Posted inଜାତୀୟ

କର୍ନାଟକରେ ସବୁ ଆସନରେ ଲଢିବ ଏଏପି

ବେଙ୍ଗାଲୁରୁ,୨୯।୩: କର୍ନାଟକରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ପ୍ରଥମଥର ପାଇଁ କର୍ନାଟକ ବିଧାନସଭାର ସମସ୍ତ ଆସନରେ ଆମ୍‌ ଆଦ୍‌ମୀ ପାର୍ଟି ପ୍ରାର୍ଥୀ ଦେବ ବୋଲି ଦଳର ସଭାପତି ଅରବିନ୍ଦ କେଜ୍‌ରିୱାଲ ଘୋଷଣା କରିଛନ୍ତି।
ଏଥର ଆମେ କର୍ନାଟକର ସମସ୍ତ ଆସନରେ ପ୍ରାର୍ଥୀ ଦେବୁ। ଆଶା କରେ ଫଳାଫଳ ଭଲ ହେବ। ଯେଉଁଠାରେ ଭାଜପା ସରକାର ଅଛି, ସେମାନେ ଅନେକ ପ୍ରତିଶ୍ରୁତି ଦିଅନ୍ତି। କିନ୍ତୁ ତାହା କାର୍ଯ୍ୟକାରୀ କରନ୍ତି ନାହିଁ। ଆମେ ଦେଇଥିବା ପ୍ରତିଜ୍ଞା ପୂରଣ କରୁ ବୋଲି କେଜ୍‌ରିୱାଲ କହିଛନ୍ତି।
ସୂଚନାଯୋଗ୍ୟ, କର୍ନାଟକରେ ବିଧାନସଭା ନିର୍ବାଚନ ମେ ୧୦ରେ ଗୋଟିଏ ପର୍ଯ୍ୟାୟରେ ହେବ ଏବଂ ଫଳାଫଳ ମେ ୧୩ରେ ଘୋଷଣା କରାଯିବ। କର୍ନାଟକରେ ୨୨୪ ସଦସ୍ୟ ବିଶିଷ୍ଟ ବିଧାନସଭା ଅଛି। ବର୍ତ୍ତମାନ ଭାଜପା ପାଖରେ ୧୧୯ଟି ଆସନ ଥିବାବେଳେ କଂଗ୍ରେସରେ ୭୫ଟି ଆସନ ରହିଛି। ଦୁଇଟି ଆସନ ଖାଲି ଥିବାବେଳେ ଜେଡି (ଏସ) ର ୨୮ ଜଣ ବିଧାୟକ ଅଛନ୍ତି।
ନିର୍ବାଚନ ପାଇଁ ବିଜ୍ଞପ୍ତି ଏପ୍ରିଲ ୧୩ରେ ପ୍ରକାଶ କରାଯିବ। ନାମାଙ୍କନପତ୍ର ଦାଖଲ କରିବାର ଶେଷ ତାରିଖ ୧୦ ଏପ୍ରିଲ ରହିଛି। ନାମାଙ୍କନପତ୍ରର ଯାଞ୍ଚ ଏପ୍ରିଲ ୨୧ରେ ହେବ ଏବଂ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ୨୪ ଏପ୍ରିଲ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri