ସ୍ତ୍ରୀ ସହିତ ସମ୍ପର୍କ ରଖିବାକୁ ବାରଣ କରୁଥିଲେ ଶାଶୁ : ୭ ବର୍ଷ ଜେଲ ଗଲେ ଅଭିଯୁକ୍ତ ଜ୍ୱାଇଁ

କେନ୍ଦୁଝର,୨୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଦୌରାଜଜ ଚିତ୍ତରଞ୍ଜନ ମହାପାତ୍ର ଏକ ହତ୍ୟା ମାମଲାର ରାୟ ଶୁଣାଇଛନ୍ତି। ରାୟରେ ଅଭିଯୁକ୍ତ ଜଗନ୍ନାଥ ମୁଣ୍ଡାଙ୍କୁ ୭ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫୦ ଜହାର ଟଙ୍କା ଜରିମାନା ଓଅନାଦାୟେ ଅତିରିକ୍ତ ୧ ବର୍ଷ ଦଣ୍ଡାଦେଶ ଶୁଣାଇଛନ୍ତି। ରାୟ ବିବରଣୀ ଅନୁଯାୟୀ, ଘଟଗାଁ ବ୍ଲକ୍‌ ଖୁଡୁପୁଟୁଳି ଗ୍ରାମର ଜଗନ୍ନାଥ ମୁଣ୍ଡା ମନୋହରପୁର ଗ୍ରାମର ରୁକ୍ମଣୀ ମୁଣ୍ଡାଙ୍କୁ ବିବାହ କରିଥିଲେ। କିଛି ବର୍ଷ ହେଲା ସେମାନେ ମନୋହରପୁରରେ ରୁକ୍ମଣୀଙ୍କ ଘରେ ରହୁଥିଲେ। ତାଙ୍କର ୪ ସନ୍ତାନ ଥିବାରୁ ତାଙ୍କ ଶାଶୂ ନାଙ୍ଗି ମୁଣ୍ଡା(୫୫) ଅଧିକ ଛୁଆ କରିବାକୁ ବାରଣ କରୁଥିଲେ। ଫଳରେ ଜଗନ୍ନାଥ କିଛି ଦିନ ଅଲଗା ରହୁଥିଲା। ୩୧ଜୁଲାଇ ୨୦୧୮ ରାତିରେ ଘରକୁ ଆସି ସ୍ତ୍ରୀ ସହିତ ସମ୍ପର୍କ ରଖିବାକୁ ଚେଷ୍ଟା କରିଥିଲେ। ଶାଶୁ ବିରୋଧ କରିବାରୁ ଉତ୍ତ୍ୟକ୍ତ ହୋଇ ଗୋଇଠା ମାରିଥିଲେ। ପରେ ପାଟିରେ କନା ଦେଇ ତଣ୍ଟି ଚିପି ହତ୍ୟା କରିଥିଲା। ରୁକ୍ମଣୀଙ୍କ ଏତଲା କ୍ରମେ ଘଟଗାଁ ପୋଲିସ (ନଂ. ୧୨୧/୧୮)ରେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା।୯ ଜଣ ସାକ୍ଷୀ, ପୋଲିସ ତଦନ୍ତ ରିପୋର୍ଟ ଆଧାରରେ କୋର୍ଟ ଏହି ଦଣ୍ଡାଦେଶ କରିଛନ୍ତି। ସରକାରୀ ଓକିଲ ପ୍ରଦୀପ କୁମାର ଦାସ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଇନର ବିଭିନ୍ନ ଦିଗ ଉପରେ ସଚେତନ କରାଇଲେ ଅତିରିକ୍ତ ଜିଲା ଦୌରାଜଜ୍‌

ଛତ୍ରପୁର/ଗଞ୍ଜାମ,୨ା୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ତାଲୁକ ଆଇନ ସେବା କମିଟି ପକ୍ଷରୁ ଗଞ୍ଜାମସ୍ଥିତ ଗ୍ରାସିମ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ ପରିସରରେ ‘ପରିବେଶଗତ ନ୍ୟାୟ’ ସମ୍ବନ୍ଧୀୟ ଏକ ଆଇନ...

ରିଅଲ ମାଡ୍ରିଡ୍‌ର ବଢ଼ିଲା ଚିନ୍ତା: ଏମ୍‌ବାପେ ଆହତ

ପ୍ୟାରିସ,୨ା୧: ରିଅଲ ମାଡ୍ରିଡ୍‌ ଫରଓ୍ବାର୍ଡ କିଲିଆନ ଏମ୍‌ବାପେଙ୍କ ବାମ ଆଣ୍ଠୁ ଆଘାତ ଲାଗିଛି। ଏ ନେଇ ସ୍ପାନିଶ କ୍ଲବ ପକ୍ଷରୁ କୁହାଯାଇଛି। ତେବେ ତାଙ୍କୁ ରିକଭର...

ନୂଆବର୍ଷରେ ଖୁସି ଖବର, ଶସ୍ତା ହେଲା ଘରୋଇ ଗ୍ୟାସ

ନୂଆଦିଲ୍ଲୀ,୨।୧: ନୂଆବର୍ଷ ଆରମ୍ଭ ହେବା ପୂର୍ୱରୁ, ଗ୍ୟାସ ଗ୍ରାହକଙ୍କ ପାଇଁ ଏକ ଖୁସି ଖବର। ସାର୍ୱଜନୀନ କ୍ଷେତ୍ରର କମ୍ପାନୀ ଗେଲ ଗ୍ୟାସ ଲିମିଟେଡ ଘରୋଇ ରୋଷେଇ...

ଉଠୁଛିପଡ଼ୁଛି ବଡ଼ଦାଣ୍ଡ: ମେଡିକାଲ ଛକରେ ମୃତଦେହ ରଖି…

ପୁରୀ,୨।୧(ଅଜିତ୍‌ ମହାନ୍ତି): ପୁରୀ ଦୁର୍ଘଟଣାରେ ୫ ବର୍ଷୀୟ ନାବାଳକର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ମେଡିକାଲ ଛକରେ ମୃତଦେହ ରଖି ସ୍ଥାନୀୟ ଲୋକ ଧାରଣାରେ ବସିଛନ୍ତି।...

ପୁରୀ ବଡ଼ଦାଣ୍ଡରେ ନାବାଳକଙ୍କ ମୃତ୍ୟୁ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ,୨।୧: ପୁରୀ ବଡ଼ଦାଣ୍ଡରେ ବୋଲେରୋ ଓ ସ୍କଟି ଧକ୍କାରେ ନାବାଳକଙ୍କ ମୃତ୍ୟୁ ହୋଇଛି। ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ...

ଏହି ନୂଆବର୍ଷରେ ଘର ତିଆରି ହେବ ମହଙ୍ଗା, ବୃଦ୍ଧି ପାଇବ ସିମେଣ୍ଟ ଦର, ବ୍ୟାଗ୍‌ ପିଛା…

ନୂଆଦିଲ୍ଲୀ,୨ା୧: ନୂଆବର୍ଷ ଅବସରରେ ମୁଦ୍ରାସ୍ଫୀତି ସମ୍ପର୍କରେ ନିରାଶାଜନକ ଖବର ଆସିଛି। ପ୍ରକୃତରେ କମ୍ପାନୀଗୁଡ଼ିକ ସିମେଣ୍ଟର ମୂଲ୍ୟ ବୃଦ୍ଧି କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ,...

୧୫ ଅଗଷ୍ଟରୁ ଚାଲିବ ଦେଶର ପ୍ରଥମ ବୁଲେଟ ଟ୍ରେନ, ଜାଣନ୍ତୁ କେତେ ହେବ ଏହାର ଭଡ଼ା

ନୂଆଦିଲ୍ଲୀ,୨।୧: ଭାରତୀୟ ରେଲଓ୍ବେ ବିଶ୍ୱର ଚତୁର୍ଥ ବୃହତ୍ତମ ରେଳ ବ୍ୟବସ୍ଥା, ଏବଂ ଲକ୍ଷ ଲକ୍ଷ ଯାତ୍ରୀ ପ୍ରତିଦିନ ଟ୍ରେନରେ ଯାତ୍ରା କରନ୍ତି। ସମୟ ସହିତ, ରେଲଓ୍ବେ...

ଆଖିରେ ଆଖିଏ ଲୁହ ନେଇ ବିଦାୟ ନେଲେ ଏହି କ୍ରିକେଟର, ଖୋଲିଲେ ଗୁମର

ନୂଆଦିଲ୍ଲୀ,୨।୧: ପାକିସ୍ତାନରେ ଜନ୍ମିତ ଅଷ୍ଟ୍ରେଲିୟ ଅଭିଜ୍ଞ ବ୍ୟାଟ୍ସମ୍ୟାନ ଉସମାନ ଖ୍ବାଜା ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ଶେଷ ଥର ପାଇଁ ସିଡନୀ କ୍ରିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri