ପୂର୍ଣ୍ଣକାଳୀନ ମୁଖ୍ୟ ପ୍ରଶାସକ ନିଯୁକ୍ତି ହେଲାନି, ସୁପ୍ରିମକୋର୍ଟ କ୍ଷୁବ୍ଧ

ନୂଆଦିଲ୍ଲୀ,୩୦ା୩ : ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ ଓ ଉତ୍ତମ ବ୍ୟବସ୍ଥା ନିମନ୍ତେ ସୁପ୍ରିମକୋର୍ଟ ୪ ନଭେମ୍ବର ୨୦୧୯ରେ ୨୨ଟି ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟ ସରକାର ଓ ଶ୍ରୀମନ୍ଦିର ପ୍ରଶାସନ ଏହାକୁ କେତେ ଅନୁପାଳନ କରିଛନ୍ତି ସେନେଇ ସର୍ବୋଚ୍ଚ ଅଦାଲତଙ୍କୁ ଏବେ ଯାଏ ଅବଗତ କରାଯାଇନାହିଁି। ବିଶେଷକରି ପୂର୍ଣ୍ଣକାଳୀନ ମୁଖ୍ୟ ପ୍ରଶାସକ ନିଯୁକ୍ତି ପାଇଁ ଦେଇଥିବା ନିର୍ଦ୍ଦେଶ କାର୍ଯ୍ୟକାରୀ ହୋଇ ନ ଥିବାରୁ ସୁପ୍ରିମକୋର୍ଟ ବୁଧବାର ରାଜ୍ୟ ସରକାରଙ୍କ ଉପରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। କେଉଁ ସବୁ ନିର୍ଦ୍ଦେଶ ପାଳନ ହୋଇଛି ଏବଂ କ’ଣ ହୋଇନାହିଁ ତାହାର ଷ୍ଟାଟସ୍‌ ରିପୋର୍ଟ ୪ ସପ୍ତାହ ମଧ୍ୟରେ ଦାଖଲ କରିବାକୁ ଜଷ୍ଟିସ୍‌ ଏମ୍‌.ଆର୍‌. ଶାହା ଏବଂ ସି.ଟି. ରବିକୁମାରଙ୍କୁ ନେଇ ଗଠିତ ଖଣ୍ଡପୀଠ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଶ୍ରୀମନ୍ଦିର ସଂସ୍କାର ମାମଲାରେ ଦିଆଯାଇଥିବା ୨୨ଟି ନିର୍ଦ୍ଦେଶକୁ କିଭଳି ପାଳନ କରାଯାଇଛି ତାହାର ପ୍ରୋଗ୍ରେସ୍‌ ରିପୋର୍ଟ ରାଜ୍ୟ ସରକାରଙ୍କ ପକ୍ଷରୁ ଦାଖଲ କରାଯାଇ ନ ଥିବା ନେଇ ସୁପ୍ରିମକୋର୍ଟକୁ ଆମିକସ୍‌ କ୍ୟୁରି ଭାବେ ସହଯୋଗ କରୁଥିବା ବରିଷ୍ଠ ଆଇନଜୀବୀ ରଞ୍ଜିତ କୁମାର ଅବଗତ କରାଇଥିଲେ। ଏହାକୁ ଗମ୍ଭୀରତାର ସହ ନେଇ ଖଣ୍ଡପୀଠ ରାଜ୍ୟ ସରକାରଙ୍କୁ ୪ ସପ୍ତାହ ମଧ୍ୟରେ ଏକ ବିସ୍ତୃତ ଅନୁପାଳନ ରିପୋର୍ଟ ଦାଖଲ କରିବାକୁ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ରିପୋର୍ଟର ଏକ ନକଲ ଆମିକସ୍‌ କ୍ୟୁରିଙ୍କୁ ଆଗୁଆ ପ୍ରଦାନ କରିବେ। ଏହି ପ୍ରସଙ୍ଗରେ ମେ’ ୧ରେ ପରବର୍ତ୍ତୀ ଶୁଣାଣି କରିବାକୁ ଖଣ୍ଡପୀଠ ଧାର୍ଯ୍ୟ କରିଛନ୍ତି।

୨୦୧୯ରେ ସୁପ୍ରିମକୋର୍ଟ ଶ୍ରୀମନ୍ଦିର ବ୍ୟାପାର ପରିଚାଳନା ଲାଗି ଜଣେ ମୁଖ୍ୟ ପ୍ରଶାସକଙ୍କୁ ନିଯୁକ୍ତ କରିବାକୁ ଓଡ଼ିଶା ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହ ଭକ୍ତମାନେ ଯେପରି ଶାନ୍ତିଶୃଙ୍ଖଳାର ସହ ଶ୍ରୀଜୀଉଙ୍କୁ ଦର୍ଶନ କରିପାରିବେ ତା’ର ବ୍ୟବସ୍ଥା ସହ ସେମାନଙ୍କୁ ସୁବିଧା ଯୋଗାଇଦେବାକୁ ମଧ୍ୟ ଶୀର୍ଷ ଅଦାଲତଙ୍କ ନିର୍ଦ୍ଦେଶ ରହିଥିଲା। ସେବାୟତମାନଙ୍କ ପିଲାଙ୍କ ପାଠପଢ଼ା ପାଇଁ ସ୍କୁଲ ପ୍ରତିଷ୍ଠା କରିବା ନିମନ୍ତେ ଏକ ଉପଯୁକ୍ତ ସ୍ଥାନ ଯୋଗାଇଦେବାକୁ ମଧ୍ୟ ମନ୍ଦିର ପରିଚାଳନା କମିଟିକୁ ନିର୍ଦ୍ଦେଶ ଦିଆଯାଇଥିଲା।

ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ଦର୍ଶନ ସୁବିଧା ଲାଗି ବିଶେଷଜ୍ଞଙ୍କ ସହଯୋଗ ନେଇ ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାରଙ୍କୁ କୁହାଯାଇଥିଲା। ଭକ୍ତମାନେ ଜଗନ୍ନାଥ ମନ୍ଦିରରେ କିପରି ଅସୁବିଧା ଭୋଗୁଛନ୍ତି ଏବଂ ସେବାୟତମାନେ ସେମାନଙ୍କୁ କିଭଳି ଶୋଷଣ କରୁଛନ୍ତି ସେନେଇ ଆବେଦନକାରୀ ମୃଣାଳିନୀ ପାଢ଼ୀ ନିଜ ପିଟିଶନରେ ଉଲ୍ଲେଖ କରିଥିଲେ।

ତାଙ୍କ ଆବେଦନର ଶୁଣାଣି କରି ସର୍ବୋଚ୍ଚ ଅଦାଲତ ଏହି ନିର୍ଦ୍ଦେଶ ଦେଇଛନ୍ତି। ଇତିମଧ୍ୟରେ ରାଜ୍ୟ ସରକାର ପୂର୍ଣ୍ଣକାଳୀନ ପ୍ରଶାସକ ନିଯୁକ୍ତି ପାଇଁ ଅଧିକ ସମୟ ଦେବାକୁ ଅଦାଲତଙ୍କୁ ନିବେଦନ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିବା ଆଇନଜୀବୀ ଖଣ୍ଡପୀଠଙ୍କୁ ଜଣାଇଥିଲେ ଯେ, ବର୍ତ୍ତମାନ ପୂର୍ତ୍ତ ବିଭାଗ ସଚିବ ପରିଚାଳନା ବ୍ୟାପାର ବୁଝୁଛନ୍ତି। ଖଣ୍ଡପୀଠ କହିଥିଲେ, ସରକାର ପୂର୍ତ୍ତ ସଚିବଙ୍କୁ ଜଣେ ପରାମର୍ଶଦାତା ଭାବେ ରଖିପାରିବେ କିମ୍ବା ତାଙ୍କୁ ପୂର୍ଣ୍ଣକାଳୀନ ପ୍ରଶାସକ ଭାବେ ନିଯୁକ୍ତ କରିବେ। ଶ୍ରୀମନ୍ଦିର କମିଟି ଷ୍ଟାଫ୍‌ ଓ ସେବାୟତମାନଙ୍କ ପାଇଁ ଆଇ-କାର୍ଡ (ପରିଚୟପତ୍ର) ଜାରି କରିବାକୁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଭକ୍ତଙ୍କ ପାଇଁ ଏକ ଆଶ୍ରୟ ଗୃହ ନିର୍ମାଣ କରିବାକୁ ମଧ୍ୟ ଦୁଇଜଣିଆ ଖଣ୍ଡପୀଠଙ୍କ ନିର୍ଦ୍ଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri