Posted inଜାତୀୟ

ମୋଦିଙ୍କ ଡିଗ୍ରୀ ମାଗିବା ମାମଲାରେ ଆସିଲା ହାଇକୋର୍ଟଙ୍କ ରାୟ

ନୂଆଦିଲ୍ଲୀ,୩୧ ।୩: ପ୍ରଧାନମନ୍ତ୍ରୀ ମୋଦିଙ୍କ ଡିଗ୍ରୀ ମାଗିବା ମାମଲାର ରାୟ ଶୁକ୍ରବାର ଗୁଜରାଟ ହାଇକୋର୍ଟ ଦେଇଛନ୍ତି । କୋର୍ଟ କେନ୍ଦ୍ରୀୟ ସୂଚନା ଆୟୋଗ(ସିଆଇସି)ର ଏହି ନିର୍ଦ୍ଦେଶକୁ ଖାରଜ କରିଦେଇଛନ୍ତି । ଯେଉଁଥିରେ ଗୁଜରାଟ ୟୁନିଭର୍ସିଟିକୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଡିଗ୍ରୀ ସମ୍ପର୍କରେ ସୂଚନା ଦେବାକୁ ନିର୍ଦ୍ଦେଶ ଦିଆଯାଇଥିଲା ।
ଜଷ୍ଟିଶ ବିରେନ ବୈଷ୍ଣବ କହିଛନ୍ତି ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ(ପିଏମଓ)କୁ ତାଙ୍କ ଗ୍ରାଜୁଏଶନ ଡିଗ୍ରୀ ପ୍ରମାଣପତ୍ର ଦେବାର ଆବଶ୍ୟକତା ନାହିଁ । କୋର୍ଟ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଉପରେ ୨୫,୦୦୦ ଟଙ୍କାର ଜରିମାନା ଲଗାଇଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ଡିଗ୍ରୀ ପ୍ରମାଣପତ୍ରର ବିବରଣୀ ମାଗିଥିଲେ ।
ହାଇକୋର୍ଟଙ୍କ ରାୟ ପରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ କଡା ପ୍ରତିକ୍ରିୟା ଦେଇଥିଲେ । ସେ ଟୁଇଟ କରି କହିଥିଲେ, କ’ଣ ଦେଶର ଜନତାଙ୍କୁ ଏହା ଜାଣିବାର ଅଧିକାର ନାହିଁ କି ତାଙ୍କ ପ୍ରଧାନମନ୍ତ୍ରୀଙ୍କ ଯୋଗ୍ୟତା କେତେ । କୋର୍ଟରେ ସେ ଡିଗ୍ରୀ ଦେଖାଇବାକୁ ଜବରଦସ୍ତ ବିରୋଧ କରିଥିଲେ । କାହିଁକି । ଆଉ ତାଙ୍କ ଡିଗ୍ରୀ ଦେଖିବାକୁ ଦାବି କରିଥିବା ବ୍ୟକ୍ତିଙ୍କ ଉପରେ ଜରିମାନା କରାଯିବ । ଏହା କ’ଣ ଚାଲିଛି । ନିରକ୍ଷର ଅବା କମ ଶିକ୍ଷିତ ପ୍ରଧାନମନ୍ତ୍ରୀ ଦେଶ ପାଇଁ ବିପଦ ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri