Posted inଜାତୀୟ

ଇନ୍ଦୋର ମନ୍ଦିର ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୧୩କୁ ବୃଦ୍ଧି: ଶୋକ ପ୍ରକାଶ କଲେ ସ୍ବରାଷ୍ଟ୍ରମନ୍ତ୍ରୀ

ଇନ୍ଦୋର,୩୦।୩: ମଧ୍ୟପ୍ରଦେଶର ଇନ୍ଦୋରରେ ଗୁରୁବାର ରାମ ନବମୀ ଅବସରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀ ବେଲେଶ୍ୱର ଝୁଲେଲାଲ ମନ୍ଦିରରେ କୂଅ ଛାତ ଭୁଷୁଡ଼ିପଡ଼ିବାରୁ ୩୦ରୁ ଊର୍ଦ୍ଧ୍ୱ ଲୋକ ୪୦ଫୁଟ ଗଭୀର ତଳଖୁ ଖସି ପଡ଼ିଥିଲେ। ଏହି ଦୁର୍ଘଟଣାରେ ୧୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ଜଣଙ୍କୁ ଉଦ୍ଧାର କରାଯାଇଛି। ମୃତକଙ୍କ ମଧ୍ୟରେ ୨ମହିଳା ବି ସାମିଲ ଅଛନ୍ତି। କୂଅରେ ୪ରୁ ୫ ଫୁଟ ପାଣି ରହିଥିବାରୁ ଉଦ୍ଧାର କାର୍ଯ୍ୟରେ ବାଧାପ୍ରାପ୍ତ ହୋଇଥିଲା। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି। ଅନ୍ୟପଟେ ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଶୋକ ପ୍ରକାଶ କରି ସହାୟତା ରାଶି ଘୋଷଣା କରିଛନ୍ତି। ମୃତକଙ୍କ ପରିବାରକୁ ୫ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୫୦ହଜାର ଟଙ୍କା ସହୟତା ରାଶି ଘୋଷଣା ଘୋଷଣା କରିଛନ୍ତି। ଏଥିସହ ମାଜିଷ୍ଟ୍ରେଟ ଯାଞ୍ଚ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଏହି ଦୁଃଖଦ ଘଟଣାରେ ଆମେ ପୀଡ଼ିତଙ୍କ ପରିବାର ସହ ଅଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ଏହି ଦୁର୍ଘଟଣାକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଅତ୍ୟନ୍ତ ଦୁଃଖ ପ୍ରକାଶ କରିଛନ୍ତି। ଶୋକାକୁଳ ପରିବାର ପ୍ରତି ଶାହା ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ମଧ୍ୟ ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ବଡ଼ ଟ୍ରେନ ଦୁର୍ଘଟଣା: ୧୩ ମୃତ୍ୟୁ, ଟ୍ରେନ୍‌ରେ ଥିଲେ ୨୪୧ ଯାତ୍ରୀ

ମେକ୍ସିକୋ,୨୯।୧୨: ମେକ୍ସିକୋରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ଦେଶର ଓଆକ୍ସାକା ରାଜ୍ୟରେ ଏକ ଅନ୍ତଃସାଗରୀୟ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଅତି କମରେ ୧୩...

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri