ମାର୍ଚ୍ଚ ପରେ କାମ କରାଯିବ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri