କାଦେ ମାଝୀ ହତ୍ୟାକାଣ୍ଡ ଘଟଣା: ୨ ଗିରଫ

ପାଟଣା,୩୦।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କୁଣ୍ଡଳା ପଞ୍ଚାୟତ ଫୁଲ ପାହାଡ଼ି ଗ୍ରାମର ଭାଲୁଘରା ସାହିର ୫୫ ବର୍ଷୀୟ ବୃଦ୍ଧ କାଦେ ମାଝୀଙ୍କୁ ଗତ ଗୁରୁବାର ରାତିରେ ଦୁର୍ବୃତ୍ତମାନେ ସଂଘବଦ୍ଧ ଭାବେ ଗାଁ ଦାଣ୍ଡରେ ହତ୍ୟାକରିବା ପରେ କାଦେଙ୍କ ଘର ସମ୍ମୁଖରେ ଫିଙ୍ଗି ଦେଇଥିଲେ। ସକାଳୁ କାଦେଙ୍କ ପୁଅ ଫାଗୁ ବାପାଙ୍କ ମୃତଦେହ ଦେଖିବା ପରେ ସ୍ଥାନୀୟ ଗ୍ରାମରକ୍ଷୀଙ୍କୁ ଖବର ଦେଇଥିଲେ। ଶନିବାର ପାଟଣା ପୋଲିସ ମୃତଦେହ ଜବତ କରିଥିଲା। ମଙ୍ଗଳବାର ପୋଲିସ ଏହି ହତ୍ୟା ଘଟଣାରେ ସମ୍ପୃକ୍ତ ଥିବା ଦୁଇ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ଦ୍ବୟ ହେଲେ ଉକ୍ତ ଗ୍ରାମର ୬୯ବର୍ଷୀୟ କାଦୁ ମାଝୀ ଓ ୪୦ ବର୍ଷୀୟ ବଳରାମ ମାଝୀ। ଏନେଇ ପାଟଣା ଥାନା ଏସ୍‌ଆଇ ବୈଲୋଚନ ସିଂ ଏକ ମାମଲା (୯୩/୧୯) ରୁଜୁକରି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛନ୍ତି। ତେବେ ଏହି ହତ୍ୟାକାଣ୍ଡ ଘଟଣାରେ ଆହୁରି ଅଧିକ ବ୍ୟକ୍ତିଙ୍କ ସମ୍ପୃକ୍ତି ରହିଛି। ପର୍ଯ୍ୟାୟ କ୍ରମେ ଅନ୍ୟମାନଙ୍କୁ ଗିରଫ କରାଯିବ ବୋଲି ଥାନାଧିକାରୀ ପୁଷ୍ପାଞ୍ଜଳି ସାମନ୍ତରାୟ ସୂଚନା ଦେଇଛନ୍ତି।
ସୂଚନା ଅନୁଯାୟୀ, ୬ ମାସ ପୂର୍ବେ ଅନ୍ୟ ଗାଁରୁ ଚାଲି ଆସିଥିବା ଏକ ବଳଦକୁ କାଦେ ୮ ହଜାର ଟଙ୍କାରେ ବିକ୍ରି କରିଦେଇଥିଲେ। ଏ ନେଇ ଗ୍ରାମବାସୀ ସଭା ଡକାଇ କାଦେଙ୍କୁ ୧୬ ହଜାର ଟଙ୍କା ଦାବି କରିଥିଲେ। ୧୬ହଜାର ଟଙ୍କା ଦେଇ ନ ପାରିବାରୁ କାଦେଙ୍କୁ ଦାଣ୍ଡରେ ଗାଁ ଲୋକେ ପିଟି ପିଟି ମାରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ୬ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୮।୫: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ଏଥିପାଇଁ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସା ୬ଟାରୁ ରାତି ୧୨ଟା ଯାଏ ସାଧାରଣ ଦର୍ଶନ...

ନିଶା ଦେଇ +୨ ଛାତ୍ରୀଙ୍କୁ ଗଣବଳାତ୍କାର କଲେ ୮ ସହାପାଠୀ

ବ୍ରହ୍ମପୁର,୮ା୫(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ସହରରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯିବା ଘଟଣା ଆଲୋଡନ ସୃଷ୍ଟି କରିଛି। ଯୁକ୍ତ ୨ ପଢ଼ୁଥିବା ନାବାଳିକା ଛାତ୍ରୀ ଜଣଙ୍କୁ...

ଦମ୍‌ ଅଛି ଯଦି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କର

ଭୁବନେଶ୍ୱର/ହିଞ୍ଜିଳିକାଟୁ/ଶେରଗଡ଼/ଖଲ୍ଲିକୋଟ,୮ା୫(ଅନିଲ ଦାସ/ ଦ୍ୱିତୀକୃଷ୍ଣ ପଣ୍ଡା/ସୂର୍ଯ୍ୟନାରାୟଣ ଦାଶ/ପ୍ରଶାନ୍ତ ମିଶ୍ର):କିଛିଲୋକ ଦିନରେ ସ୍ବପ୍ନ ଦେଖୁଛନ୍ତି, ଭାବୁଛନ୍ତି ନବୀନବାବୁ ଆଉ ମୁଖ୍ୟମନ୍ତ୍ରୀ ହେବେ ନାହିଁ, କିନ୍ତୁ ଭାଜପାକୁ ଯଦି ପଚାରିବେ...

ପ୍ରଣବଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠାଇଲା ଭାଜପା

ସମ୍ବଲପୁର, ୮।୫ (ପ୍ରମୋଦ ବହିଦାର):ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ଦଳର ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ...

ବିଧାୟକ ପ୍ରାର୍ଥୀଙ୍କ ଫଟୋରେ ଜୋତାମାଳ

କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ)/ପାଟଣା(ବୀର କିଶୋର ଦାଶ),୮ା୫:କେନ୍ଦୁଝର ଜିଲା ପାଟଣା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାୟକଙ୍କ ଫଟୋରେ କେହି ଜୋତାମାଳ ଝୁଲାଇବା...

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri