ବାଲିମେଦରେ ସନ୍ଦିଗ୍ଧ ପାରା

ପଦ୍ମପୁର,୩୦ା୩ (ଡି.ଏନ.ଏ.):ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମେଦ ଗ୍ରାମରୁ ଏକ ସନ୍ଦିଗ୍ଧ ପାରା ଉଦ୍ଧାର ହୋଇଛି। ପାରା ଗୋଡ଼ରେ ଦୁଇଟି ପିତ୍ତଳ ରିଙ୍ଗ୍‌ ଲାଗିଥିବା ବେଳେ ସେଥିରେ ଏକ ଫୋନ୍‌ ନମ୍ବର ଲେଖାଥିବା ଦେଖିବାକୁ ମିଳିଛି।
ସୂଚନା ଅନୁଯାୟୀ, ମଙ୍ଗଳବାର ସନ୍ଧ୍ୟାରେ ଝଡ଼ବର୍ଷା ବେଳେ ବାଲିମେଦ ଗ୍ରାମର ସୁଶୀଲ ମହାନ୍ତି ଘର ପାଖରେ ଉକ୍ତ ପାରାଟିକୁ ଦେଖିଥିଲେ। ପାରା ଗୋଡ଼ରେ ୨ଟି ପିତ୍ତଳ ରିଙ୍ଗ୍‌ ସଦୃଶ ବନ୍ଧାଯାଇଥିବାବେଳେ ସେଥିରେ ‘ୱାଇ ଯାଦବ’ ନାମ ସହ ମୋବାଇଲ ନମ୍ବର ଲେଖା ରହିଛି। ସନ୍ଦିଗ୍ଧ ପାରାକୁ ଦେଖିବା ପାଇଁ ସେଠାରେ ଲୋକଙ୍କ ଭିଡ଼ ଜମିଥିଲା। ସୁଶୀଲ ପାରାକୁ ଉଦ୍ଧାର କରି ବାସୁଦେବପୁର ବନ ବିଭାଗକୁ ଖବର ଦେଇଥିଲେ। ରାତି ପ୍ରାୟ ୧୧ଟା ବେଳେ ଫରେଷ୍ଟର ପ୍ରଶାନ୍ତ କୁମାର ଦାସ କର୍ମଚାରୀଙ୍କ ସହ ଉକ୍ତ ଗ୍ରାମରେ ପହଞ୍ଚତ୍ ସୁଶୀଲଙ୍କଠାରୁ ପାରାକୁ ନେଇ ବାସୁଦେବପୁର ବନ ବିଭାଗ କାର୍ଯ୍ୟାଳୟରେ ରଖିଥିଲେ। ବୁଧବାର ପୂର୍ବାହ୍ନରେ ବନ ବିଭାଗ କର୍ମଚାରୀମାନେ ପାରାକୁ ନାୟକାଣିଡିହୀ ଥାନା ପୋଲିସକୁ ହସ୍ତାନ୍ତର କରିଥିଲେ। ପାରା ଗୋଡ଼ରେ ଲାଗିଥିବା ରିଙ୍ଗ୍‌ରେ ଲେଖାଥିବା ନମ୍ବରରୁ ତା’ର ଠିକଣା ସମ୍ପର୍କରେ ଜଣାପଡ଼ିଛି। ଏନେଇ ନାୟକାଣିଡିହୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀକାନ୍ତ ପତି କହିଛନ୍ତି, ଉଦ୍ଧାର ହୋଇଥିବା ପାରା ବିଜୟଓ୍ବାଡା ଅଞ୍ଚଳର ଜଣେ ବ୍ୟକ୍ତିଙ୍କର। ସେ ପାରାଗୁଡ଼ିକୁ ରଖି ଟ୍ରେନିଂ ଦେଉଥିବା ବେଳେ ଏହି ପାରା ପଶ୍ଚିମବଙ୍ଗରୁ ଝଡ଼ ସମୟରେ ବାଟ ଭୁଲି ଓଡ଼ିଶା ଭିତରକୁ ପଶିଆସିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ତେବେ ଅଧିକ ତଦନ୍ତ ଜାରି ରହିଛି। ପ୍ରକାଶଥାଉ କି, କିଛିଦିନ ତଳେ ପାରାଦୀପରେ ଏକ ସନ୍ଦିଗ୍ଧ ପାରା ଠାବ ହୋଇଥିଲା। ମତ୍ସ୍ୟଜୀବୀମାନେ ସମୁଦ୍ରରୁ ଉକ୍ତ ପାରାକୁ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କ ଗୁହାରି ଶୁଣିଲେ ଜିଲାପାଳ: ୪୫ ଲକ୍ଷ ମଞ୍ଜୁର ପରେ…

କେସିଙ୍ଗା,୧୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଜାତୀୟ ରାଜପଥର ଆମ୍ବେଦକର ଛକଠାରୁ କଲେଜ ରୋଡ଼ ଦେଇ ଡୁମେର ମୁଣ୍ଡା ସାହୁ ପଡା ଏବଂ ରୁପ୍ରା...

ଛତୁଚାଷ ଦେଇଛି ପରିଚୟ: ଆତ୍ମନିର୍ଭର ସହ ୧୫ ପରିବାର ଚଳାଉଛନ୍ତି ଦୀନେଶ

ଅତାବିରା, ୧୬ା୧୨(ଯୁଧିଷ୍ଠିର ମହାପାତ୍ର):ଛତୁ କିଲୋ ପିଛା ଶହ ଶହ ଟଙ୍କାରେ ବିକ୍ରି କରି ନିଜର ଆର୍ଥିକ ସ୍ଥିତି ସୁଦୃଢ଼ କରିପାରିବା ସହ ଅନ୍ୟ ୨୭ ଜଣ...

ପବିତ୍ର ଧନୁ ସଂକ୍ରାନ୍ତି, ଆଜିିଠୁ ଶ୍ରୀଜୀଉଙ୍କୁ ପହିଲି ଭୋଗ ଲାଗି

ପୁରୀ,୧୬ା୧୨(ଅଜିତ୍‌ କୁମାର ମହାନ୍ତି): ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମଙ୍ଗଳବାର ଧନୁସଂକ୍ରାନ୍ତିରେ ମହାପ୍ରଭୁଙ୍କ ପହିଲିଭୋଗ ନୀତି ଅନୁଷ୍ଠିତ ହୋଇଛି। ପହିଲିଭୋଗ ନୀତି ଧନୁ...

୮ ଦିନରେ କିଡନୀ ରୋଗ ନେଲା ତୃତୀୟ ଜୀବନ, ମୃତକଙ୍କ ପରିବାରକୁ ସହାୟତା ଯୋଗାଇବାକୁ ଦାବି

ଅମରପାଲି,୧୬/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡରେ ସୋମବାର ପୁଣି ଜଣେ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଉପାନ୍ତ ଦୁର୍ଜନତୈଲା...

ବଢିଲା ଶୀତ: ଦାରିଙ୍ଗବାଡିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି, ୧୬।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପୁଣି ବଢିଲା ଶୀତର ପ୍ରକୋପ ବିଭିନ୍ନ ସ୍ଥାନରେ ଘନ କୁହୁଡି ସହ ଶୀତ ଦ୍ବିଗୁଣିତ...

ସୁବଳୟା ଅଞ୍ଚଳରେ ବୁଲୁଛନ୍ତି ଦନ୍ତାହାତୀ: ଗୋଡେ ଗୋଡେ ଜଗିଛି ବନ ବିଭାଗ

ଅମରପାଲି, ୧୬/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ବନଖଣ୍ଡ ଅନ୍ତର୍ଗତ ବୀରମହାରାଜପୁର ବନାଞ୍ଚଳର ସୁବଳୟା ଅଞ୍ଚଳରେ ଜଙ୍ଗଲି ଦନ୍ତା ହାତୀ ବୁଲୁଥିବାବେଳେ ବନବିଭାଗ ପଛେପଛେ ଯାଉଛନ୍ତି। ସୂଚନା ଅନୁସାରେ,...

୨ବର୍ଷ ହେଲା ସୋଲାର ଜଳପ୍ରକଳ୍ପ ଅଚଳ: ପିଇବା ପାଣି ପାଇଁ ହନ୍ତସନ୍ତ ତାରାପଦରବାସୀ

ଥୁଆମୂଳ ରାମପୁର,୧୬ା୧୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବପଦର ପଞ୍ଚାୟତର ତାରାପଦର ଗ୍ରାମରେ ଦୀର୍ଘ ଦୁଇବର୍ଷ ହେବ ସୋଲାର ପ୍ରକଳ୍ପ ଅଚଳ ହୋଇପଡିଛି।...

କିଡନୀ ରୋଗରେ ଗୋଟିଏ ପରିବାରର ୨ ଜଣଙ୍କ ମୃତ୍ୟୁ ଘଟଣା, ସରକାରୀ ସହାୟତା ପାଇଁ ଅନୁରୋଧ

ଅମରପାଲି,୧୬/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉପାନ୍ତ ବହଳପଦର ପଞ୍ଚାୟତର ସୁରଧାପାଲି ( ହୋତାପାଲି) ଗ୍ରାମରେ ଗତ ସପ୍ତାହରେ ୪ ଦିନ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri