୩ରୁ କମିବ ଝଡ଼ବର୍ଷା

ଭୁବନେଶ୍ୱର,୧।୪(ବ୍ୟୁରୋ): ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବରେ ଅସହ୍ୟ ତାତି ଜାରି ରହିଥିବାବେଳେ ଅପରାହ୍ନରୁ ଘଡ଼ଘଡ଼ି ସହ ବର୍ଷା ହେଉଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଶୁକ୍ରବାର ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା ୩୭.୪ ଡିଗ୍ରୀ ରହିଥିବାବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, କଟକ, ଜଗତ୍‌ସିଂହପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, ଅନୁଗୋଳ, ମୟୂରଭଞ୍ଜ, କନ୍ଧମାଳ ଆଦି ଜିଲାରେ ପ୍ରବଳ ବର୍ଷା ହୋଇଛି। ଜଗତ୍‌ସିଂହପୁରରେ ସର୍ବାଧିକ ୩୩.୨ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ବଡ଼ଗଡ଼ରେ ୨୮.୬ ମିମି, ନୟାଗଡ଼ ୧୩.୦ ମିିମି, ଚାନ୍ଦବାଲି ୧୦.୫ମିମି ଓ ବାରିପଦାରେ ୭.୮ ମିମି ରେକର୍ଡ଼ କରାଯାଇଛି। ଅନ୍ୟପକ୍ଷରେ ଶନିବାର ଓଡ଼ିଶା ଭିଜିବ। ବାଲେଶ୍ୱର ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, କଟକ, ଜଗତ୍‌ସିଂହପୁର, ବୌଦ୍ଧ, ଅନୁଗୋଳ, ମୟୂରଭଞ୍ଜ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ କନ୍ଧମାଳରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ବିଜୁଳି ମାରିପାରେ। ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ୭-୧୦ ସେଣ୍ଟିମିଟର ବର୍ଷା ହେବ ବୋଲି ବିଭାଗ ଆକଳନ କରିବା ସହ ସଂପୃକ୍ତ ଜିଲାଗୁଡ଼ିକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରିଛି। ଏଥିସହ ଅନ୍ୟ ଜିଲାଗୁଡ଼ିକରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, କଟକ, ଜଗତ୍‌ସିଂହପୁର, ବୌଦ୍ଧ, ପୁରୀ, କୋରାପୁଟ, ମୟୂରଭଞ୍ଜ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କନ୍ଧମାଳରେ ଝଡ଼ବର୍ଷା ସମ୍ଭାବନା ରହିଛି। ଏହି ଜିଲାଗୁଡ଼ିକୁ ଉକ୍ତ ଦିନପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ୩ ତାରିଖରୁ ଝଡ଼ବର୍ଷା କମିବ। ଉକ୍ତଦିନ ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳ ସମେତ ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, ମାଲକାନଗିରି, କୋରାପୁଟରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୪ ତାରିଖରେ ଦକ୍ଷିଣ ଉପକୂଳବର୍ତ୍ତୀ ଅଞ୍ଚଳ ସମେତ କେନ୍ଦ୍ରପଡ଼ା, ମାଲକାନଗିରି, କୋରାପୁଟରେ ଘଡ଼ଘଡ଼ି ଓ ବିଜୁଳି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ୫ ତାରିଖରେ ଉପକୂଳ ଓଡ଼ିଶା ସହ ମୟୂରଭଞ୍ଜ, ରାୟଗଡ଼ା, ମାଲକାନଗିରି, କୋରାପୁଟରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷମତାକୁ ଆସିଲେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବ ଭାଜପା: ଜାଣନ୍ତୁ ଏଥିରେ ମହିଳାଙ୍କୁ କ’ଣ ମିଳିବ ଲାଭ

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ନିର୍ବାଚନୀ ଇସ୍ତାହାରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା।...

ଭାଜପା ସରକାର ଆସିଲେ ୫୭ ବର୍ଷର କାମ ୫ ବର୍ଷରେ କରିବୁ: ମନମୋହନ

ଭୁବନେଶ୍ୱର,୫।୫: ୨୦୨୪ ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଯାଇଛି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରକୁ...

ଭାଜପାର ବଡ଼ ଘୋଷଣା: ସରକାରକୁ ଆସିଲେ ଖୋଲାଯିବ ରତ୍ନ ଭଣ୍ଡାର

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରରେ ଏକ ବଡ଼ ପ୍ରତିଶ୍ରୁତି ଦିଆଯାଇଛି। ଭାଜପା ସରକାରକୁ ଆସିଲେ ରତ୍ନ ଭଣ୍ଡାର ଖୋଲାଯିବ ବୋଲି ଦଳର ରାଷ୍ଟ୍ରୀୟ ସଭାପତି...

ଆଜି ଓଡ଼ିଶା କେବଳ ଜଗନ୍ନାଥଙ୍କ କୃପାରୁ ଚାଲିଛି

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ ଅବସରରେ ଜେପି ନଡ୍ଡା ବିଜେଡି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ବିକାଶ ବ୍ୟବସ୍ଥା ସଂପୂର୍ଣ୍ଣ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ବଦଳିଯାଇଛି ରାଜନୀତିର ସଂସ୍କୃତି: ନଡ୍ଡା

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହି ନିର୍ବାଚନୀ...

ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ: ୪ ବର୍ଗଙ୍କୁ ଫୋକସ୍‌

ଭୁବନେଶ୍ୱର,୫।୫: ଆସନ୍ତା ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା...

ଓଡ଼ିଶାରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୫।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ରବିବାର ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତାଙ୍କୁ ଭାଜପା ସଭାପତି ମନମୋହନ ସାମଲ, ଭୁବନେଶ୍ୱର ଏମ୍‌ପି ଅପରାଜିତତା ଷଡଙ୍ଗୀ ପ୍ରମୁଖ...

ପାଣି ସମସ୍ୟା ପାଇଁ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଆର,ଉଦୟଗିରି, ୫।୫(ମନୋଜ କୁମାର ପାଢୀ): ପାଣି ପାଇଁ ରାସ୍ତା ରୋକେ କଲେ ଆର,ଉଦୟଗିରି ବ୍ଳକର ଛେଳିଗଡ ଗ୍ରାମବାସୀ। ଗ୍ରାମର ଖ୍ରୀଷ୍ଟିଆନ୍ ସାହି ଲୋକମାନଙ୍କୁ କିଛି ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri