ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା

ପୁରୁଣା ଭୁବନେଶ୍ୱର,୨୯ା୩(ଡି.ଏନ୍‌.ଏ.): ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ବୁଧବାର ଅନୁଷ୍ଠିତ ହେବ। ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଶେଷ ହେବା ପରେ ମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରାଯାଇଛି। ମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ ସବୁ ପ୍ରସ୍ତୁତି ଶେଷ ହୋଇଛି। ମଙ୍ଗଳବାର ରଥଖଳାରେ ଥିବା ରୁକୁଣା ରଥ ପ୍ରତିଷ୍ଠା କାର୍ଯ୍ୟ ମଧ୍ୟ ବିଧି ମୁତାବକ ସମ୍ପନ୍ନ ହୋଇଛି। ସନ୍ଧ୍ୟା ଧୂପ, ଠାକୁରାଣୀ ସନ୍ଧ୍ୟା ଧୂପ, ଭୁବନେଶ୍ୱରୀ ଠାକୁରାଣୀଙ୍କ ନବପତ୍ରିକା ପୂଜା ସରିବା ପରେ ରାତି ୧୦ଟା ୩୦ରୁ ୧୧ଟା ମଧ୍ୟରେ ପ୍ରତିଷ୍ଠା କାର୍ଯ୍ୟ ଆରମ୍ଭ ହୋଇଥିଲା। ପତ୍ରି ସେବକ ଘଣ୍ଟ, କାହଳୀ, ମଶାଲ ସହିତ ମୁକ୍ତେଶ୍ୱର ମନ୍ଦିରକୁ ଯାତ୍ରା କରିଥିଲେ। ସେଠାରେ ମନ୍ଦିର ପରିସରରେ ଥିବା ମରୀଚିି କୁଣ୍ଡରୁ ଦୁଇ କଳସ ପାଣି ରଥ ପ୍ରତିଷ୍ଠା ପାଇଁ ପତ୍ରୀ ସେବକ ରଥଖଳାକୁ ଆଣିଥିଲେ। ରଥଖଳା ପରିସରରେ ଥିବା ବେଦିରେ ମନ୍ଦିର କୂଳ ପୁରୋହିତ ମନୋରଞ୍ଜନ ଦାସ ଏବଂ ପୁରୀ ମହାରାଜାଙ୍କ ନିର୍ଦ୍ଦେଶରେ ଆସିଥିବା ପୁରୀ ରାଜଗୁରୁ କର୍ତ୍ତା ହୋଇ ରଥ ପ୍ରତିଷ୍ଠା କାର୍ଯ୍ୟ ସମ୍ପାଦନ କରିଥିଲେ। ବିଳମ୍ବିତ ରାତିରେ ଏହି କାର୍ଯ୍ୟ ଶେଷ ହେବା ପରେ ପୂଜାପଣ୍ଡା ସେବକ ଦକ୍ଷିଣ ଘରୁ ପଞ୍ଚବକ୍ରଙ୍କୁ ଘଣ୍ଟ ମଶାଲ ଓ କାହାଳୀ ଶୋଭାଯାତ୍ରାରେ ବିଜେ କରିଥିଲେ। ପଞ୍ଚବକ୍ରଙ୍କୁ ପାଳିଆ ସେବାୟତ ରଥରେ ବିରାଜମାନ କରିସାରିବା ପରେ ପତ୍ରି ସେବକ ଠା’ କରିଥିଲେ। ପଞ୍ଚବକ୍ରଙ୍କୁ ଭୋଗ ନୈବେଦ୍ୟ କରିସାରିବା ପରେ ଆଳତି କରାଯାଇଥିଲା। ପରେ ପଞ୍ଚବକ୍ର ମନ୍ଦିରର ଦକ୍ଷିଣ ଘରକୁ ପ୍ରବେଶ କରିଥିଲେ। ସୂଚନାଥାଉ କି, ରଥ ଠିକ୍‌ ନିର୍ମାଣ ହୋଇଛି କି ନାହିଁ ଏହି ପଞ୍ଚବକ୍ରଙ୍କୁ ଆଗମନ ହୋଇଥାଏ ବୋଲି କିମ୍ବଦନ୍ତୀ ରହିଛି। ରଥ ପ୍ରତିଷ୍ଠା ପାଣିରେ ନିସନ୍ତାନ ମହିଳାମାନେ ସ୍ନାନ କରି ଭକ୍ତି ପୂର୍ବକ ଠାକୁରଙ୍କୁ ପୂଜାର୍ଚ୍ଚନା କଲେ ସନ୍ତାନବତୀ ହୋଇଥିବା କଥା କିମ୍ବଦନ୍ତୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri