ନକଲୀ ସାର କାରଖାନା ଠାବ: ୯ଗିରଫ

ବରଗଡ଼ ଅଫିସ୍‌,୩୧।୩: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଥାନା ଅନ୍ତର୍ଗତ ଜାମମାଲ ଗ୍ରାମରେ ଶୁକ୍ରବାର ପୋଲିସ ଏକ ନକଲୀ ସାର କାରଖାନା ଠାବ କରିଛି । ସେଠାରୁ ଗୋଟିଏ ଟାଟା ପିକ୍‌ଅପ୍‌ ଗାଡ଼ି(ଓଡ଼ି୨୧ଏଚ୍‌ ୫୯୫୪), ୨୫କି.ଗ୍ରା ବିଶିଷ୍ଟ ୬୦ ପକେଟ୍‌ ଲୁଣ, ୩୪ପକେଟ୍‌ ନକଲୀ ପଟାସ୍‌(ଏମଓପି) ସାର, ଏମଓପି ଲେଖାଥିବା ୩୬ପ୍ଲାଷ୍ଟିକ ବସ୍ତା, ଗୋଟିଏ କଲର ପକେଟ୍‌, ୨ଖାଲି କଲର ପକେଟ୍‌, ୬୦ଖାଲି ଲୁଣବସ୍ତା, ପକେଟ୍‌ ସିଲ୍‌ କରିବା ମେଶିନ, ଓଜନ ମାପକ ଯନ୍ତ୍ର ଏବଂ ୭ମୋବାଇଲ ଫୋନ ଜବତ ହୋଇଛି ।
ଉକ୍ତ ଘଟଣାରେ ପୋଲିସ ୯ଅଭିଯୁକ୍ତଙ୍କୁ ଗିରଫ କରିଛି । ସେମାନେ ହେଲେ, ଗାଇସିଲେଟ ଥାନା ଜାମମାଲ ଗ୍ରାମର ହୃଷିକେଶ ସାହୁ(୩୦), ବଡ଼ସାହାଜବାହାଲ ଗ୍ରାମର ଆକାଶ ସାହୁ(୨୭), ସୋନପୁର ଜିଲା ଡୁଙ୍ଗୁରିପାଲି ଥାନା ଡୁମେରପାଲି ଗ୍ରାମର ବିଶ୍ୱାମିତ୍ର ସାହୁ(୨୪), ବାବୁଲୁ ତରିଆ(୨୪), ଡୁଙ୍ଗୁରିପାଲି ଥାନା କର୍ଲାଜୁରୀ ଗ୍ରାମର ଭରତ ସାହୁ(୨୪), କାର୍ତ୍ତିକ ସାହୁ(୩୭), ସୁନିଲ ସାହୁ(୨୬), ବଲାଙ୍ଗିର ଜିଲା ଆଗଲପୁର ଥାନା ମହୁଲପାଲି ଗ୍ରାମର ସତ୍ୟବାଦୀ ସାହୁ(୨୪) ଏବଂ ଲୋଇସିଂହା ଥାନା ଗଣ୍ଡପାଲି ଗ୍ରାମର ଗୌରାଙ୍ଗ ସାହୁ(୩୦) । ସେମାନଙ୍କ ବିରୋଧରେ ଗାଇସିଲେଟ ଥାନାରେ ଦଫା ୪୮୨, ୪୮୫, ୪୮୬, ୪୮୭, ୪୮୮, ୪୨୦, ୩୪ଆଇପିସି ଏବଂ ୭ଅତ୍ୟାବଶ୍ୟକୀୟ ଆଇନରେ ଏକ ମାମଲା(ନଂ-୫୩/୨୩) ରୁଜୁ ହୋଇଛି ।
ଏ ନେଇ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ପଦ୍ମପୁର ଏସଡିପିଓ ବିଭୁତି ଭୂଷଣ ଭୋଇ ସୂଚନା ଦେଇ କହିଥିଲେ, ଜାମମାଲ ଗ୍ରାମରେ ନକଲୀ ପଟାସ୍‌ ସାର ପ୍ରସ୍ତୁତ କରି ବିକ୍ରି ହେଉଥିବା ନେଇ ପୋଲିସକୁ ସୂଚନା ମିଳିଥିଲା । ଫଳରେ ଏସପି ପି.ଏସ୍‌ ମିନାଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ସେଠାରେ ଚଢ଼ାଉ କରିଥିଲା ଏବଂ ନକଲୀ ସାର ସହିତ ବ୍ୟବହୃତ ସାମଗ୍ରୀ ଜବତ ହୋଇଥିଲା । ହୃଷିକେଶ ମୁଖ୍ୟ ଅଭିଯୁକ୍ତ ଏବଂ ତାଙ୍କ ତତ୍ତ୍ବାବଧାନରେ ନକଲୀ ସାର ପ୍ରସ୍ତୁତ କରାଯାଇ ପକେଟ୍‌ ପ୍ରତି ୧୨୦୦ ଟଙ୍କାରେ ବିକ୍ରି କରାଯାଉଥିଲା । ତେବେ କେବଳ ଚାଷୀମାନେ ସେଠାକୁ ଯାଉଥିଲେ, ତାହା ନୁହେଁ, ଏହି ନକଲୀ ସାର କାରଖାନାରୁ ବିଭିନ୍ନ ଲାଇସେନ୍ସପ୍ରାପ୍ତ ସାର ବିକ୍ରେତାଙ୍କ ପାଖକୁ ମଧ୍ୟ ତାହା ଯୋଗାଇ ଦିଆଯାଉଥିବା ତଦନ୍ତରୁ ଜଣାପଡ଼ିଛି ବୋଲି ଏସଡ଼ିପିଓ ଭୋଇ କହିଛନ୍ତି । ଏହି କ୍ରମରେ ଘେଁସ୍‌ସ୍ଥିତ ଶଙ୍କର ଟ୍ରେଡ଼ର୍ସ ସାର ଦୋକାନକୁ ୧୪୦ପକେଟ୍‌ ନକଲୀ ସାର ଯାଇଥିବା ତଦନ୍ତରୁ ଜଣାପଡ଼ିଛି । ଏହା ଜଣାପଡ଼ିବା ପରେ ସେହି ଦୋକାନକୁ ସିଲ୍‌ ସହିତ ଲାଇସେନ୍ସ ରବ୍ଦ ପ୍ରକିୟା ଚାଲିଛି ବୋଲି ଏସଡ଼ିପିଓ ଭୋଇ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

ସରକାରୀ କର୍ମଚାରୀଙ୍କୁ ମିଳିବନି ପେନସନ, ଯଦି କରୁଥିବେ ଏହି ଭୁଲ!

ନୂଆଦିଲ୍ଲୀ,୨୫।୧୨: ସରକାରୀ କର୍ମଚାରୀମାନେ ପ୍ରାୟତଃ ଭାବନ୍ତି ଯେ ଯଦି ସେମାନେ ସମୟ ପୂର୍ୱରୁ ଇସ୍ତଫା ଦିଅନ୍ତି ତେବେ ସେମାନେ ପେନସନ ପାଇବେ କି ନାହିଁ। ସୁପ୍ରିମକୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri