ମଧୁସୂଦନଙ୍କ ଜନ୍ମପୀଠ, ସଂଗ୍ରହାଳୟ ବିକାଶ ଉପରେ ଗୁରୁତ୍ୱାରୋପ

ସାଲେପୁର,୨।୪(ଡି. ଏନ.ଏ.): ଓଡ଼ିଶା ଦିବସ ଅବସରରେ ୫-ଟି ସଚିବ ଭି.କେ.ପାଣ୍ଡିଆନ ଶନିବାର କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ସତ୍ୟଭାମାପୁରରେ ପହଞ୍ଚତ୍ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମପୀଠ ପରିଦର୍ଶନ କରିଛନ୍ତି। ଏହି ଅବସରରେ ପୀଠ ଓ ସଂଗ୍ରହାଳୟର ବିକାଶ ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ପ୍ରଥମେ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ପରେ ପୀଠ ବୁଲିବା ସହ ମ୍ୟାପ୍‌ ମାଧ୍ୟମରେ ଏହାର ଅବସ୍ଥିତି ଓ ଇତିହାସ ସମ୍ପର୍କରେ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ଏଥିସହ ପୀଠ ପରିସରରେ ଥିବା ସଂଗ୍ରହାଳୟ ବୁଲି ଏଠାରେ ରଖାଯାଇଥିବା ସ୍ମୃତି ସମ୍ପର୍କରେ ପଚାରି ବୁଝିଥିଲେ। ଏଠାରେ ଥିବା ସ୍ମୃତିଫଳକକୁ ଓଡ଼ିଆ ସମେତ ଅନ୍ୟ ଭାଷାରେ ଲେଖିବାକୁ ସେ ପରାମର୍ଶ ଦେଇଛନ୍ତି। ପରେ ପୀଠ ପରିସରରେ ଥିବା ଗାନ୍ଧିଜୀଙ୍କ ଅବସ୍ଥାନ ପୀଠ ଦର୍ଶନ କରିଥିଲେ। ଏହାପରେ ୫-ଟି ସଚିବ ମଧୁବାବୁଙ୍କ ଅନ୍ତୁଡ଼ିଶାଳରେ ପହଞ୍ଚତ୍ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏଠାରେ ରଖାଯାଇଥିବା ବିରଳ ଫଟୋ ଓ ହସ୍ତଲିପି ସମ୍ପର୍କରେ ଉପସ୍ଥିତ ଟ୍ରଷ୍ଟ କର୍ମକର୍ତ୍ତାଙ୍କଠାରୁ ସବିଶେଷ ପଚାରି ବୁଝିଥିଲେ। ମିଶନ ଶକ୍ତି ସଭାନେତ୍ରୀ ତୃପ୍ତିରେଖା ପରିଡା ଓ ଉପସ୍ଥିତ ସଦସ୍ୟାମାନଙ୍କ ସହ ପୀଠ ସମ୍ପର୍କରେ ଆଲୋଚନା କରିଥିଲେ। ଏଥିସହ ମଧୁସ୍ମୃତି ପୀଠରେ ମଧୁବାବୁଙ୍କ ଜୀବନୀକୁ ନେଇ ଲାଇଟ ଆଣ୍ଡ ସାଉଣ୍ଡ ବ୍ୟବସ୍ଥା କରିବାକୁ ସେ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ଏଥିସହ ପୀଠର ଉନ୍ନତୀକରଣ ପାଇଁ ଏକ ବିସ୍ତୃତ ଯୋଜନା ପ୍ରସ୍ତୁତ କରିବାକୁ କହିଥିଲେ। ଏହି ଅବସରରେ ମଧୁସୂଦନ ସାଂସ୍କୃତିକ ପରିଷଦ ପକ୍ଷରୁ ୧୨ ପ୍ରସ୍ତାବ ସମ୍ବଳିତ ଏକ ପତ୍ର ପ୍ରଦାନ କରାଯାଇଥିଲା। ଏହି ପରିଦର୍ଶନ ସମୟରେ ଆର୍‌ଡିସି ସୁରେଶ ଚନ୍ଦ୍ର ଦଳାଇ, ସିଡିଏ ଅଧ୍ୟକ୍ଷ ଅନୀଲ ସାମଲ, ଜିଲାପାଳ ଭବାନୀ ଶଙ୍କର ଚୟନୀ, ଜିଲା ପରିଷଦ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅମ୍ବର କର ଓ ଡିସିପି ପିନାକ ମିଶ୍ରଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ ଓ...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri